ମୁମ୍ବାଇ: ମହାରାଷ୍ଟ୍ରରେ ଜାରି ରହିଥିବା ମହାସଙ୍କଟ ମଧ୍ୟରେ ଶିବସେନା ବରିଷ୍ଠ ନେତା ତଥା ସାଂସଦ ସଞ୍ଜୟ ରାଉତଙ୍କୁ ଜେରା ପାଇଁ ସମନ ଜାରି କରିଛି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ । ପାତ୍ର ଚାଓ୍ବଲ ଲ୍ୟାଣ୍ଡ ସ୍କାମ ମାମଲାରେ (Patra Chawl land scam case) ଆସନ୍ତାକାଲି (ଜୁନ 28)ରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ କାର୍ଯ୍ୟାଳୟରେ ହାଜର ହେବା ପାଇଁ ସମନରେ କୁହାଯାଇଛି ।
-
Enforcement Directorate (ED) summons Shiv Sena MP Sanjay Raut on June 28, in connection with Patra Chawl land scam case
— ANI (@ANI) June 27, 2022 " class="align-text-top noRightClick twitterSection" data="
(File pic) pic.twitter.com/bPioKK6IPJ
">Enforcement Directorate (ED) summons Shiv Sena MP Sanjay Raut on June 28, in connection with Patra Chawl land scam case
— ANI (@ANI) June 27, 2022
(File pic) pic.twitter.com/bPioKK6IPJEnforcement Directorate (ED) summons Shiv Sena MP Sanjay Raut on June 28, in connection with Patra Chawl land scam case
— ANI (@ANI) June 27, 2022
(File pic) pic.twitter.com/bPioKK6IPJ
ସମନ ମୁତାବକ, ରାଉତ ଆସନ୍ତାକାଲି(ମଙ୍ଗଳବାର) ମୁମ୍ବାଇର ଇଡି କାର୍ଯ୍ୟାଳୟରେ ହାଜର ହୋଇ ଜେରାର ସମ୍ମୁଖୀନ ହେବେ । ଇଡି ଯୁଗ୍ମ ନିର୍ଦ୍ଦେଶକ ସତ୍ୟବ୍ରତ କମାରଙ୍କ ପକ୍ଷରୁ ଏହି ସୂଚନା ଦିଆଯାଇଛି । ଏହି ମାମଲାରେ ପୂର୍ବରୁ ସଞ୍ଜୟ ଓ ତାଙ୍କ ପତ୍ନୀଙ୍କୁ ମଧ୍ୟ ସମନ ଜାରି କରିସାରିଛି ତଦନ୍ତକାରୀ ସଂସ୍ଥା । ଏହି ଘୋଟାଲାରେ ସମ୍ପୃକ୍ତି ଅଭିଯୋଗରେ ରାଉତଙ୍କର କିଛି ସମ୍ପତ୍ତି ମଧ୍ୟ ଜବତ କରିଥିଲା ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ।
ବ୍ୟୁରୋ ରିପୋର୍ଟ, ଇଟିଭି ଭାରତ