ETV Bharat / bharat

ରାଜ୍ୟ-କେନ୍ଦ୍ର ଶାସିତ ଅଞ୍ଚଳରେ 17.54 କୋଟିରୁ ଊର୍ଦ୍ଧ୍ବ ଟିକା ମହଜୁଦ ଅଛି: କେନ୍ଦ୍ର

author img

By

Published : Apr 9, 2022, 3:48 PM IST

କୋରୋନା ମହାମାରୀକୁ ମାତ ଦେବାପାଇଁ ଦେଶରେ ଜାରି ରହିଛି ଟୀକାକରଣ । ସ୍ବାସ୍ଥ୍ୟ ମନ୍ତ୍ରଣାଳୟ କହିଛି ଯେ ଏବେ ସୁଦ୍ଧା ସମସ୍ତ ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳରେ 17.54 କୋଟିରୁ ଅଧିକ ଟିକା ମହଜୁଦ ରହିଛି । ଅଧିକ ପଢନ୍ତୁ

ରାଜ୍ୟ-କେନ୍ଦ୍ର ଶାସିତ ଅଞ୍ଚଳରେ 17.54 କୋଟିରୁ ଉର୍ଦ୍ଧ୍ବ ଟିକା ମହଜୁଦ ଅଛି: କେନ୍ଦ୍ର

ନୂଆଦିଲ୍ଲୀ : କୋରୋନା ମହାମାରୀକୁ ମାତ ଦେବା ପାଇଁ ଦେଶରେ ଜାରି ରହିଛି ଟୀକାକରଣ । ସ୍ବାସ୍ଥ୍ୟ ମନ୍ତ୍ରଣାଳୟ କହିଛି ଯେ ଏବେ ସୁଦ୍ଧା ସମସ୍ତ ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳରେ 17.54କୋଟିରୁ ଅଧିକ ଟିକା ମହଜୁଦ ରହିଛି ।

ବର୍ତ୍ତମାନ ପର୍ଯ୍ୟନ୍ତ ମାଗଣାରେ ବିଭିନ୍ନ ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳକୁ 1,88,47,90,495 ଟିକା ଯୋଗାଇ ଦିଆଯାଇଛି। ଏହାସହ ପାଖାପାଖି 17.54 କୋଟି((17,54,52,896) ଟିକା ମଧ୍ୟ ମହଜୁଦ ରହିଛି । ଏନେଇ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି ।

କୋରୋନାକୁ ପ୍ରତିହତ କରିବା ପାଇଁ 2021 ଜାନୁଆରୀ ୧୬ ତାରିଖରୁ ପ୍ରଥମେ ଦେଶରେ ଟୀକାକରଣ ଆରମ୍ଭ କରିଥିଲେ କେନ୍ଦ୍ର ସରକାର । ପରେ ଜୁନ୍ ୨୦୨୧ରେ ଦେଶରେ ଆରମ୍ଭ ହୋଇଥିଲା କ୍ୟାମ୍ପେନ ମୋଡରେ ଟୀକାକରଣ (COVID-19 Vaccine) । ଯେଉଁଥିରେ ପ୍ରଥମ ପର୍ଯ୍ୟାୟରେ ସ୍ବାସ୍ଥ୍ୟସେବା କର୍ମଚାରୀ ଟିକା ନେଇଥିଲେ । ଫେବୃୟାରୀ ୨ ତାରିଖରୁ ସମସ୍ତ ସମ୍ମୁଖ ଯୋଦ୍ଧାଙ୍କ ଟୀକାକରଣ ଆରମ୍ଭ କରାଯାଇଥିଲା । ପରବର୍ତ୍ତୀ ପର୍ଯ୍ୟାୟ ଟୀକାକରଣ ମାର୍ଚ୍ଚ ପହିଲାରୁ ଆରମ୍ଭ ହୋଇଥିଲା ।

ଏହି ପର୍ଯ୍ୟାୟରେ ୬୦ ବର୍ଷରୁ ଊର୍ଦ୍ଧ୍ବ ଏବଂ ରୋଗାକ୍ରାନ୍ତ ୪୫ ବର୍ଷ ବୟସ୍କରୁ ଊର୍ଦ୍ଧ୍ବ ବ୍ୟକ୍ତିଙ୍କୁ ସାମିଲ କରାଯାଇଥିଲା । ଏହାପରେ ଏପ୍ରିଲ ୧ ତାରିଖରୁ ସରକାର ୪୫ ବର୍ଷରୁ ଅଧିକ ବୟସ୍କଙ୍କ ଟୀକାକରଣ ଆରମ୍ଭ କରିଥିଲେ । ଏହାପରେ ମେ ମାସ ୧ ତାରିଖରୁ ୧୮ ବର୍ଷରୁ ଊର୍ଦ୍ଧ୍ବ ସମସ୍ତ ବ୍ୟକ୍ତି ବିଶେଷଙ୍କୁ ଟିକା ଦେବା ପାଇଁ ଅନୁମତି ଦେଇଥିଲେ ସରକାର ।

@ANI

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.