ଲକ୍ଷ୍ନୌ: ଅସୁସ୍ଥତା ହେତୁ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି ଉତ୍ତରପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ କଲ୍ୟାଣ ସିଂ । ଏନେଇ ଗତକାଲି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଲକ୍ଷ୍ନୌକୁ ଯାଇ କଲ୍ୟାଣ ସିଂଙ୍କ ସ୍ବାସ୍ଥ୍ୟବସ୍ଥା ପଚାରି ବୁଝିଛନ୍ତି । ଗତ ସପ୍ତାହରେ ହୃଦଘାତ ଏବଂ କିଡନୀ ଜନିତ ସମସ୍ୟା ଦେଖାଦେବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା ।
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ କଲ୍ୟାଣ ସିଂଙ୍କ ସ୍ବାସ୍ଥ୍ୟବସ୍ଥା ନେଇ ଚିନ୍ତିତ ଥିବା କହିଛନ୍ତି ନଡ୍ଡା । ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଏବଂ ଅନ୍ୟ ନେତାଙ୍କ ସହ କଲ୍ୟାଣ ସିଂଙ୍କୁ ଗତକାଲି ଜେପି ନଡ୍ଡା ଭେଟିବା ସହ କଲ୍ୟାଣ ସିଂଙ୍କ ଶୀଘ୍ର ଆରୋଗ୍ୟ ପାଇଁ ପ୍ରାର୍ଥନା କରିଥିଲେ । ଏହାପୂର୍ବରୁ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଏବଂ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ମଧ୍ୟ ଡାକ୍ତରଖାନାରେ କଲ୍ୟାଣ ସିଂଙ୍କୁ ଭେଟିଥିଲେ।
@ANI