ETV Bharat / bharat

India Corona: 3 ହଜାର ତଳେ ଦୈନିକ ସଂକ୍ରମଣ - ଭାରତ କୋରୋନା ରିପୋର୍ଟ

ଦେଶରେ ଆଜି ବି 3 ହଜାର ତଳେ ଦୈନିକ ସଂକ୍ରମଣ । ଗତ 24 ଘଣ୍ଟା ମଧ୍ୟରେ ମାତ୍ର 2,897 ନୂଆ ସଂକ୍ରମିତ ଚିହ୍ନଟ । ଅଧିକ ପଢନ୍ତୁ

India Corona: ଆଜି ବି 3 ହଜାର ତଳେ ସଂକ୍ରମଣ
India Corona: ଆଜି ବି 3 ହଜାର ତଳେ ସଂକ୍ରମଣ
author img

By

Published : May 11, 2022, 10:32 AM IST

ନୂଆଦିଲ୍ଲୀ: ଦେଶରେ ନିୟନ୍ତ୍ରଣରେ ରହିଛି କୋରୋନା ମହାମାରୀ । ଆଜି ବି 3 ହଜାର ତଳକୁ ଖସିଛି ଦୈନିକ ସଂକ୍ରମଣ । ଗତ 24 ଘଣ୍ଟା ମଧ୍ୟରେ ମାତ୍ର 2,897 ଜଣ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି (India reports 2,897 fresh Covid Cases) । ହେଲେ ଆଜି ମୃତ୍ୟୁସଂଖ୍ୟା ଅଧିକ ରହିଛି । ଦିନକରେ ଦେଶରେ 54 ଜଣ କୋରୋନା ସଂକ୍ରମିତ ଆଖି ବୁଜିଛନ୍ତି ଏବଂ 2,986 ଜଣ ସୁସ୍ଥ ହୋଇଛନ୍ତି । ସେହିପରି ସଂକ୍ରମଣ କମିବା ପରେ ସକ୍ରିୟ ମାମଲା 20 ହଜାର ତଳକୁ ଖସିଆସିଛି । କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଏନେଇ ସୂଚନା ଦିଆଯାଇଛି ।

ମନ୍ତ୍ରଣାଳୟ ଅନୁଯାୟୀ, ଆଜିର ନୂତନ ସଂକ୍ରମଣକୁ ମିଶାଇ ଦେଶରେ ମୋଟ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା 19,494ରେ ପହଞ୍ଚିଛି । ଦୈନିକ ପଜିଟିଭ ହାର 0.61% ରହିଛି । ଏଯାବତ୍ ସମୁଦାୟ 4,25,66,935 ସଂକ୍ରମିତ ସୁସ୍ଥ ହୋଇଛନ୍ତି ଏବଂ 5,24,157 ଜଣଙ୍କ ମୃତ୍ୟୁ ଘଟିଛି । ଦେଶବ୍ୟାପୀ ସମୁଦାୟ 190 କୋଟିରୁ ଅଧିକ ଡୋଜ୍ ଟୀକାକରଣ କରାଯାଇଛି । ଗତ 24 ଘଣ୍ଟା ମଧ୍ୟରେ କେବଳ 14,83,878 ଡୋଜ୍ ଦିଆଯାଇଛି ।

ବ୍ୟୁରୋ ରିପୋର୍ଟ, ଇଟିଭି ଭାରତ

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.