ନୂଆଦିଲ୍ଲୀ: ଦେଶରେ ନିୟନ୍ତ୍ରଣାଧୀନ ରହିଛି ମହାମାରୀ । ଦିନେ ସଂକ୍ରମଣ କମିଲେ ଆଉ ଦିନେ ବଢୁଛି । ଗତ 24 ଘଣ୍ଟା ମଧ୍ୟରେ ଦେଶରେ 2,323 ଜଣ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି (India Records 2,323 fresh Covid Cases) । ସଂକ୍ରମଣ କମିଥିଲେ ହେଁ ଆଜି କୋରୋନା ଜନିତ ମୃତ୍ୟୁସଂଖ୍ୟା ପୂର୍ବଦିନ ଅପେକ୍ଷା ଅଧିକ ରହିଛି । ଦିନକରେ 25 ଜଣଙ୍କ ମୁଣ୍ଡ ନେଇଛି ମହାମାରୀ । ସେହିପରି 2,346 ଜଣ ସଂକ୍ରମିତ ସୁସ୍ଥ ହୋଇଛନ୍ତି । କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଏନେଇ ସୂଚନା ଦିଆଯାଇଛି ।
ମନ୍ତ୍ରଣାଳୟ ଅନୁଯାୟୀ, ଭାରତରେ ସକ୍ରିୟ ମାମଲା ଏବେ 15 ହଜାର ତଳକୁ ଖସିଛି । ଆଜିର ନୂତନ ସଂକ୍ରମଣକୁ ମିଶାଇ ମୋଟ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା14,996 ରହିଛି । ଏହି କ୍ରମରେ ବର୍ତ୍ତମାନ ଦୈନିକ ପଜିଟିଭ ହାର 0.47% ରହିଛି । ଏଯାବତ୍ ସମୁଦାୟ 4,25,92,455 ସଂକ୍ରମିତ ସୁସ୍ଥ ହୋଇଛନ୍ତି ଏବଂ 5,24,348 ଜଣଙ୍କ ମୃତ୍ୟୁ ଘଟିଛି । ଦେଶବ୍ୟାପୀ ସମୁଦାୟ 192 କୋଟିରୁ ଅଧିକ ଡୋଜ୍ ଟୀକାକରଣ କରାଯାଇଛି । ଗତ 24 ଘଣ୍ଟା ମଧ୍ୟରେ କେବଳ 15,32,383 ଡୋଜ୍ ଦିଆଯାଇଛି ।
ବ୍ୟୁରୋ ରିପୋର୍ଟ, ଇଟିଭି ଭାରତ