ETV Bharat / bharat

ଆଜି ଦେଶକୁ ମିଳିବେ ନୂଆ ରାଷ୍ଟ୍ରପତି

ଆଜି ରାଷ୍ଟ୍ରପତି ନିର୍ବାଚନର ଭୋଟ ଗଣତି । ଫଳଫଳ ଉପରେ ଦେଶର ନଜର । ସଂଖ୍ୟା ଦୃଷ୍ଟିରୁ ଆଗରେ ଏନଡିଏ ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁୁ । ଉତ୍ସବ ପାଇଁ ମଧ୍ୟ ହୋଇଛି ପ୍ରସ୍ତୁତି । ଅଧିକ ପଢନ୍ତୁ

author img

By

Published : Jul 20, 2022, 11:03 PM IST

Updated : Jul 21, 2022, 7:10 AM IST

ରାତି ପାହିଲେ ଦେଶକୁ ମିଳିବେ ନୂଆ ରାଷ୍ଟ୍ରପତି
ରାତି ପାହିଲେ ଦେଶକୁ ମିଳିବେ ନୂଆ ରାଷ୍ଟ୍ରପତି

ନୂଆଦିଲ୍ଲୀ: ଆଜି ବହୁ ପ୍ରତୀକ୍ଷିତ ରାଷ୍ଟ୍ରପତି ନିର୍ବାଚନର ଭୋଟ ଗଣତି । ଏନଡିଏ ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁୁ ଓ ବିରୋଧୀ ପ୍ରାର୍ଥୀ ଯଶୋବନ୍ତ ସିହ୍ନାଙ୍କ ମଧ୍ୟରେ ପ୍ରତିଦ୍ବନ୍ଦିତା ହେଉଛି । 18 ତାରିଖରେ ଭୋଟ ଗ୍ରହଣ ଶେଷ ହେବା ପରେ ଭୋଟ ବକ୍ସକୁ ସଂସଦ ଭବନରେ ରଖାଯାଇଛି । ତେବେ ଆଜି ଗଣତି ଓ ଫଳାଫଳ ଉପରେ ସମଗ୍ର ଦେଶର ନଜର ରହିଛି । ତେବେ ସଂଖ୍ୟା ଦୃଷ୍ଟିରୁ ଏନଡିଏ ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କ ବିଜୟୀ ହେବା ଏକ ପ୍ରକାର ନିଶ୍ଚିତ । ତେଣୁ ବିଭିନ୍ନ ସ୍ଥାନରେ ଉତ୍ସବର ପ୍ରସ୍ତୁତି ମଧ୍ୟ ଶେଷ ହୋଇଛି ।

୨୪ ତାରିଖରେ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ କାର୍ଯ୍ୟକାଳ ଶେଷ ହେବାକୁ ଯାଉଛି । ୨୫ରେ ପରବର୍ତ୍ତୀ ତଥା ନୂତନ ରାଷ୍ଟ୍ରପତି ପଦ ଓ ଗୋପନୀୟତାର ଶପଥ ପାଠ ଗ୍ରହଣ କରିବେ । ଭୋଟ ଆକଳନ ଅନୁସାରେ ଦ୍ରୌପଦୀ ମୁର୍ମୁ ନିର୍ବାଚନରେ ବିଜୟୀ ହେବା ସହ ଦେଶର ପ୍ରଥମ ଆଦିବାସୀ ଓ ଦ୍ବିତୀୟ ମହିଳା ରାଷ୍ଟ୍ରପତି ଭାବେ ସର୍ବବୃହତ ଗଣତନ୍ତ୍ରର ସର୍ବୋଚ୍ଚ ସାମ୍ବିଧାନିକ ପଦ ଅଳଙ୍କୃତ କରିବାର ସମ୍ଭାବନା ମଧ୍ୟ ଅଧିକ ରହିଛି ।

ବ୍ୟୁରୋ ରିପୋର୍ଟ, ଇଟିଭି ଭାରତ

Last Updated : Jul 21, 2022, 7:10 AM IST
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.