ETV Bharat / bharat

ବାତ୍ୟା ‘ୟାସ୍’ ପ୍ରସ୍ତୁତି, ଗଭୀର ସମୁଦ୍ର ମୁହାଁ ଜାହାଜ - ବାତ୍ୟା ‘ୟାସ୍’ ପ୍ରସ୍ତୁତି

ବାତ୍ୟା ୟାସକୁ ନେଇ ପାରାଦୀପ ବନ୍ଦର ପକ୍ଷରୁ ପ୍ରସ୍ତୁତି ଚୂଡାନ୍ତ ପର୍ଯ୍ୟାୟରେ। ବନ୍ଦରର ବର୍ଥରେ ଲାଗିଥିବା ଜାହାଜ ଓ ଆଙ୍କରେଜ ମଧ୍ୟରେ ଥିବା ଜାହାଜ ଗୁଡିକୁ ଗଭୀର ସମୁଦ୍ର ମଧ୍ୟକୁ ପଠାଇବା ଆରମ୍ଭ ହୋଇଛି । ଅଧିକ ପଢନ୍ତୁ...

ବାତ୍ୟା ‘ୟାସ୍’ ପ୍ରସ୍ତୁତି, ଗଭିର ସମୁଦ୍ର ମୁହାଁ ଜାହାଜ

author img

By

Published : May 24, 2021, 10:21 AM IST

ପାରାଦୀପ: ବାତ୍ୟା ୟାସକୁ ନେଇ ପାରାଦୀପ ବନ୍ଦର ପକ୍ଷରୁ ପ୍ରସ୍ତୁତି ଚୂଡାନ୍ତ ପର୍ଯ୍ୟାୟରେ। ବନ୍ଦରର ବର୍ଥରେ ଲାଗିଥିବା ଜାହାଜ ଓ ଆଙ୍କରେଜ ମଧ୍ୟରେ ଥିବା ଜାହାଜ ଗୁଡିକୁ ଗଭୀର ସମୁଦ୍ର ମଧ୍ୟକୁ ପଠାଇବା ଆରମ୍ଭ ହୋଇଛି । ବାତ୍ୟା ୟାସ୍ ପାରାଦୀପରୁ ସାଗର ଦ୍ବୀପ ମଧ୍ୟରେ ଲ୍ୟାଣ୍ଡଫଲ କରିବାର ସମ୍ଭାବନା ଥିବାରୁ ଏଭଳି ନିଷ୍ପତ୍ତି ନିଆଯାଇଛି ।

ବାତ୍ୟା ‘ୟାସ୍’ ପ୍ରସ୍ତୁତି, ଗଭିର ସମୁଦ୍ର ମୁହାଁ ଜାହାଜ

ବାତ୍ୟା ସମୟରେ ଅଧିକ ବେଗରେ ପବନ ସହିତ ଉଚ୍ଚ ସାମୁଦ୍ରିକ ଢେଉ ଉଠିବାର ଆଶଙ୍କା ରହିଛି। ଏହାର ପ୍ରଭାବରେ ବନ୍ଦରର ଆଙ୍କରେଜ ଓ ବର୍ଥ ମଧ୍ୟରେ ଜାହାଜ ଗୁଡିକ ରହିଲେ ବନ୍ଦର ଓ ଜାହାଜର କ୍ଷତି ଘଟିବାର ଆଶଙ୍କା ରହିଛି। ଏହାକୁ ଦୃଷ୍ଟିରେ ରଖି ପାରାଦୀପ ବନ୍ଦର ଆଗୁଆ ପଦକ୍ଷେପ ସହିତ ଜାହାଜ ଗୁଡିକୁ ଗଭୀର ସମୁଦ୍ରର ସୁରକ୍ଷିତ ସ୍ଥାନକୁ ପଠାଇ ଦିଆଯାଉଛି ।

ଜଗତସିଂହପୁରରୁ ସୁଶାନ୍ତ ପାତ୍ର, ଇଟିଭି ଭାରତ

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.