ETV Bharat / bharat

ପୁରୀ ଓ କଟକ ରେଳ ଷ୍ଟେସନର ପୁନଃବିକାଶ କାର୍ଯ୍ୟ ଭିତ୍ତିପ୍ରସ୍ତର ରଖିବେ ପ୍ରଧାନମନ୍ତ୍ରୀ

author img

By

Published : May 17, 2023, 10:50 PM IST

ଓଡିଶାରେ ରେଳ ନେଟୱାର୍କର ୧୦୦ ପ୍ରତିଶତ ବିଦ୍ୟୁତିକରଣକୁ ପ୍ରଧାନମନ୍ତ୍ରୀ ଲୋକାର୍ପଣ କରିବେ । ଏହା ଅପରେଟିଂ ଏବଂ ରକ୍ଷଣାବେକ୍ଷଣ ମୂଲ୍ୟ ହ୍ରାସ କରିବ ଏବଂ ଆମଦାନୀ ହେଉଥିବା ଅଶୋଧିତ ତୈଳ ଉପରେ ର୍ନିଭରଶୀଳତା ହ୍ରାସ କରିବ । ଅଧିକ ପଢନ୍ତୁ

ପୁରୀ ଓ କଟକ ରେଳ ଷ୍ଟେସନର ପୁନଃବିକାଶ କାର୍ଯ୍ୟର ଭିତ୍ତିପ୍ରସ୍ତର ରଖିବେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭିଡିଓ କନଫରେନ୍ସିଂ ମାଧ୍ୟମରେ ଆସନ୍ତାକାଲି(ଗୁରୁବାର) ରାଜ୍ୟରେ ୮୦୦୦ କୋଟି ଟଙ୍କା ଏକାଧିକ ରେଳ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ ଓ ଉଦଘାଟନ କରିବେ ।

ପ୍ରଧାନମନ୍ତ୍ରୀ ଗୁରୁବାର ପ୍ରଥମ କାର୍ଯ୍ୟକ୍ରମ ଭାବେ ପୁରୀ ଏବଂ କଟକ ରେଳ ଷ୍ଟେସନର ପୁନଃବିକାଶ କାର୍ଯ୍ୟର ଭିତ୍ତିପ୍ରସ୍ତର ସ୍ଥାପନ କରିବେ । ପୁନଃବିକାଶ ହେଉଥିବା ଷ୍ଟେସନଗୁଡିକରେ ରେଳ ଯାତ୍ରୀମାନଙ୍କୁ ବିଶ୍ବ ସ୍ତରର ଅଭିଜ୍ଞତା ପ୍ରଦାନ କରୁଥିବା ସମସ୍ତ ଆଧୁନିକ ସୁବିଧା ରହିବ ।

ସେହିପରି ଓଡିଶାରେ ରେଳ ନେଟୱାର୍କର ୧୦୦ ପ୍ରତିଶତ ବିଦ୍ୟୁତିକରଣକୁ ପ୍ରଧାନମନ୍ତ୍ରୀ ଲୋକାର୍ପଣ କରିବେ । ଏହା ଅପରେଟିଂ ଏବଂ ରକ୍ଷଣାବେକ୍ଷଣ ମୂଲ୍ୟ ହ୍ରାସ କରିବ ଏବଂ ଆମଦାନୀ ହେଉଥିବା ଅଶୋଧିତ ତୈଳ ଉପରେ ର୍ନିଭରଶୀଳତା ହ୍ରାସ କରିବ ।

