ETV Bharat / bharat

Prafulla kar Demise: ଶୋକ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ-ମୁଖ୍ୟମନ୍ତ୍ରୀ

author img

By

Published : Apr 18, 2022, 9:26 AM IST

Updated : Apr 18, 2022, 12:44 PM IST

ବିଶିଷ୍ଟ ସଙ୍ଗୀତଜ୍ଞ ପଦ୍ମଶ୍ରୀ ପ୍ରଫୁଲ୍ଲ କରଙ୍କ ନିଧନ ହୋଇଛି । 83 ବର୍ଷ ବୟସରେ ଆଖି ବୁଜିଛନ୍ତି ସଙ୍ଗୀତ ଯାଦୁକର ପ୍ରଫୁଲ୍ଲ । ତାଙ୍କ ଦେହାନ୍ତରେ ଗଭୀର ଶୋକ ପ୍ରକାଶ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଅଧିକ ପଢନ୍ତୁ

ପ୍ରଧାନମନ୍ତ୍ରୀଙ୍କ ଶୋକ
ପ୍ରଧାନମନ୍ତ୍ରୀଙ୍କ ଶୋକ

ନୂଆଦିଲ୍ଲୀ: ବିଶିଷ୍ଟ ସଙ୍ଗୀତଜ୍ଞ ପଦ୍ମଶ୍ରୀ ପ୍ରଫୁଲ୍ଲ କରଙ୍କ ନିଧନ ହୋଇଛି । 83 ବର୍ଷ ବୟସରେ ଆଖି ବୁଜିଛନ୍ତି ସଙ୍ଗୀତ ଯାଦୁକର ପ୍ରଫୁଲ୍ଲ । ଓଡ଼ିଆ ସଂଗୀତ ଜଗତର ସୁନାମଧନ୍ୟ ସଙ୍ଗୀତ ନିର୍ଦ୍ଦେଶକ, ଗାୟକ, ଓ ଗୀତିକାର ପ୍ରଫୁଲ୍ଲ କର । ସବୁଦିନ ପାଇଁ ନୀରବି ଯାଇଛନ୍ତି । ତାଙ୍କ ଦେହାନ୍ତରେ ଗଭୀର ଶୋକ ପ୍ରକାଶ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

ଟ୍ବିଟ କରି ମୋଦି କହିଛନ୍ତି, ପ୍ରଫୁଲ୍ଲ କରଙ୍କ ଦେହାନ୍ତ ଖବର ଶୁଣି ମର୍ମାହତ । ଓଡ଼ିଆ ସଂଗୀତ ଓ ସଂସ୍କୃତି ପାଇଁ ତାଙ୍କର ଅନନ୍ୟ ଯୋଗଦାନ ତାଙ୍କୁ ସ୍ମରଣୀୟ କରି ରଖିବ । ପ୍ରଫୁଲ୍ଲ କର ଅନେକ ପ୍ରତିଭାର ଅଧିକାରୀ ଏବଂ ତାଙ୍କର ସୃଜନଶୀଳତା କାର୍ଯ୍ୟରେ ପ୍ରତିଫଳିତ ହୋଇଛି । ତାଙ୍କ ପରିବାର ଏବଂ ପ୍ରଶଂସକଙ୍କୁ ସମବେଦନା ଜଣାଉଛନ୍ତି ପ୍ରଧାନମନ୍ତ୍ରୀ ।

  • ଶ୍ରୀଯୁକ୍ତ ପ୍ରଫୁଲ୍ଲ କରଙ୍କ ଦେହାନ୍ତ ଖବର ଶୁଣି ମର୍ମାହତ । ଓଡ଼ିଆ ସଂଗୀତ ଓ ସଂସ୍କୃତି ପାଇଁ ତାଙ୍କର ଅନନ୍ୟ ଯୋଗଦାନ ତାଙ୍କୁ ସ୍ମରଣୀୟ କରି ରଖିବ । ଶ୍ରୀଯୁକ୍ତ କର ଅନେକ ପ୍ରତିଭାର ଅଧିକାରୀ ଏବଂ ତାଙ୍କର ସୃଜନଶୀଳତା କାର୍ଯ୍ୟରେ ପ୍ରତିଫଳିତ ହୁଏ । ପରିବାର ଏବଂ ପ୍ରଶଂସକଙ୍କୁ ସମବେଦନା ଜଣାଉଛି । ଓଁ ଶାନ୍ତି ।

