ETV Bharat / bharat

India Corona, ଦେଶରେ କମୁଛି କୋରୋନା ସଂକ୍ରମଣ

ଦେଶରେ ୧୦ ହଜାର ତଳେ ରହିଛି ଦୈନିକ ସଂକ୍ରମଣ । ଗତ 24 ଘଣ୍ଟାରେ ମୋଟ 7,219 ଜଣ ନୂଆ ସଂକ୍ରମିତ ଚିହ୍ନଟ । ଅଧିକ ପଢନ୍ତୁ

India Corona, ଦେଶରେ କମୁଛି କୋରୋନା ସଂକ୍ରମଣ
India Corona, ଦେଶରେ କମୁଛି କୋରୋନା ସଂକ୍ରମଣ
author img

By

Published : Sep 3, 2022, 10:07 AM IST

ନୂଆଦିଲ୍ଲୀ: ଦେଶରେ ନିୟନ୍ତ୍ରଣରେ ରହିଛି କୋରୋନା ସଂକ୍ରମଣ । ବିଗତ କିଛି ଦିନ ହେଲା ଦୈନିକ 10 ହଜାରରୁ କମ୍ ପଜିଟିଭ ମାମଲା ଚିହ୍ନଟ ହେଉଛି । ଗତ 24 ଘଣ୍ଟା ମଧ୍ୟରେ ଦେଶବ୍ୟାପୀ 7,219 ଜଣ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି (India Records 7,219 fresh Covid Cases) । ଗତକାଲି ଏହି ସଂଖ୍ୟା 6,168 ଥିଲା । ଗୋଟିଏ ପଟେ ସଂକ୍ରମଣ କମୁଥିବା ବେଳେ, ଅନ୍ୟପଟେ ପ୍ରତିଦିନ ସୁସ୍ଥ ସଂଖ୍ୟା ବୃଦ୍ଧି ପାଉଛି । ଦିନକରେ 9,651 ଜଣ କୋରୋନାରୁ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ଦେଶରେ ମୋଟ ସୁସ୍ଥ ସଂଖ୍ୟା 4,38,65,016ରେ ପହଞ୍ଚିଛି । ଏନେଇ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ (Union Health Ministry) ପକ୍ଷରୁ ସୂଚନା ଦିଆଯାଇଛି ।

ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ସୂଚନା ଅନୁଯାୟୀ, ଦେଶରେ ସଂକ୍ରମଣ ଅପେକ୍ଷା ଅଧିକ ସୁସ୍ଥ ହେଉଛନ୍ତି । ସୁସ୍ଥସଂଖ୍ୟା ବଢିବା ସହ ସକ୍ରିୟ ମାମଲା ହ୍ରାସ ପାଉଛି । ଆଜିର ନୂଆ ସଂକ୍ରମଣକୁ ମିଶାଇ ମୋଟ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା 56,745ରେ ପହଞ୍ଚିଛି । ଦୈନିକ ପଜିଟିଭ ହାର 1.98% ରହିଛି । ଏବେ ସୁଦ୍ଧା 5,27,965 ହଜାରରୁ ଅଧିକ କୋରୋନା ସଂକ୍ରମିତ(Corona Positive) ପ୍ରାଣ ହରାଇଛନ୍ତି । ଏବେ ଲୋକଙ୍କୁ ମାଗଣାରେ ବୁଷ୍ଟର ଡୋଜ ଦିଆଯାଉଛି ।

ଏହାମଧ୍ୟ ପଢନ୍ତୁ: COVID-19 ର ମୁକାବିଲା କରିବାରେ omicron-specific booster shots ଅଧିକ ପ୍ରଭାବଶାଳୀ ହେବ କି ?

ଦେଶବ୍ୟାପୀ କୋରୋନା ଟୀକାକରଣ ଅଭିଯାନରେ ଭାରତ ମାଇଲଖୁଣ୍ଟ ଅତିକ୍ରମ କରିଛି । ସାରା ଦେଶରେ ଆଜି ପର୍ଯ୍ୟନ୍ତ 213 କୋଟିରୁ ଅଧିକ ଡୋଜ୍ ଟୀକାକରଣ କରାଯାଇଛି । ଗତ 24 ଘଣ୍ଟା ମଧ୍ୟରେ କେବଳ 25,83,815 ଜଣଙ୍କୁ ଟିକା ଦିଆଯାଇଛି । ପ୍ରତିଦିନ ଦେଶରେ 22 ଲକ୍ଷରୁ ଅଧିକ ବୁଷ୍ଟର ଡୋଜ ଦିଆଯାଉଥିବା କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ମନସୁଖ ମାଣ୍ଡଭିୟା(Manuskh mandaviya) ସୂଚନା ଦେଇଛନ୍ତି । କୋଭିଡ ଟୀକାକରଣ ଅଭିଯାନକୁ ଆହୁରି ସଫଳ କରିବା ଉଦ୍ଦେଶ୍ୟରେ ଜୁଲାଇ 15ରୁ 'କୋଭିଡ ଭ୍ୟାକ୍ସିନ ଅମୃତ ମହୋତ୍ସବ' କାର୍ଯ୍ୟକ୍ରମ ଆରମ୍ଭ ହୋଇଛି । ଯାହାକି ସେପ୍ଟେମ୍ବର 30 ଯାଏଁ ଚାଲିବ । ଏହି କାର୍ଯ୍ୟକ୍ରମ ଅନ୍ତର୍ଗତ 18 ବର୍ଷ ଏବଂ 75 ବର୍ଷ ବୟସରୁ ଊର୍ଦ୍ଧ୍ବ ବ୍ୟକ୍ତିଙ୍କ ମାଗଣା ବୁଷ୍ଟର ଡୋଜ୍ ଦିଆଯାଉଛି ।

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.