ନୂଆଦିଲ୍ଲୀ: ୟୁକ୍ରେନ ସଙ୍କଟକୁ ନେଇ ପୁଣି ପ୍ରଧାନମନ୍ତ୍ରୀଙ୍କ ଅଧ୍ଯକ୍ଷତାରେ ଆଜି ଆଉ ଏକ ଗୁରୁତ୍ବପୂର୍ଣ୍ଣ ବୈଠକ ବସିଛି । ତେବେ ୟୁକ୍ରେନକୁ ସଙ୍କଟ ଦିନକୁ ଦିନ ଜଟିଳ ହେଉଥିବାରୁ ପ୍ରଧାନମନ୍ତ୍ରୀ ଏହି ବୈଠକ ଡାକିଛନ୍ତି । ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ଏହି ବୈଠକ କିଛି ସମୟ ମଧ୍ୟରେ ଅନୁଷ୍ଠିତ ହେବ ।
ତେବେ ଭାରତୀୟ ଉଦ୍ଧାର କରିବା ପାଇଁ ସରକାର ସବୁ ପ୍ରକାର ପ୍ରସ୍ତୁତି ଜାରି ରଖି ଥିବା ବେଳେ ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରରେ ଏହା ତୃତୀୟ ବୈଠକ ଅନୁଷ୍ଠିତ ହେବ । ସୂଚନା ଅନୁସାରେ ୟୁକ୍ରେନ ସଙ୍କଟ ଉପରେ ଆଲୋଚନା କରିବା ପାଇଁ ଆଜି(ସୋମବାର) ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ଉଚ୍ଚସ୍ତରୀୟ ବୈଠକ କରିଛନ୍ତି । ଏହି ବୈଠକରେ ୟୁକ୍ରେନରେ ଫସି ରହିଥିବା ଭାରତୀୟ ଛାତ୍ରଛାତ୍ରୀଙ୍କୁ ଉଦ୍ଧାର କରିବା ପାଇଁ ଆଲୋଚନା ହୋଇଛି ।
ସେହିପରି ୟୁକ୍ରେନର ପଡ଼ୋଶୀ ରାଷ୍ଟ୍ରକୁ ୪ ଜଣ ମନ୍ତ୍ରୀଙ୍କୁ ମୋଦି ପଠାଇବେ । ଏହି ମନ୍ତ୍ରୀ ସେଠାରେ ଉଦ୍ଧାର କାର୍ଯ୍ୟରେ ସହଯୋଗ କରିବେ ବୋଲି ଜଣାପଡିଛି ।
ବ୍ୟୁରୋ ରିପୋର୍ଟ, ଇଟିଭି ଭାରତ