ETV Bharat / bharat

India Corona, ଦିନକରେ ୫୦୭୬ ନୂଆ ସଂକ୍ରମିତ - ସ୍ବାସ୍ଥ୍ୟ ମନ୍ତ୍ରଣାଳୟ

ଦେଶରେ କମୁଛି କୋରୋନା ସଂକ୍ରମଣ । ଗତ 24 ଘଣ୍ଟା ମଧ୍ୟରେ 5,076 ନୂଆ ସଂକ୍ରମିତ ଚିହ୍ନଟ । ଅଧିକ ପଢନ୍ତୁ

India Corona, ଦିନକରେ ୫୦୭୬ ନୂଆ ସଂକ୍ରମିତ
India Corona, ଦିନକରେ ୫୦୭୬ ନୂଆ ସଂକ୍ରମିତ
author img

By

Published : Sep 11, 2022, 10:17 AM IST

ନୂଆଦିଲ୍ଲୀ: ଦେଶରେ କୋରୋନା ସଂକ୍ରମଣ ହ୍ରାସ ପାଉଛି (India sees decline in daily covid cases) । କିଛି ଦିନ ହେଲା ଦୈନିକ ୫ରୁ ୬ ହଜାର ସଂକ୍ରମଣ ମାମଲା ଚିହ୍ନଟ ହେଉଛି । ଗତ 24 ଘଣ୍ଟା ମଧ୍ୟରେ ଦେଶବ୍ୟାପୀ ମୋଟ 5,076 ଜଣ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି (India Records 5,076 fresh Covid Cases) । ଗତକାଲି ଏହି ସଂଖ୍ୟା 5,554 ଥିଲା । ଦେଶରେ ସଂକ୍ରମଣ କମୁଥିବା ବେଳେ ପ୍ରତିଦିନ ସୁସ୍ଥ ସଂଖ୍ୟା ବୃଦ୍ଧି ପାଉଛି । ଦିନକରେ 5,970 ଜଣ କୋରୋନାରୁ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ଦେଶରେ ମୋଟ ସୁସ୍ଥ ସଂଖ୍ୟା 4,39,19,264ରେ ପହଞ୍ଚିଛି । ଏନେଇ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ (Union Health Ministry) ପକ୍ଷରୁ ସୂଚନା ଦିଆଯାଇଛି ।

ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ସୂଚନା ଅନୁଯାୟୀ, ଦେଶରେ ସଂକ୍ରମଣ ଅପେକ୍ଷା ଅଧିକ ସୁସ୍ଥ ହେଉଛନ୍ତି । ସୁସ୍ଥସଂଖ୍ୟା ବଢିବା ସହ ସକ୍ରିୟ ମାମଲା ହ୍ରାସ ପାଇ ୫୦ ହଜାର ତଳକୁ ଖସିଛି । ଆଜିର ନୂଆ ସଂକ୍ରମଣକୁ ମିଶାଇ ମୋଟ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା 47,945ରେ ପହଞ୍ଚିଛି । ଦୈନିକ ପଜିଟିଭ ହାର 1.47% ରହିଛି ଏବଂ ସାପ୍ତାହିକ ପଜିଟିଭ ହାର 1.72%କୁ ହ୍ରାସ ପାଇଛି । ଏବେ ସୁଦ୍ଧା ଦେଶରେ 88.94 କୋଟିରୁ ଅଧିକ କୋରୋନା ଟେଷ୍ଟିଂ କରାଯାଇଛି । ଆଜି ପର୍ଯ୍ୟନ୍ତ 5,28,150 ହଜାର କୋରୋନା ସଂକ୍ରମିତ(Corona Positive) ପ୍ରାଣ ହରାଇଛନ୍ତି ।

ଏହାମଧ୍ୟ ପଢନ୍ତୁ: ଭାରତୀୟ ବଂଶୋଦ୍ଭବ ବିକଶିତ କଲେ Antiviral Therapy, ରୋକିବ କୋଭିଡ ସଂକ୍ରମଣ

ଦେଶବ୍ୟାପୀ କୋରୋନା ଟୀକାକରଣ ଅଭିଯାନରେ ଭାରତ ମାଇଲଖୁଣ୍ଟ ଅତିକ୍ରମ କରିଛି । ସାରା ଦେଶରେ ଆଜି ପର୍ଯ୍ୟନ୍ତ 214 କୋଟିରୁ ଅଧିକ ଡୋଜ୍ ଟୀକାକରଣ କରାଯାଇଛି । ଗତ 24 ଘଣ୍ଟା ମଧ୍ୟରେ କେବଳ 17,81,723 ଜଣଙ୍କୁ ଟିକା ଦିଆଯାଇଛି । ଏବେ ଲୋକଙ୍କୁ ମାଗଣାରେ ବୁଷ୍ଟର ଡୋଜ ଦିଆଯାଉଛି । ପ୍ରତିଦିନ ଦେଶରେ 22 ଲକ୍ଷରୁ ଅଧିକ ବୁଷ୍ଟର ଡୋଜ ଦିଆଯାଉଥିବା କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ମନସୁଖ ମାଣ୍ଡଭିୟା(Manuskh mandaviya) ସୂଚନା ଦେଇଛନ୍ତି । କୋଭିଡ ଟୀକାକରଣ ଅଭିଯାନକୁ ଆହୁରି ସଫଳ କରିବା ଉଦ୍ଦେଶ୍ୟରେ ଜୁଲାଇ 15ରୁ 'କୋଭିଡ ଭ୍ୟାକ୍ସିନ ଅମୃତ ମହୋତ୍ସବ' କାର୍ଯ୍ୟକ୍ରମ ଆରମ୍ଭ ହୋଇଛି । ଯାହାକି ସେପ୍ଟେମ୍ବର 30 ଯାଏଁ ଚାଲିବ । ଏହି କାର୍ଯ୍ୟକ୍ରମ ଅନ୍ତର୍ଗତ 18 ବର୍ଷ ଏବଂ 75 ବର୍ଷ ବୟସରୁ ଊର୍ଦ୍ଧ୍ବ ବ୍ୟକ୍ତିଙ୍କ ମାଗଣା ବୁଷ୍ଟର ଡୋଜ୍ ଦିଆଯାଉଛି ।

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.