ETV Bharat / bharat

Teachers Day 2023: ଆଜି ଦେଶର 75 ଜଣ ଶିକ୍ଷକଙ୍କୁ ସମ୍ମାନିତ କରିବେ ରାଷ୍ଟ୍ରପତି - ଜାତୀୟ ଶିକ୍ଷକ ପୁରସ୍କାର

ଆଜି ଦେଶର 75 ଶିକ୍ଷକଙ୍କୁ ଜାତୀୟ ଶିକ୍ଷକ ପୁରସ୍କାର ପ୍ରଦାନ କରିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଅଧିକ ପଢନ୍ତୁ

Etv Bharat
Etv Bharat
author img

By ETV Bharat Odisha Team

Published : Sep 5, 2023, 7:50 AM IST

ନୂଆଦିଲ୍ଲୀ: ଗୁରୁ ବ୍ରହ୍ମା, ଗୁରୁ ବିଷ୍ଣୁ, ଗୁରୁ ଦେବ ମହେଶ୍ୱର...ଗୁରୁ ସାକ୍ଷାତ୍ ପରମ୍ ବ୍ରହ୍ମ, ତସ୍ମୈଶ୍ରୀ ଗୁରବେ ନମଃ । ଆଜି ଗୁରୁ ଦୁବସ । ଗୁରୁଙ୍କୁ ସମ୍ମାନିତ କରିବାର ଦିନ । ଶିକ୍ଷା ବ୍ୟବସ୍ଥାରେ ଉଲ୍ଲେଖନୀୟ ଅବଦାନ ଥିବା ଦେଶରେ 75 ଜଣ ଶିକ୍ଷକଙ୍କୁ ଆଜି ଜାତୀୟ ଶିକ୍ଷକ ପୁରସ୍କାର ପ୍ରଦାନ କରିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ନୂଆଦିଲ୍ଲୀର ବିଜ୍ଞାନ ଭବନରେ ମନୋନିତ ଶିକ୍ଷକଙ୍କୁ ସମ୍ମାନିତ କରାଯିବା ସହ ମେଡାଲ ଓ ଅର୍ଥରାଶି ମଧ୍ୟ ପ୍ରଦାନ କରାଯିବ । ଏନେଇ କେନ୍ଦ୍ର ଶିକ୍ଷା ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

ଏହି ସମ୍ମାନଜନକ ପୁରସ୍କାର ପାଇଁ ଶିକ୍ଷା ମନ୍ତ୍ରଣାଳୟ ଦ୍ବାରା ଚୟନ ହୋଇଥିବା ଶିକ୍ଷକଙ୍କ ମଧ୍ୟରେ 50 ଜଣ ସ୍କୁଲ ଶିକ୍ଷକ, 12 ଜଣ ଉଚ୍ଛ ଶିକ୍ଷା ବିଭାଗ ଶିକ୍ଷକ ଓ ଦକ୍ଷତା ବିକାଶ ଏବଂ ଉଦ୍ୟୋଗ ମନ୍ତ୍ରଣାଳୟର 12 ଜଣ ଶିକ୍ଷକ ରହିଛନ୍ତି । ଏମାନଙ୍କ ମଧ୍ୟରେ ଓଡ଼ିଶାରୁ 2 ଜଣ ଶିକ୍ଷକ ଥିବା ବେଳେ 2 ଜଣ ପ୍ରଶିକ୍ଷକ ଅଛନ୍ତି । ସେମାନେ ହେଉଛନ୍ତି ଭଦ୍ରକ ଜିଲ୍ଲା କେନ୍ଦୁଆପଡା ନୋଡାଲ ହାଇସ୍କୁଲର ଶିକ୍ଷକ ଶଶି ଶେଖର କର ଶର୍ମା ଓ ଜଗତସିଂହପୁର ଜିଲ୍ଲା ବୃନ୍ଦାବନ ସରକାରୀ ଉଚ୍ଚ ବିଦ୍ୟାଳୟର ଶିକ୍ଷକ ସୁଭାଷ ଚନ୍ଦ୍ର ରାଉତ । ସେହିପରି ଦୁଇ ପ୍ରଶିକ୍ଷକ ହେଉଛନ୍ତି କଟକ ଜିଲ୍ଲା ଆଠଗଡରେ ଦିବ୍ୟାଙ୍ଗ ମାନଙ୍କ ପାଇଁ ସ୍ବତନ୍ତ୍ର ଭାବେ ପ୍ରତିଷ୍ଠା ହୋଇଥିବା ଆଇଟିଆଇର ପ୍ରଶିକ୍ଷକ ରବିନାରାୟଣ ସାହୁ ଓ ଭୁବନେଶ୍ବର ସରକାରୀ ଆଇଟିଆଇର ପ୍ରଶିକ୍ଷକ ସୁନୀତା ସିଂହ ।

ଏହା ମଧ୍ୟ ପଢନ୍ତୁ-PM Meet Teachers: ଜାତୀୟ ଶିକ୍ଷକ ପୁରସ୍କାର ବିଜୟୀଙ୍କୁ ସାକ୍ଷାତ କଲେ ପ୍ରଧାନମନ୍ତ୍ରୀ ମୋଦି

ଭାରତର ପୂର୍ବତନ ରାଷ୍ଟ୍ରପତି ଭାରତ ରତ୍ନ ସର୍ବପଲ୍ଲୀ ରାଧାକୃଷ୍ଣନଙ୍କ ଜନ୍ମଦିନକୁ ଗୁରୁଦିବସ ଭାବେ ପାଳନ କରାଯାଏ । ଏହି ଅବସରରେ ଆଜି ନୂଆଦିଲ୍ଲୀ ସ୍ଥିତ ବିଜ୍ଞାନ ଭବନଠାରେ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମର ଆୟୋଜନ କରାଯାଇ ଶିକ୍ଷକଙ୍କୁ ପୁରସ୍କାର ପ୍ରଦାନ କରାଯିବ । ମାନପତ୍ର ସହ ଚୟନ ହୋଇଥିବା ଶିକ୍ଷକଙ୍କୁ 50 ହଜାର ରାଶି ଓ ସିଲଭର ମେଡାଲ ମଧ୍ୟ ପ୍ରଦାନ କରାଯିବ । ସୋମବାର ପୁରସ୍କାର ପ୍ରାପ୍ତ ହେବାକୁ ଥିବା ଶିକ୍ଷକ ମାନଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସାକ୍ଷାତ କରିଥିଲେ । ପ୍ରଧାନମନ୍ତ୍ରୀ ସମସ୍ତ ଶିକ୍ଷକଙ୍କ ସହ ମନ ଖୋଲି କଥା ହେବା ସହିତ, ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଥିଲେ । ଏହି ସାକ୍ଷାତ ଆଲୋଚନା ସମୟରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଶିକ୍ଷାରାଷ୍ଟ୍ର ମନ୍ତ୍ରୀ ସୁଭାସ ସରକାର, ଶିକ୍ଷାରାଜ୍ୟ ମନ୍ତ୍ରୀ ଅନ୍ନପୂର୍ଣ୍ଣା ଦେବୀ ପ୍ରମୁଖ ଉପସ୍ଥିତ ଥିଲେ ।

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.