ଏହାବି ପଢନ୍ତୁ- ନୂଆ ରୂପ ପାଇବ କଟକ ଓ ପୁରୀ ରେଳ ଷ୍ଟେସନ, ନବୀକରଣ ପରେ ଏମିତି ଦେଖାଯିବ

ସେହିଭଳି ପ୍ରଧାନମନ୍ତ୍ରୀ ସମ୍ବଲପୁର-ଟିଟିଲାଗଡ ରେଳ ଲାଇନର ଦୋହରୀକରଣ, ଅନୁଗୁଳ-ସୁକିନ୍ଦା ମଧ୍ୟରେ ଏକ ନୂତନ ବ୍ରଡ ଗଜ ରେଳ ଲାଇନ, ମନୋହରପୁର-ରାଉରକେଲା-ଝାରସୁଗୁଡା-ଜାମଗା ମଧ୍ୟରେ ତୃତୀୟ ଲାଇନ ଏବଂ ଖୋର୍ଦ୍ଧା ବଲାଙ୍ଗୀର ରେଳପଥର ଅଶଂ ଭାବେ ବିଛୁପାଲି-ଝାରତରଭା (ସୋନପୁର) ମଧ୍ୟରେ ନୂତନ ବ୍ରଡ-ଗଜ ଲାଇନର ଲୋକାର୍ପଣ କରିବେ । ଓଡିଶାର ଇସ୍ପାତ‍ ଏବଂ ଖଣି କ୍ଷେତ୍ରରେ ଦ୍ରୁତ ଶିଳ୍ପ ବିକାଶ ହେତୁ ଏଗୁଡିକ ବର୍ଦ୍ଧିତ ପରିବହନ ଚାହିଦା ପୂରଣ କରିବ ଓ ଏହି ରେଳ ସେକ୍ସନରେ ଯାତ୍ରୀ ପରିବହନ ଉପରେ ଚାପକୁ ମଧ୍ୟ ହ୍ରାସ କରିବାରେ ସାହାଯ୍ୟ କରିବ ବୋଲି ରେଳମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି ।

ଅନ୍ୟପଟେ ଆସନ୍ତାକାଲି ଶେଷ କାର୍ଯ୍ୟକ୍ରମ ଭାବେ ପ୍ରଧାନମନ୍ତ୍ରୀ ମୋଦି ପୁରୀ ହାୱଡା (ପଶ୍ଚିମବଙ୍ଗ) ମଧ୍ୟରେ ବନ୍ଦେ ଭାରତ ଏକ୍ସପ୍ରେସକୁ ପତାକା ଦେଖାଇ ଶୁଭାରମ୍ଭ କରିବେ । ଏହି ଟ୍ରେନ ଓଡିଶାର ଖୋର୍ଦ୍ଧା, କଟକ, ଯାଜପୁର, ଭଦ୍ରକ, ବାଲେଶ୍ବର ଏବଂ ପଶ୍ଚିମବଙ୍ଗର ପଶ୍ଚିମ ମେଦିନୀପୁର, ପୂର୍ବ ମେଦିନୀପୁର ଜିଲ୍ଲା ଦେଇ ଚଳାଚଳ କରିବ । ଏହି ଟ୍ରେନ ରେଳଯାତ୍ରୀଙ୍କୁ ଦ୍ରୁତ, ଆରାମଦାୟକ ଏବଂ ସୁବିଧାଜନକ ଭ୍ରମଣ ଅଭିଜ୍ଞତା ପ୍ରଦାନ କରିବ । ନିର୍ଦ୍ଧାରିତ ଷ୍ଟେସନରେ ବନ୍ଦେ ଭାରତ ଏକ୍ସପ୍ରେସ 2 ମିନିଟ ଲେଖାଏଁ ରହିବ ।

ଏହି କାର୍ଯ୍ୟକ୍ରମରେ ରାଜ୍ୟପାଳ ଗଣେଶୀ ଲାଲ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଅଶ୍ବିନୀ ବୈଷ୍ଣବଙ୍କ ସମେତ ବହୁ ଲୋକ ପ୍ରତିନିଧି ସାମିଲ ହେବେ ।

ଏହାବି ପଢନ୍ତୁ- ସହରାଞ୍ଚଳ ରୂପାନ୍ତରଣରେ ରହିଛି ନିର୍ବାଚିତ ପୌର ପ୍ରତିନିଧିଙ୍କ ଗୁରୁତ୍ବପୂର୍ଣ୍ଣ ଭୂମିକା

ସୂଚନାଯୋଗ୍ଯଯେ ଓଡିଶାରୁ 3 ଟି ବନ୍ଦେ ଭାରତ ଏକ୍ସପ୍ରେସ ଚଳାଚଳା କରିବା ପାଇଁ ରାଜ୍ୟ ପରିବହନ ମନ୍ତ୍ରୀ ଟୁକୁନୀ ସାହୁ ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବଙ୍କୁ ଚିଠି ଲେଖି ଦାବି କରିଛନ୍ତି । ପରିବହନ ମନ୍ତ୍ରୀ ନିଜ ଚିଠିରେ ଦାବି କରିଛନ୍ତି ଭୁବନେଶ୍ବରରୁ ରାଉରକେଲା ଭାୟା ସମ୍ବଲପୁର ମଧ୍ୟରେ ଗୋଟିଏ, ଭୁବନେଶ୍ବରରୁ ହାଇଦ୍ରାବାଦ ମଧ୍ୟରେ ଗୋଟିଏ ବନ୍ଦେ ଭାରତ ଏକ୍ସପ୍ରେସ ଚଳାଚଳା କରିବା ପାଇଁ ଦାବି କରିଛନ୍ତି ।

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.