ନୂଆଦିଲ୍ଲୀ: ଦେଶରେ କୋରୋନା ସଂକ୍ରମଣ ହ୍ରାସ ପାଉଛି । କିଛି ଦିନ ହେବ ଦୈନିକ ପଜିଟିଭ ମାମଲା 10 ହଜାର ତଳେ ରହିଛି (India witnesses decline in daily covid cases) । ଗତ 24 ଘଣ୍ଟା ମଧ୍ୟରେ ଦେଶବ୍ୟାପୀ ମୋଟ 5,664 ଜଣ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି (India Records 5,664 fresh Covid Cases) । ଗତକାଲି ଏହି ସଂଖ୍ୟା 5,747 ଥିଲା । ଦେଶରେ ସଂକ୍ରମଣ କମିବା ସହ ସୁସ୍ଥ ସଂଖ୍ୟା ବୃଦ୍ଧି ପାଉଛି । ଦିନକରେ 4,555 ଜଣ କୋରୋନାରୁ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ଦେଶରେ ମୋଟ ସୁସ୍ଥ ସଂଖ୍ୟା 4,39,57,929ରେ ପହଞ୍ଚିଛି । ଏନେଇ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ (Union Health Ministry) ପକ୍ଷରୁ ସୂଚନା ଦିଆଯାଇଛି ।
ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ସୂଚନା ଅନୁଯାୟୀ, ଦେଶରେ ସଂକ୍ରମଣ ଅପେକ୍ଷା ଅଧିକ ସୁସ୍ଥ ହେଉଛନ୍ତି । ସୁସ୍ଥସଂଖ୍ୟା ବଢିବା ସହ ସକ୍ରିୟ ମାମଲା ହ୍ରାସ ପାଇ 47,922ରେ ପହଞ୍ଚିଛି । ଦୈନିକ ପଜିଟିଭ ହାର 1.96%କୁ ବୃଦ୍ଧି ପାଇଛି । ଆଜି ପର୍ଯ୍ୟନ୍ତ 5,28,337 ହଜାର କୋରୋନା ସଂକ୍ରମିତ(Corona Positive) ପ୍ରାଣ ହରାଇଛନ୍ତି । ଏବେ ସୁଦ୍ଧା ଦେଶରେ 89.09 କୋଟିରୁ ଅଧିକ କୋରୋନା ଟେଷ୍ଟିଂ କରାଯାଇଛି ।
ଦେଶବ୍ୟାପୀ କୋରୋନା ଟୀକାକରଣ ଅଭିଯାନରେ ଭାରତ ମାଇଲଖୁଣ୍ଟ ଅତିକ୍ରମ କରିଛି । ସାରା ଦେଶରେ ଆଜି ପର୍ଯ୍ୟନ୍ତ 216 କୋଟିରୁ ଅଧିକ ଡୋଜ୍ ଟୀକାକରଣ କରାଯାଇଛି । ଗତ 24 ଘଣ୍ଟା ମଧ୍ୟରେ କେବଳ 14,84,216 ଜଣଙ୍କୁ ଟିକା ଦିଆଯାଇଛି । ଏବେ ଲୋକଙ୍କୁ ମାଗଣାରେ ବୁଷ୍ଟର ଡୋଜ ଦିଆଯାଉଛି । ପ୍ରତିଦିନ ଦେଶରେ 20 ଲକ୍ଷରୁ ଅଧିକ ବୁଷ୍ଟର ଡୋଜ ଦିଆଯାଉଥିବା କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ମନସୁଖ ମାଣ୍ଡଭିୟା(Manuskh mandaviya) ସୂଚନା ଦେଇଛନ୍ତି ।
ଏହାମଧ୍ୟ ପଢନ୍ତୁ: କୋଭିଶିଲ୍ଡ ଟିକା ପୁରୁଷ ପ୍ରଜନନ କ୍ଷମତାରେ ପ୍ରଭାବ ପକାଏ, ଏପରି ଧାରଣା ଭୁଲ୍
କୋଭିଡ ଟୀକାକରଣ ଅଭିଯାନକୁ ଆହୁରି ସଫଳ କରିବା ଉଦ୍ଦେଶ୍ୟରେ ଜୁଲାଇ 15ରୁ 'କୋଭିଡ ଭ୍ୟାକ୍ସିନ ଅମୃତ ମହୋତ୍ସବ' କାର୍ଯ୍ୟକ୍ରମ ଆରମ୍ଭ ହୋଇଛି । ଯାହାକି ସେପ୍ଟେମ୍ବର 30 ଯାଏଁ ଚାଲିବ । ଏହି କାର୍ଯ୍ୟକ୍ରମ ଅନ୍ତର୍ଗତ 18 ବର୍ଷ ଏବଂ 75 ବର୍ଷ ବୟସରୁ ଊର୍ଦ୍ଧ୍ବ ବ୍ୟକ୍ତିଙ୍କ ମାଗଣା ବୁଷ୍ଟର ଡୋଜ୍ ଦିଆଯାଉଛି ।