ETV Bharat / bharat

ଦୁଇ ଦିନିଆ ଭାରତ ଗସ୍ତରେ ଆସୁଛନ୍ତି ବ୍ରିଟେନ ପ୍ରଧାନମନ୍ତ୍ରୀ

author img

By

Published : Apr 17, 2022, 4:09 PM IST

ଆସନ୍ତା ୨୧ ତାରିଖରେ ଦୁଇ ଦିନିଆ ଭାରତ ଗସ୍ତରେ ଆସୁଛନ୍ତି ବ୍ରିଟେନ ପ୍ରଧାନମନ୍ତ୍ରୀ ବୋରିସ୍ ଜନସନ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ରହିଛି ବିଭିନ୍ନ ଗୁରୁତ୍ବପୂର୍ଣ୍ଣ ଦ୍ବିପାକ୍ଷିକ ଚୁକ୍ତି ନେଇ ଆଲୋଚନା । ଅଧିକ ପଢନ୍ତୁ

ଦୁଇ ଦିନିଆ ଗସ୍ତରେ ଆସୁଛନ୍ତି ବ୍ରିଟେନ ପ୍ରଧାନମନ୍ତ୍ରୀ ବୋରିସ୍ ଜନସନ

ନୂଆଦିଲ୍ଲୀ: ଚଳିତ ମାସ ୨୧ ତାରିଖରେ ଦୁଇ ଦିନିଆ ଭାରତ ଗସ୍ତରେ ଆସୁଛନ୍ତି ବ୍ରିଟେନ ପ୍ରଧାନମନ୍ତ୍ରୀ ବୋରିସ୍ ଜନସନ । ଏହି ଦୁଇ ଦିନିଆ ଗସ୍ତରେ ସେ ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ ବିଭିନ୍ନ ଗୁରୁତ୍ବପୂର୍ଣ୍ଣ ଦ୍ବିପାକ୍ଷିକ ଚୁକ୍ତି ବିଷୟରେ ଆଲୋଚନା କରିବେ । ଏନେଇ ଭାରତୀୟ ବୈଦେଶିକ ବ୍ୟାପାର ମନ୍ତ୍ରଣାଳୟ ପକ୍ଷରୁ ସୂଚନା ମିଳିଛି । ୨୧ ତାରିଖରେ ଜନସନ ପ୍ରଥମେ ଅହମ୍ମଦାବାଦ ଏୟାରପୋର୍ଟରେ ପହଞ୍ଚିବା ପରେ ଦିଲ୍ଲୀ ଅଭିମୁଖେ ଗସ୍ତ କରିବେ ।

ବୈଦେଶିକ ବ୍ୟାପାର ମନ୍ତ୍ରଣାଳୟର ପକ୍ଷରୁ ଜାରି ହୋଇଥିବା ପ୍ରେସ ବିବୃତ୍ତି ଅନୁସାରେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନିମନ୍ତ୍ରଣ କ୍ରମେ ବ୍ରିଟେନ ପ୍ରଧାନମନ୍ତ୍ରୀ ବୋରିସ ଜନସନ ଏପ୍ରିଲ ୨୧-୨୨ ତାରିଖରେ ଭାରତକୁ ଏକ ସରକାରୀ ଗସ୍ତରେ ଆସୁଛନ୍ତି । ତାଙ୍କର ଏହି ଗସ୍ତରେ ଦୁଇ ରାଷ୍ଟ୍ର ମୁଖ୍ୟ ବାଣିଜ୍ୟିକ ଓ ପ୍ରତିରକ୍ଷା ବିଷୟରେ ଆଲୋଚନା କରିବେ ।

ଏଥିସହ ୟୁକ୍ରେନ ସଂଙ୍କଟ ନେଇ ମଧ୍ୟ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ବୋରିସ ଜନସନଙ୍କ ମଧ୍ୟରେ ଆଲୋଚନା ହେବାର ସମ୍ଭାବନା ରହିଛି । ସେହିଭଳି ଦୁଇ ଦେଶର ପ୍ରଧାନମନ୍ତ୍ରୀଙ୍କ ମଧ୍ୟରେ ଦ୍ବିପାକ୍ଷିକ ସମ୍ପର୍କ ଆହୁରି ମଜବୁତ କରିବା ଲାଗି ଆଲୋଚନା କରିବେ ଓ ରୋଡମ୍ୟାପ ୨୦୩୦ରେ କାର୍ଯ୍ୟକାରିତା ନେଇ ସମୀକ୍ଷା କରିବେ । ସେହିପରି ଆଞ୍ଚଳିକ ଓ ବିଶ୍ବ ସ୍ତରୀୟ ସମସ୍ୟା ନେଇ ମୋଦି ଓ ଜନସନଙ୍କ ମଧ୍ୟରେ ଗୁରୁତ୍ବପୂର୍ଣ୍ଣ ଆଲୋଚନା ହେବାକୁ ଥିବାରୁ ଜନସନଙ୍କ ଏହି ଗସ୍ତ ବେଶ୍‌ ଗୁରୁତ୍ବପୂର୍ଣ୍ଣ ରହିଛି । ବ୍ରିଟେନ ପ୍ରଧାନମନ୍ତ୍ରୀଙ୍କ ପାଇଁ ୨୨ ତାରିଖରେ ରାଷ୍ଟ୍ରପତି ଭବନରେ ଏକ ଭବ୍ୟ ସ୍ବାଗତ ଓ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମ ରହିଛି ।

ଅନ୍ଯପଟେ ଭାରତ ଏବଂ ବ୍ରିଟେନ ମଧ୍ୟରେ ଏକ ଦୀର୍ଘ ଏବଂ ଐତିହାସିକ ସମ୍ପର୍କକୁ ମଜବୁତ୍‌ କରୁଛି ବୋଲି ମନ୍ତ୍ରଣାଳୟ ପକ୍ଷରୁ ଜାରି ହୋଇଥିବା ବିବୃତ୍ତିରେ କୁହାଯାଇଛି । ତେବେ ୨୦୨୧ରେ ଭାରତ-ବ୍ରିଟେନ ମଧ୍ୟରେ ଭର୍ଚୁଆଲ୍ ଶିଖର ସମ୍ମିଳନୀରେ ଦୁଇ ଦେଶ ମଧ୍ୟରେ ଭାଗିଦାରୀକୁ ଆହୁରି ଉନ୍ନୀତ କରିଛି ।

For All Latest Updates

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.