    — Narendra Modi (@narendramodi) April 18, 2022 " class="align-text-top noRightClick twitterSection" data=" ">

ପ୍ରଫୁଲ୍ଲ କରଙ୍କ ବିୟୋଗରେ ଶୋକପ୍ରକାଶ କରିଛନ୍ତି ଆନ୍ଧ୍ରପ୍ରଦେଶ ରାଜ୍ୟପାଳ ବିଶ୍ବଭୂଷଣ ହରିଚନ୍ଦନ । ଟ୍ବିଟ କରି କହିଛନ୍ତି ଓଡ଼ିଶାର ସୁନାମଧନ୍ୟ ସଂଗୀତ ନିର୍ଦ୍ଦେଶକ ତଥା କଣ୍ଠଶିଳ୍ପୀ ପ୍ରଫୁଲ୍ଲ କରଙ୍କ ବିୟୋଗରେ ଅତ୍ୟନ୍ତ ମର୍ମାହତ ଓ ଦୁଃଖିତ । ଓଡ଼ିଶାର ସଂଗୀତ ଓ କଳା କ୍ଷେତ୍ରରୁ ଏକ ଉଜ୍ଜଳ ନକ୍ଷତ୍ରର ଅବସାନ ଘଟିବାକୁ ନେଇ ଶୋକ ବ୍ୟକ୍ତ କରିଛନ୍ତି ଆନ୍ଧ୍ର ରାଜ୍ୟପାଳ ।

  • ଓଡ଼ିଶାର ସୁନାମଧନ୍ୟ ସଂଗୀତ ନିର୍ଦେଶକ ତଥା କଣ୍ଠଶିଳ୍ପୀ ପ୍ରଫୁଲ୍ଲ କରଙ୍କ ବିୟୋଗରେ ଆନ୍ଧ୍ର ପ୍ରଦେଶ ରାଜ୍ୟପାଳ ଶ୍ରୀ ବିଶ୍ୱଭୂଷଣ ହରିଚନ୍ଦନ ଗଭୀର ଶୋକ ପ୍ରକାଶ କରିଛନ୍ତି l ଶ୍ରୀ କରଙ୍କ ବିୟୋଗରେ ସେ ଅତ୍ୟନ୍ତ ମର୍ମାହତ ଓ ଦୁଃଖିତ ହେବା ସହିତ ଓଡ଼ିଶାର ସଂଗୀତ ଓ କଳା କ୍ଷେତ୍ରରୁ ଏକ ଉଜ୍ଜଳ ନକ୍ଷତ୍ରର ଅବସାନ ଘଟିବା ବ୍ୟକ୍ତ କରିଛନ୍ତି l

    — Biswa Bhusan Harichandan (@BiswabhusanHC) April 18, 2022 " class="align-text-top noRightClick twitterSection" data=" ">

ପଦ୍ମଶ୍ରୀ ପ୍ରଫୁଲଙ୍କ ଦେହାନ୍ତରେ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବିଶିଷ୍ଟ ସଙ୍ଗୀତଜ୍ଞ ପ୍ରଫୁଲ୍ଲ କରଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ । ତାଙ୍କ ବିୟୋଗ ଓଡ଼ିଆ ସଙ୍ଗୀତ ଜଗତରେ ଏକ ଯୁଗର ଅବସାନ ଘଟାଇଛି ବୋଲି ଟ୍ବିଟ କରିଛନ୍ତି ମୁଖ୍ୟମନ୍ତ୍ରୀ । ତାଙ୍କର ସ୍ୱତନ୍ତ୍ର ସଙ୍ଗୀତ ରଚନା ଶୈଳୀ ଲୋକଙ୍କ ହୃଦୟରେ ତାଙ୍କୁ ସର୍ବଦା ଅମର କରି ରଖିବ । ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ମୋର ସମବେଦନା ଜଣାଇବା ସହ ତାଙ୍କ ଅମର ଆତ୍ମାର ସଦଗତି କାମନା କରଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

