ETV Bharat / bharat

India Corona: ୭୧୫ ଦିନ ପରେ ହଜାରେ ତଳେ ସଂକ୍ରମଣ, ୧୩ ମୃତ

ଦେଶରେ ତଳମୁହାଁ ରହିଛି କୋରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ମାତ୍ର ୯୧୩ ନୂଆ ସଂକ୍ରମିତ ଚିହ୍ନଟ । ଅଧିକ ପଢନ୍ତୁ

author img

By

Published : Apr 4, 2022, 9:41 AM IST

India Corona: ୭୧୫ ଦିନ ପରେ ହଜାରେ ତଳେ ସଂକ୍ରମଣ, ୧୩ ମୃତ
India Corona: ୭୧୫ ଦିନ ପରେ ହଜାରେ ତଳେ ସଂକ୍ରମଣ, ୧୩ ମୃତ

ନୂଆଦିଲ୍ଲୀ: ଦେଶରେ ତଳମୁହାଁ ରହିଛି କୋରୋନା ଗ୍ରାଫ୍ । ଦୀର୍ଘ ୭୧୫ ଦିନ ପରେ ଆଜି ଦୈନିକ ପଜିଟିଭ ମାମଲା ୧ ହଜାର ତଳକୁ ଖସିଛି । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରୁ ମାତ୍ର ୯୧୩ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି(India reports 913 fresh covid cases) । ସଂକ୍ରମଣ ମାମଲା ହ୍ରାସ ପାଇବା ସହ ମୃତ୍ୟୁ ସଂଖ୍ୟା ମଧ୍ୟ ହ୍ରାସ ପାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ୧୩ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି ଓ ୧୩୧୬ ଜଣ ସୁସ୍ଥ ହୋଇଛନ୍ତି । କେନ୍ଦ୍ର ମନ୍ତ୍ରଣାଳୟ ପକ୍ଷରୁ ଏନେଇ ସୂଚନା ଦିଆଯାଇଛି ।

ବର୍ତ୍ତମାନ ଦେଶରେ ସକ୍ରିୟ ମାମଲା ୧୫ ହଜାର ତଳେ ରହିଛି । ଆଜିର ନୂତନ ସଂକ୍ରମଣକୁ ମିଶାଇ ଏବେ ମୋଟ ୧୨,୫୯୭ ଜଣ ସଂକ୍ରମିତ ରହିଛନ୍ତି । ଏଯାବତ୍ ଭାରତରେ ମୋଟ ୫,୨୧,୩୫୮ ଜଣ କୋରୋନାରେ ପ୍ରାଣ ହରାଇଛନ୍ତି । ସେହିପରି ଦେଶବ୍ୟାପୀ ସମୁଦାୟ ୧,୮୪,୭୦,୮୩,୨୭୯ କୋଟି ଡୋଜ୍ ଟୀକାକରଣ କରାଯାଇଛି ।

ବ୍ୟୁରୋ ରିପୋର୍ଟ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.