ଭୁବନେଶ୍ବର: ବରିଷ୍ଠ କଂଗ୍ରେସ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ହେମାନନ୍ଦ ବିଶ୍ବାଳଙ୍କ ଦେହାନ୍ତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୋକ ପ୍ରକାଶ କରିଛନ୍ତି । ପ୍ରଧାନମନ୍ତ୍ରୀ କହିଛନ୍ତି ଯେ, ‘ଅନେକ ବର୍ଷ ଧରି ହେମାନନ୍ଦ ରାଜନୈତିକ ଓ ସାମାଜିକ ଜୀବନରେ ସକ୍ରିୟ ଥିଲେ । ଲୋକଙ୍କ ପାଇଁ ଅନେକ କାର୍ଯ୍ୟ କରିଥିଲେ । ତାଙ୍କ ବିୟୋଗରେ ମୁଁ ଦୁଃଖିତ ’। ଏହି ଦୁଃଖଦ ସମୟରେ ତାଙ୍କ ଶୋକସନ୍ତପ୍ତ ପରିବାର ଓ ସମର୍ଥକଙ୍କୁ ପ୍ରଧାନମନ୍ତ୍ରୀ ଓଡିଆ ଭାଷାରେ ଟ୍ବିଟ କରି ସମବେଦନା ଜଣାଇଛନ୍ତି ।
-
ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ଶ୍ରୀ ହେମାନନ୍ଦ ବିଶ୍ୱାଳ ଜୀଙ୍କର ବିୟୋଗରେ ଦୁଃଖିତ । ସେ ଅନେକ ବର୍ଷ ଧରି ରାଜନୀତିରେ ସକ୍ରିୟ ଥିଲେ ଏବଂ ଲୋକଙ୍କ ପାଇଁ ଅନେକ କାର୍ଯ୍ୟ କରିଥିଲେ । ଏହି ଦୁଃଖଦ ସମୟରେ ଶୋକସନ୍ତପ୍ତ ପରିବାର ଏବଂ ସମର୍ଥକଙ୍କୁ ମୋର ସମବେଦନା । ଓଁ ଶାନ୍ତି
— Narendra Modi (@narendramodi) February 25, 2022 " class="align-text-top noRightClick twitterSection" data="
">ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ଶ୍ରୀ ହେମାନନ୍ଦ ବିଶ୍ୱାଳ ଜୀଙ୍କର ବିୟୋଗରେ ଦୁଃଖିତ । ସେ ଅନେକ ବର୍ଷ ଧରି ରାଜନୀତିରେ ସକ୍ରିୟ ଥିଲେ ଏବଂ ଲୋକଙ୍କ ପାଇଁ ଅନେକ କାର୍ଯ୍ୟ କରିଥିଲେ । ଏହି ଦୁଃଖଦ ସମୟରେ ଶୋକସନ୍ତପ୍ତ ପରିବାର ଏବଂ ସମର୍ଥକଙ୍କୁ ମୋର ସମବେଦନା । ଓଁ ଶାନ୍ତି
— Narendra Modi (@narendramodi) February 25, 2022ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ଶ୍ରୀ ହେମାନନ୍ଦ ବିଶ୍ୱାଳ ଜୀଙ୍କର ବିୟୋଗରେ ଦୁଃଖିତ । ସେ ଅନେକ ବର୍ଷ ଧରି ରାଜନୀତିରେ ସକ୍ରିୟ ଥିଲେ ଏବଂ ଲୋକଙ୍କ ପାଇଁ ଅନେକ କାର୍ଯ୍ୟ କରିଥିଲେ । ଏହି ଦୁଃଖଦ ସମୟରେ ଶୋକସନ୍ତପ୍ତ ପରିବାର ଏବଂ ସମର୍ଥକଙ୍କୁ ମୋର ସମବେଦନା । ଓଁ ଶାନ୍ତି
— Narendra Modi (@narendramodi) February 25, 2022
ପୂର୍ବତନ ମୁଖ୍ୟମନ୍ତ୍ରୀ ହେମାନନ୍ଦ ବିଶ୍ବାଳଙ୍କ ବିୟୋଗରେ ରାଜ୍ୟ ଜଳ ସମ୍ପଦ, ସୂଚନା ଓ ଲୋକସମ୍ପର୍କ ମନ୍ତ୍ରୀ ରଘୁନନ୍ଦନ ଦାସ ମଧ୍ୟ ଶୋକ ପ୍ରକାଶ କରିଛନ୍ତି । ମନ୍ତ୍ରୀ ଶୋକ ବାର୍ତ୍ତାରେ କହିଛନ୍ତି ଯେ, ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ବର୍ଗତ ବିଶ୍ବାଳ ତାଙ୍କର ଲୋକପ୍ରିୟତା ଓ ସାଙ୍ଗଠନିକ ଦକ୍ଷତା ଯୋଗୁଁ ଦୁଇଥର ମୁଖ୍ୟମନ୍ତ୍ରୀ ହେବା ସହ ଓଡିଶା ରାଜନୀତିରେ ସକ୍ରିୟ ଅଂଶଗ୍ରହଣ କରିଥିଲେ l ତାଙ୍କ ବିୟୋଗରେ ଓଡିଶା ରାଜନୈତିକ କ୍ଷେତ୍ରରେ ଅପୂରଣୀୟ କ୍ଷତି ଘଟିଛି । ଦିବଙ୍ଗତ ଆମରଆତ୍ମାର ସଦଗତି କାମନା ପୂର୍ବକ ଶୋକ ସନ୍ତପ୍ତ ପରବାରବର୍ଗଙ୍କ ପ୍ରତି ସେ ଗଭୀର ସମବେଦନା ଜଣାଇଛନ୍ତି ।
