ଭୁବନେଶ୍ବର: 7ମ ଥର ପାଇଁ ବିହାରର ମୁଖ୍ୟମନ୍ତ୍ରୀ ଭାବେ ନୀତିଶ କୁମାର ଶପଥ ନେବା ପରେ ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ନବୀନ । ନବୀନ ନିଜ ଟ୍ବିଟର ହ୍ୟାଣ୍ଡଲରେ ଟ୍ବିଟ୍ କରି ନୀତିଶ କୁମାରଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ବିହାରରେ ନୀତିଶ ତାଙ୍କ କ୍ରମାଗତ 4ର୍ଥ ପାଳି ଆରମ୍ଭ କରିଥିବା ବେଳେ ତାଙ୍କୁ ଓ ବିହାରର ନୂଆ ସରକାରକୁ ଅଭିନନ୍ଦନ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ।
ନୀତିଶ କୁମାର 7ମ ଥର ପାଇଁ ବିହାରର ମୁଖ୍ୟମନ୍ତ୍ରୀ ଭାବେ ଦାୟିତ୍ବ ନେଉଥିବା ବେଳେ ଏହା ତାଙ୍କର କ୍ରମାଗତ 4ର୍ଥ ପାଳି । ତାଙ୍କର ଏହି ପାଳିରେ ନୀତିଶଙ୍କ ସମେତ 15 ଜଣ କ୍ୟାବିନେଟ୍ ମନ୍ତ୍ରୀ ଶପଥ ଗ୍ରହଣ କରିଛନ୍ତି । ନୀତିଶଙ୍କ ଶପଥ ଗ୍ରହଣ ଉତ୍ସବରେ କେନ୍ଦ୍ରଗୃହ ମନ୍ତ୍ରୀ ଅମିତ ଶାହଙ୍କ ସହ ବିଜେପି ରାଷ୍ଟ୍ରିୟ ଅଧ୍ୟକ୍ଷ ଜେପି ନଡ୍ଡା ଯୋଗ ଦେଇଥିଲେ ।
ବ୍ୟୁରୋ ରିପୋର୍ଟ, ଇଟିଭି ଭାରତ