ନୂଆଦିଲ୍ଲୀ: ଆସନ୍ତା ଜାନୁଆରୀ ୨୭ ତାରିଖରେ ନୂଆଦିଲ୍ଲୀର ତାଳକଟୋରା ଇନଡୋର ଷ୍ଟାଡିୟମରେ ଅନୁଷ୍ଠିତ ହେବ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ‘ପରୀକ୍ଷା ପେ ଚର୍ଚ୍ଚା’ କାର୍ଯ୍ୟକ୍ରମର ଷଷ୍ଠ ସଂସ୍କରଣ । ପ୍ରଥମ ଥର ପାଇଁ ସବୁ ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳର ଶିକ୍ଷା ବୋର୍ଡ ମାନଙ୍କର ୧୬ ଲକ୍ଷ ପିଲା ଅଂଶଗ୍ରହଣ କରିବେ ବୋଲି ପ୍ରେସମିଟ କରି କହିଛନ୍ତି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।
-
‘Pariksha Pe Charcha’ is a refreshing approach towards acing exams and life. My press conference ahead of PM @narendramodi ji’s masterclass. #PPC2023 https://t.co/ni1lNP77BJ
— Dharmendra Pradhan (@dpradhanbjp) January 24, 2023 " class="align-text-top noRightClick twitterSection" data="
">‘Pariksha Pe Charcha’ is a refreshing approach towards acing exams and life. My press conference ahead of PM @narendramodi ji’s masterclass. #PPC2023 https://t.co/ni1lNP77BJ
— Dharmendra Pradhan (@dpradhanbjp) January 24, 2023‘Pariksha Pe Charcha’ is a refreshing approach towards acing exams and life. My press conference ahead of PM @narendramodi ji’s masterclass. #PPC2023 https://t.co/ni1lNP77BJ
— Dharmendra Pradhan (@dpradhanbjp) January 24, 2023
ନୂଆଦିଲ୍ଲୀରେ ମଙ୍ଗଳବାର ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସୂଚନା ଦେଇ କହିଛନ୍ତି "ପ୍ରଧାନମନ୍ତ୍ରୀଙ୍କ ପରୀକ୍ଷା ପେ ଚର୍ଚ୍ଚା କାର୍ଯ୍ୟକ୍ରମ ଜନଆନ୍ଦୋଳନରେ ପରିଣତ ହୋଇସାରିଛି । ଛାତ୍ରଛାତ୍ରୀଙ୍କ ଭବିଷ୍ୟତ ଗଠନ ଦିଗରେ ଏହି କାର୍ଯ୍ୟକ୍ରମକୁ ଦେଶର ଲୋକମାନେ ସକାରାତ୍ମକ ଭାବରେ ଗ୍ରହଣ କରିଛନ୍ତି । ପ୍ରଧାନମନ୍ତ୍ରୀ ମୋଦି ନିଜର ବ୍ୟସ୍ତ ଜୀବନଚର୍ଯ୍ୟା ମଧ୍ୟରେ ଦେଶର ନୂଆ ପୀଢିକୁ ପ୍ରସ୍ତୁତ କରିବା ପାଇଁ ଅଭିଭାବକ ଓ ମେଣ୍ଟର ଭାବେ ପରାମର୍ଶ ଦେଉଛନ୍ତି । ପ୍ରଧାନମନ୍ତ୍ରୀଙ୍କ ସହ ଛାତ୍ରଛାତ୍ରୀଙ୍କ ପ୍ରଶ୍ନତ୍ତୋର ଓ ଆଲୋଚନା କାର୍ଯ୍ୟକ୍ରମ ଜୀବନ ପ୍ରତି ଏକ ନୂଆ ଦୃଷ୍ଟିକୋଣ । ଏହା ଧୀରେଧୀରେ ବିଦ୍ୟାର୍ଥୀଙ୍କ ମଧ୍ୟରେ ଆଲୋଚନା ଓ ଆସ୍ଥାର ବିଷୟ ହେବା ସହ ସେମାନଙ୍କର ଆତ୍ମବିଶ୍ୱାସ ବଢାଉଛି । ଏହି କାର୍ଯ୍ୟକ୍ରମ ଏକ ଅନୁଷ୍ଠାନ ଭାବରେ ପରିଗଣିତ ହୋଇସାରିଛି ।"