  • ବିଶିଷ୍ଟ ସଙ୍ଗୀତଜ୍ଞ ପ୍ରଫୁଲ୍ଲ କରଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ। ତାଙ୍କ ବିୟୋଗ ଓଡ଼ିଆ ସଙ୍ଗୀତ ଜଗତରେ ଏକ ଯୁଗର ଅବସାନ ଘଟାଇଛି। ତାଙ୍କର ସ୍ୱତନ୍ତ୍ର ସଙ୍ଗୀତ ରଚନା ଶୈଳୀ ଲୋକଙ୍କ ହୃଦୟରେ ତାଙ୍କୁ ସର୍ବଦା ଅମର କରି ରଖିବ। ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ମୋର ସମବେଦନା ଜଣାଇବା ସହ ତାଙ୍କ ଅମର ଆତ୍ମାର ସଦଗତି କାମନା କରୁଛି।

    — Naveen Patnaik (@Naveen_Odisha) April 18, 2022 " class="align-text-top noRightClick twitterSection" data=" ">

ସେହିପରେ ପ୍ରଫୁଲ୍ଲ କରଙ୍କ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି ରାଜ୍ୟପାଳ ଗଣେଶୀ ଲାଲ । ଓଡିଶା ସଙ୍ଗୀତ ଜଗତର କିମ୍ବଦନ୍ତୀ ସଙ୍ଗୀତଜ୍ଞ ପଦ୍ମଶ୍ରୀ ପ୍ରଫୁଲ୍ଲ କରଙ୍କ ପରଲୋକରେ ରାଜ୍ୟପାଳ ଗଭୀର ଶୋକ ପ୍ରକାଶ କରିଛନ୍ତି l ଗାୟକ, ନିର୍ଦ୍ଦେଶକ ତଥା ଗୀତିକାର ଭାବରେ ତାଙ୍କର କୃତି ଓ କୀର୍ତ୍ତି ଚିର ସ୍ମରଣୀୟ ରହିବ ବୋଲି ଟ୍ବିଟ କରି କହିଛନ୍ତି ରାଜ୍ୟପାଳ । ଶୋକସନ୍ତପ୍ତ ପରିବାରବର୍ଗ ଓ ପ୍ରଫୁଲ୍ଲ ସଙ୍ଗୀତପ୍ରେମୀମାନଙ୍କୁ ସମବେଦନା ଜଣାଇଛନ୍ତି ଗଣେଶୀ ଲାଲ ।

  • ଓଡିଶା ସଙ୍ଗୀତ ଜଗତର କିମ୍ବଦନ୍ତୀ ସଙ୍ଗୀତଜ୍ଞ ପଦ୍ମଶ୍ରୀ ପ୍ରଫୁଲ୍ଲ କରଙ୍କ ପରଲୋକରେ ମାନ୍ୟବର ରାଜ୍ୟପାଳ ଗଭୀର ଶୋକ ପ୍ରକାଶ କରିଛନ୍ତି l ଗାୟକ, ନିର୍ଦ୍ଦେଶକ ତଥା ଗୀତିକାର ଭାବରେ ତାଙ୍କର କୃତି ଓ କୀର୍ତ୍ତି ଚିର ସ୍ମରଣୀୟ ରହିବ ବୋଲି ପ୍ରକାଶ କରି ଶୋକସନ୍ତପ୍ତ ପରିବାରବର୍ଗ ଓ ପ୍ରଫୁଲ୍ଲ ସଙ୍ଗୀତପ୍ରେମୀମାନଙ୍କୁ ସମବେଦନା ଜଣାଇଛନ୍ତି l

    — Governor Odisha (@GovernorOdisha) April 18, 2022 " class="align-text-top noRightClick twitterSection" data=" ">

ଅନ୍ୟପଟେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶୋକ ପ୍ରକାଶ କରିଛନ୍ତି । କାଳଜୟୀ ସଙ୍ଗୀତର ସ୍ରଷ୍ଟା ତଥା ଓଡିଶା ସଙ୍ଗୀତ ଜଗତର ଏହି ମହାନ ଗୀତିକାର, ନିର୍ଦ୍ଦେଶକ, ସାହିତ୍ୟିକ ଓ ସ୍ତମ୍ଭକାର ପଦ୍ମଶ୍ରୀ ପ୍ରଫୁଲ୍ଲ କରଙ୍କ ଦେହାନ୍ତରେ ଶୋକପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଟ୍ବିଟ କରି ଧର୍ମେନ୍ଦ୍ର ଲେଖିଛନ୍ତି ଓଡ଼ିଆ ସଙ୍ଗୀତ ଜଗତର ଲୋକପ୍ରିୟ ସଙ୍ଗୀତ ନିର୍ଦ୍ଦେଶକ, କଣ୍ଠଶିଳ୍ପୀ, ଗୀତିକାର ପଦ୍ମଶ୍ରୀ ପ୍ରଫୁଲ୍ଲ କରଙ୍କ ବିୟୋଗ ଖବର ଶୁଣି ମୁଁ ଦୁଃଖିତ ଓ ମର୍ମାହତ । ଶାସ୍ତ୍ରୀୟ ଓଡ଼ିଶୀ ସଙ୍ଗୀତ, ସିନେମା ଓ ଆଧୁନିକ ସଙ୍ଗୀତରେ ତାଙ୍କର ଜୀବନବ୍ୟାପୀ ସାଧନା ପାଇଁ ସେ ଲୋକଙ୍କ ମନରେ ଚିର ସ୍ମରଣୀୟ ହୋଇ ରହିବେ ।