ରାଜ୍ୟର ପ୍ରଥମ ଆଦିବାସୀ ମୁଖ୍ୟମନ୍ତ୍ରୀଙ୍କ ମୃତ୍ୟୁରେ ରାଜ୍ୟ ଜଙ୍ଗଲ, ପରିବେଶ ଏବଂ ସଂସଦୀୟ ବ୍ୟାପାର ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ବି ଶୋକ ପ୍ରକାଶ କରିଛନ୍ତି । ମନ୍ତ୍ରୀ ଶୋକବାର୍ତ୍ତାରେ କହିଛନ୍ତି ଯେ, ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ବର୍ଗତ ବିଶ୍ବାଳ ଜଣେ ଲୋକପ୍ରିୟ ରାଜନେତା ଥିଲେ । ସେଥିପାଇଁ ସେ ଓଡିଶାର ଉପମୁଖ୍ୟମନ୍ତ୍ରୀ ଏବଂ ଦୁଇଥର ମୁଖ୍ୟମନ୍ତ୍ରୀ ହୋଇପାରିଥିଲେ । ଜଣେ ଟାଣୁଆ ଓ ଲୋକପ୍ରିୟ ଜନନେତା ଭାବେ ସମଗ୍ର ଓଡିଶା ବିଶେଷ କରି ପଶ୍ଚିମ ଓଡିଶାରେ ସେ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିପାରିଥିଲେ । ଜନଜାତି ଓ ଅବହେଳିତ ବର୍ଗର ଉନ୍ନତି ପାଇଁ ତାଙ୍କର ଅବଦାନ ସ୍ମରଣୀୟ ହୋଇ ରହିବ । ତାଙ୍କ ବିୟୋଗ ଓଡିଶା ରାଜନୈତିକ କ୍ଷେତ୍ରରେ ଅପୂରଣୀୟ କ୍ଷତି । ସ୍ବର୍ଗତ ଆମର ଆତ୍ମାର ସଦଗତି କାମନା ପୂର୍ବକ ଶୋକସନ୍ତପ୍ତ ପରବାରବର୍ଗଙ୍କ ପ୍ରତି ସେ ଗଭୀର ସମବେଦନା ଜଣାଇଛନ୍ତି ।
-
ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବରିଷ୍ଠ ରାଜନେତା ହେମାନନ୍ଦ ବିଶ୍ୱାଳଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ। ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ମୋର ସମବେଦନା ଜଣାଉଛି।
— Pratap Jena (@jenapratap66) February 25, 2022 " class="align-text-top noRightClick twitterSection" data="
">ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବରିଷ୍ଠ ରାଜନେତା ହେମାନନ୍ଦ ବିଶ୍ୱାଳଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ। ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ମୋର ସମବେଦନା ଜଣାଉଛି।
— Pratap Jena (@jenapratap66) February 25, 2022ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବରିଷ୍ଠ ରାଜନେତା ହେମାନନ୍ଦ ବିଶ୍ୱାଳଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ। ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ମୋର ସମବେଦନା ଜଣାଉଛି।
— Pratap Jena (@jenapratap66) February 25, 2022
ହେମାନନ୍ଦ ବିଶ୍ବାଳଙ୍କ ବିୟୋଗରେ ପଞ୍ଚାୟତରାଜ ମନ୍ତ୍ରୀ ପ୍ରତାପ ଜେନା ଗଭୀର ଶୋକ ପ୍ରକାଶ କରିଛନ୍ତି । ମନ୍ତ୍ରୀ ଏକ ଶୋକ ବାର୍ତ୍ତାରେ ସ୍ବର୍ଗତ ବିଶ୍ବାଳଙ୍କୁ ଜଣେ ଦକ୍ଷ ଓ ଲୋକପ୍ରିୟ ରାଜନେତା ଭାବେ ବର୍ଣ୍ଣନା କରିଛନ୍ତି । ସମାଜର ଅବହେଳିତ ବର୍ଗର ଲୋକଙ୍କ ଉନ୍ନତି ତଥା ରାଜ୍ୟର ସାମୁହିକ ପ୍ରଗତି ପାଇଁ ତାଙ୍କର ଅବଦାନ ସ୍ମରଣୀୟ ହୋଇ ରହିବ ବୋଲି ସେ କହିଛନ୍ତି । ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ଗଭୀର ସମବେଦନା ଜଣାଇବା ସହ ଦିବଙ୍ଗତ ଆତ୍ମାର ସଦଗତି କାମନା କରିଛନ୍ତି ।
ଭୁବନେଶ୍ବରରୁ ଭବାନୀ ଶଙ୍କର ଦାସ, ଇଟିଭି ଭାରତ