ଚଳିତବର୍ଷ ପରୀକ୍ଷା ପେ ଚର୍ଚ୍ଚା ପାଇଁ ମୋଟ ୩୮ ଲକ୍ଷ ପରୀକ୍ଷାର୍ଥୀ ପଞ୍ଜିକରଣ କରାଇଛନ୍ତି । ଗତ ବର୍ଷ ତୁଳନାରେ ଏହି ସଂଖ୍ୟା ୧୫ ଲକ୍ଷ ୭୩ ହଜାର ଅଧିକ । ସେହିପରି ଏହି କାର୍ଯ୍ୟକ୍ରମରେ ଯୋଗଦେବା ପାଇଁ ସମସ୍ତ ରାଜ୍ୟର ପ୍ରତିନିଧି ଭାବେ ସାରା ଦେଶର ୧୦୨ ଜଣ ବିଦ୍ୟାର୍ଥୀଙ୍କୁ ନିମନ୍ତ୍ରଣ କରାଯାଇଛି । ଏହା ବ୍ୟତୀତ କିଛି ଦିନ ପୂର୍ବରୁ ଭାରତ ସରକାରଙ୍କ ଏନସିଇଆରଟି ଏବଂ ସ୍କୁଲ ଶିକ୍ଷା ଓ ସ୍ୱାକ୍ଷରତା ବିଭାଗ ପକ୍ଷରୁ ଆୟୋଜିତ କଳା ଉତ୍ସବର ୮୦ ଜଣ ଶ୍ରେଷ୍ଠ ବିଜେତାଙ୍କୁ ମଧ୍ୟ ନିମନ୍ତ୍ରଣ କରାଯାଇଛି । ଏହି ସମସ୍ତ ବିଦ୍ୟାର୍ଥୀ ଗଣତନ୍ତ୍ର ଦିବସ ପ୍ୟାରେଡରେ ମଧ୍ୟ ଅତିଥି ଭାବେ ଭାଗ ନେବେ । ଏହି ସବୁ ପିଲାଙ୍କୁ ସ୍ୱାଧୀନତାର ଅମୃତ ମହୋତ୍ସବ ଅବସରରେ ପରୀକ୍ଷା ପେ ଚର୍ଚ୍ଚାର ପର ଦିନ କର୍ତ୍ତବ୍ୟ ପଥ, ରାଷ୍ଟ୍ରୀୟ ସମର ସ୍ମାରକ, ରାଜଘାଟ, ସଦୈବ ଅଟଳ ଓ ପ୍ରଧାନମନ୍ତ୍ରୀ ସଂଗ୍ରହାଳୟ ତଥା ଦେଶର ଐତିହ୍ୟ ସହ ଜଡ଼ିତ ବିଭିନ୍ନ ସ୍ଥାନକୁ ପରିଦର୍ଶନ କରିବା ପାଇଁ ନିଆଯିବ ବୋଲି ଧର୍ମେନ୍ଦ୍ର କହିଛନ୍ତି ।
ଏଗଜାମ ୱାରିୟର୍ସ ପୁସ୍ତକର ବଢୁଥିବା ଚାହିଦା ସମ୍ପର୍କରେ ଉଲ୍ଲେଖ କରି ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି ଯେ, ନିକଟରେ ଦେଶର ପ୍ରାୟ ୫୦୦ରୁ ଊର୍ଦ୍ଧ୍ୱ ଜିଲ୍ଲାରେ କେନ୍ଦ୍ରୀୟ ବିଦ୍ୟାଳୟ, ନବଦୋୟ ବିଦ୍ୟାଳୟ ସମେତ ରାଜ୍ୟସ୍ତରୀୟ ବୋର୍ଡର ୭ ହଜାର ୨୮୩ ସ୍କୁଲରେ ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ଲିଖିତ ଏଗଜାମ ଓ୍ୱାରିୟର୍ସ କଥାବସ୍ତୁ ଉପରେ ଚିତ୍ରକଳା ପ୍ରତିଯୋଗିତା ଆୟୋଜନ କରାଯାଇଥିଲା । ପ୍ରାୟ ୫୦ ହଜାରରୁ ଊର୍ଦ୍ଧ୍ୱ ଛାତ୍ରଛାତ୍ରୀ ଏହି ପ୍ରତିଯୋଗିତାରେ ଅଂଶଗ୍ରହଣ କରିଥିଲେ । ଏହା ଛାତ୍ରଛାତ୍ରୀଙ୍କ ସୃଜନଶୀଳ ପ୍ରତିଭାକୁ ଚିହ୍ନଟ କରିବାର ଏକ ଅବସର ଦେଇଥିଲା ।
ଏଗଜାମ ଓ୍ୱାରିୟର୍ସ ପୁସ୍ତକ ଇଂରାଜୀ ଓ ହିନ୍ଦି ଭାଷା ସମେତ ଦେଶର ୧୩ଟି ପ୍ରମୁଖ ସ୍ଥାନୀୟ ଭାଷା ଯଥା ଓଡ଼ିଆ, ଆସାମୀ, ବଙ୍ଗାଳି, ଗୁଜୁରାଟୀ, କନ୍ନଡ, ମଲାୟାଲାମ, ମରାଠୀ, ପଞ୍ଜାବୀ, ତାମିଲ ତେଲୁଗୁ, ଉର୍ଦ୍ଦୁ ଭାଷାରେ ପ୍ରକାଶିତ ହୋଇଛି । ଏହି ପୁସ୍ତକକୁ ଅଳ୍ପ କିଛି ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳ ବ୍ୟକ୍ତି ରାଜ୍ୟପାଳ କିମ୍ବା ମୁଖ୍ୟମନ୍ତ୍ରୀଙ୍କ କରକମଳରେ ଉନ୍ମୋଚନ କରାଯାଇଛି ବୋଲି ସୂଚନା ଦେଇଛନ୍ତି ।