ETV Bharat / bharat

India Corona: ଦେଶରେ ୫ ହଜାର ତଳେ ଦୈନିକ ସଂକ୍ରମଣ - ସ୍ବାସ୍ଥ୍ୟ ମନ୍ତ୍ରଣାଳୟ

କୋରୋନା ସଂକ୍ରମଣରେ ବଡ ହ୍ରାସ । ଦୀର୍ଘ ଦିନ ପରେ ୫ ହଜାର ତଳକୁ ଖସିଲା ଦୈନିକ ସଂକ୍ରମଣ । ଅଧିକ ପଢନ୍ତୁ

India Corona, ଦେଶରେ ୫ ହଜାର ତଳେ ସଂକ୍ରମଣ
India Corona, ଦେଶରେ ୫ ହଜାର ତଳେ ସଂକ୍ରମଣ
author img

By

Published : Sep 6, 2022, 10:50 AM IST

ନୂଆଦିଲ୍ଲୀ: ଦେଶରେ ଖସୁଛି କୋରୋନା ଗ୍ରାଫ୍ । ଦୀର୍ଘ ଦିନ ପରେ ୫ ହଜାର ତଳକୁ ଖସିଲା ଦୈନିକ ସଂକ୍ରମଣ । ଗତ 24 ଘଣ୍ଟା ମଧ୍ୟରେ ଦେଶବ୍ୟାପୀ 4,417 ଜଣ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି (India Records 4,417 fresh Covid Cases) । ଗତକାଲି ଏହି ସଂଖ୍ୟା 5,910 ଥିଲା । ଗୋଟିଏ ପଟେ ସଂକ୍ରମଣ କମୁଥିବାବେଳେ, ଅନ୍ୟପଟେ ପ୍ରତିଦିନ ସୁସ୍ଥ ସଂଖ୍ୟା ବୃଦ୍ଧି ପାଉଛି । ଦିନକରେ 6,032 ଜଣ କୋରୋନାରୁ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ଦେଶରେ ମୋଟ ସୁସ୍ଥ ସଂଖ୍ୟା 4,38,86,496ରେ ପହଞ୍ଚିଛି । ଏନେଇ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ (Union Health Ministry) ପକ୍ଷରୁ ସୂଚନା ଦିଆଯାଇଛି ।

ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ସୂଚନା ଅନୁଯାୟୀ, ଦେଶରେ ସଂକ୍ରମଣ ଅପେକ୍ଷା ଅଧିକ ସୁସ୍ଥ ହେଉଛନ୍ତି । ସୁସ୍ଥସଂଖ୍ୟା ବଢିବା ସହ ସକ୍ରିୟ ମାମଲା ହ୍ରାସ ପାଉଛି । ଆଜିର ନୂଆ ସଂକ୍ରମଣକୁ ମିଶାଇ ମୋଟ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା 52,336ରେ ପହଞ୍ଚିଛି । ଦୈନିକ ପଜିଟିଭ ହାର 1.20% ରହିଛି । ସେହିପରି ସାପ୍ତାହିକ ହାର 2.06%କୁ ହ୍ରାସ ପାଇଛି । ଏବେସୁଦ୍ଧା ଦେଶରେ 88.77 କୋଟି କୋରୋନା ଟେଷ୍ଟିଂ କରାଯାଇଛି । ଗତ 24 ଘଣ୍ଟାରେ 3,67,490 ଟେଷ୍ଟିଂ ହୋଇଛି । ଆଜି ପର୍ଯ୍ୟନ୍ତ କୋରୋନା 5,28,030 ହଜାରରୁ ଅଧିକ ସଂକ୍ରମିତ(Corona Positive) ପ୍ରାଣ ହରାଇଛନ୍ତି । ଏବେ ଦେଶରେ ଲୋକଙ୍କୁ ମାଗଣାରେ ବୁଷ୍ଟର ଡୋଜ ଦିଆଯାଉଛି ।

ଏହାମଧ୍ୟ ପଢନ୍ତୁ: ବିମାନରେ ଶବ୍ଦ ହେବାରୁ ମଝି ଆକାଶରୁ ଫେରିଲା ଭିସ୍ତାରା

ଦେଶବ୍ୟାପୀ କୋରୋନା ଟୀକାକରଣ ଅଭିଯାନରେ ଭାରତ ମାଇଲଖୁଣ୍ଟ ଅତିକ୍ରମ କରିଛି । ସାରା ଦେଶରେ ଆଜି ପର୍ଯ୍ୟନ୍ତ 213 କୋଟିରୁ ଅଧିକ ଡୋଜ୍ ଟୀକାକରଣ କରାଯାଇଛି । ଗତ 24 ଘଣ୍ଟା ମଧ୍ୟରେ କେବଳ 19,93,670 ଜଣଙ୍କୁ ଟିକା ଦିଆଯାଇଛି । ପ୍ରତିଦିନ ଦେଶରେ 22 ଲକ୍ଷରୁ ଅଧିକ ବୁଷ୍ଟର ଡୋଜ ଦିଆଯାଉଥିବା କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ମନସୁଖ ମାଣ୍ଡଭିୟା(Manuskh mandaviya) ସୂଚନା ଦେଇଛନ୍ତି ।

କୋଭିଡ ଟୀକାକରଣ ଅଭିଯାନକୁ ଆହୁରି ସଫଳ କରିବା ଉଦ୍ଦେଶ୍ୟରେ ଜୁଲାଇ 15ରୁ 'କୋଭିଡ ଭ୍ୟାକ୍ସିନ ଅମୃତ ମହୋତ୍ସବ' କାର୍ଯ୍ୟକ୍ରମ ଆରମ୍ଭ ହୋଇଛି । ଯାହାକି ସେପ୍ଟେମ୍ବର 30 ଯାଏଁ ଚାଲିବ । ଏହି କାର୍ଯ୍ୟକ୍ରମ ଅନ୍ତର୍ଗତ 18 ବର୍ଷ ଏବଂ 75 ବର୍ଷ ବୟସରୁ ଊର୍ଦ୍ଧ୍ବ ବ୍ୟକ୍ତିଙ୍କ ମାଗଣା ବୁଷ୍ଟର ଡୋଜ୍ ଦିଆଯାଉଛି ।

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.