  • ଓଡ଼ିଆ ସଂଗୀତ ଜଗତର ଲୋକପ୍ରିୟ ସଂଗୀତ ନିର୍ଦ୍ଦେଶକ, କଣ୍ଠଶିଳ୍ପୀ, ଗୀତିକାର ପଦ୍ମଶ୍ରୀ ପ୍ରଫୁଲ୍ଲ କରଙ୍କ ବିୟୋଗ ଖବର ଶୁଣି ମୁଁ ଦୁଃଖିତ ଓ ମର୍ମାହତ । ଶାସ୍ତ୍ରୀୟ ଓଡ଼ିଶୀ ସଙ୍ଗୀତ, ସିନେମା ଓ ଆଧୁନିକ ସଙ୍ଗୀତରେ ତାଙ୍କର ଜୀବନବ୍ୟାପୀ ସାଧନା ପାଇଁ ସେ ଲୋକଙ୍କ ମନରେ ଚିର ସ୍ମରଣୀୟ ହୋଇ ରହିବେ । pic.twitter.com/VrnyPDjKAy

    — Dharmendra Pradhan (@dpradhanbjp) April 17, 2022 " class="align-text-top noRightClick twitterSection" data=" ">

ସେ ଆହୁରି କହିଛନ୍ତି, ସେ ଜଣେ ଅମାୟିକ ଓ ସ୍ନେହୀ ସ୍ୱଭାବର ବ୍ୟକ୍ତି ଥିଲେ । ସଙ୍ଗୀତ ଜଗତ ପ୍ରତି ତାଙ୍କର ଭଲପାଇବା ଓ ଏକାଗ୍ରତା ଥିଲା ବିରଳ, ଯାହା ସେ ଅତୀତରେ ପ୍ରମାଣିତ କରିଥିଲେ । ଅନେକ ସମ୍ମାନର ଅଧିକାରୀ ପ୍ରଫୁଲ୍ଲ କରଙ୍କ ବିୟୋଗରେ ଓଡ଼ିଆ ସଙ୍ଗୀତ ଜଗତରେ ଏକ ଯୁଗର ଅବସାନ ଘଟିଛି । ସ୍ୱର୍ଗତ କରଙ୍କ ପ୍ରତିଟି କାଳଜୟୀ ଗୀତ ତାଙ୍କୁ ସବୁ ଦିନ ପାଇଁ ଅମର କରି ରଖିବ । ଦିବଙ୍ଗତ ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ସମବେଦନା ଜଣାଇଛନ୍ତି ଧର୍ମେନ୍ଦ୍ର ।

ପ୍ରକାଶ ଥାଉ କି, ରବିବାର ବିଳମ୍ବିତ ରାତିରେ 83 ବର୍ଷ ବୟସରେ ସମସ୍ତଙ୍କୁ ଛାଡି ଚାଲି ଯାଇଛନ୍ତି ପ୍ରଫୁଲ୍ଲ କର । ଆଜି ପୁରୀ ସ୍ବର୍ଗଦ୍ବାରରେ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଶେଷ କୃତ୍ୟ ସମ୍ପର୍ଣ୍ଣ ହେବ । ଉପସ୍ଥିତ ରହିବେ ରାଜ୍ୟ ସରକାରଙ୍କ ଦୁଇ ମନ୍ତ୍ରୀ ।

ବ୍ଯୁରୋ ରିପୋର୍ଟ, ଇଟିଭି ଭାରତ

Last Updated : Apr 18, 2022, 12:44 PM IST
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.