ନୂଆଦିଲ୍ଲୀ: ଦେଶରେ କ୍ରମଶଃ କମୁଛି କୋରୋନା ସଂକ୍ରମଣ । ଆଜି(ଗୁରୁବାର) ମଧ୍ୟ ପଜିଟିଭ ମାମଲା 3 ହଜାର ତଳେ ରହିଛି । ଗତ 24 ଘଣ୍ଟା ମଧ୍ୟରେ ଦେଶରେ ମାତ୍ର 2,827 ଜଣ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି (2,827 fresh Covid Cases) । ତେବେ ଆଜି ସଂକ୍ରମିତଙ୍କ ସହ ମୃତ୍ୟୁସଂଖ୍ୟା ମଧ୍ୟ ଖୁବ୍ କମ୍ ରହିଛି । ଦିନକରେ ମାତ୍ର 24 ଜଣ କୋରୋନା ସଂକ୍ରମିତଙ୍କ ମୃତ୍ୟୁ ହୋଇଛି ଏବଂ 3,230 ଜଣ ସୁସ୍ଥ ହୋଇଛନ୍ତି । କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଏନେଇ ସୂଚନା ଦିଆଯାଇଛି ।
ମନ୍ତ୍ରଣାଳୟ ଅନୁଯାୟୀ, ସେହିପରି ସଂକ୍ରମଣ କମିବା ପରେ ସକ୍ରିୟ ମାମଲା ମଧ୍ୟ 20 ହଜାର ତଳକୁ ଖସିଆସିଛି । ଆଜିର ନୂତନ ସଂକ୍ରମଣକୁ ମିଶାଇ ଦେଶରେ ମୋଟ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା 19,067ରେ ପହଞ୍ଚିଛି । ଦୈନିକ ପଜିଟିଭ ହାର 0.60% ରହିଛି । ଏଯାବତ୍ ସମୁଦାୟ 4,25,70,165 ସଂକ୍ରମିତ ସୁସ୍ଥ ହୋଇଛନ୍ତି ଏବଂ 5,24,181 ଜଣଙ୍କ ମୃତ୍ୟୁ ଘଟିଛି । ଦେଶବ୍ୟାପୀ ସମୁଦାୟ 190 କୋଟିରୁ ଅଧିକ ଡୋଜ୍ ଟୀକାକରଣ କରାଯାଇଛି । ଗତ 24 ଘଣ୍ଟା ମଧ୍ୟରେ କେବଳ 14,85,292 ଡୋଜ୍ ଦିଆଯାଇଛି ।
ବ୍ୟୁରୋ ରିପୋର୍ଟ, ଇଟିଭି ଭାରତ