ETV Bharat / bharat

PM In Jharkhand: ଆଜି ବିକଶିତ ଭାରତ ସଂକଳ୍ପ ଯାତ୍ରାର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ - ବିକଶିତ ଭାରତ ସଂକଳ୍ପ ଯାତ୍ରା

ସରକାରୀ ଯୋଜନାର ଶତ ପ୍ରତିଶତ ପ୍ରସାର ଲକ୍ଷ୍ୟ ହାସଲ ଦିଗରେ ଏକ ପ୍ରମୁଖ ପଦକ୍ଷେପ ସ୍ବରୂପ ଆଜି ତୃତୀୟ ଜନଜାତୀୟ ଗୌରବ ଦିବସ ଅବସରରେ ପ୍ରଧାନମନ୍ତ୍ରୀ ‘ବିକଶିତ ଭାରତ ସଂକଳ୍ପ ଯାତ୍ରା’ର ଶୁଭାରମ୍ଭ କରିବେ । ଅଧିକ ପଢନ୍ତୁ

PM In Jharkhand: ଆସନ୍ତାକାଲି ବିକଶିତ ଭାରତ ସଂକଳ୍ପ ଯାତ୍ରାକୁ ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ

author img

By ETV Bharat Odisha Team

Published : Nov 15, 2023, 6:48 AM IST

ରାଞ୍ଚି: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି(ବୁଧବାର) ଝାଡଖଣ୍ଡର ଖୁଣ୍ଟି ଠାରେ ଆୟୋଜିତ ହେବାକୁ ଥିବା ଏକ ସମାରୋହରେ 'ବିକଶିତ ଭାରତ ସଂକଳ୍ପ ଯାତ୍ରା'ର ଶୁଭାରମ୍ଭ କରିବେ । ସରକାରୀ ଯୋଜନାର ଶତ ପ୍ରତିଶତ ପ୍ରସାର ଲକ୍ଷ୍ୟ ହାସଲ ଦିଗରେ ଏକ ପ୍ରମୁଖ ପଦକ୍ଷେପ ସ୍ବରୂପ ଆଜି ତୃତୀୟ ଜନଜାତୀୟ ଗୌରବ ଦିବସ ଅବସରରେ ପ୍ରଧାନମନ୍ତ୍ରୀ ‘ବିକଶିତ ଭାରତ ସଂକଳ୍ପ ଯାତ୍ରା’ର ଶୁଭାରମ୍ଭ କରିବେ ।

ସ୍ବଚ୍ଛତା ସୁବିଧା, ଜରୁରୀ ଆର୍ଥିକ ସେବା, ବିଦ୍ୟୁତ ସଂଯୋଗ, ଏଲପିଜି ସିଲିଣ୍ଡର ଯୋଗାଣ, ଗରୀବଙ୍କୁ ପକ୍କା ଆବାସ, ଖାଦ୍ୟ ସୁରକ୍ଷା, ଉପଯୁକ୍ତ ପୁଷ୍ଟିସାଧନ, ଭରସାଯୋଗ୍ୟ ସ୍ବାସ୍ଥ୍ୟସେବା, ସ୍ବଚ୍ଛ ପାନୀୟ ଜଳ ଆଦି ବିଭିନ୍ନ କଲ୍ୟାଣମୂଳକ ଯୋଜନା ଓ କାର୍ଯ୍ୟକ୍ରମ ସମ୍ପର୍କରେ ସଚେତନତା ସୃଷ୍ଟି କରିବା ଏବଂ ହିତାଧିକାରୀଙ୍କୁ ଏସବୁ ଯୋଜନାର ଅଧିକରୁ ଅଧିକ ଲାଭ ଯୋଗାଇ ଦେବା ନିମନ୍ତେ ଜନସମ୍ପର୍କ ସ୍ଥାପନ ଲାଗି ଯାତ୍ରାରେ ଗୁରୁତ୍ବ ଦିଆଯିବ । ବିକଶିତ ଭାରତ ସଂକଳ୍ପ ଯାତ୍ରା ଆୟୋଜନ ସମୟରେ ସଂଗ୍ରହ କରାଯାଇଥିବା ବିବରଣୀ ଆଧାରରେ ସମ୍ଭାବ୍ୟ ହିତାଧିକାରୀଙ୍କ ପଞ୍ଜିକରଣ କରାଯିବ ।

ଅଧିକ ପଢନ୍ତୁ- National Unity Day: କେଭଡିଆ ଗସ୍ତରେ ଯିବେ ପ୍ରଧାନମନ୍ତ୍ରୀ ମୋଦି

ବିକଶିତ ଭାରତ ସଂକଳ୍ପ ଯାତ୍ରା ଉପଲକ୍ଷେ ପ୍ରଧାନମନ୍ତ୍ରୀ ଝାଡଖଣ୍ଡର ଖୁଣ୍ଟିରୁ ଆଇଇସି (ସୂଚନା, ଶିକ୍ଷା ଓ ଯୋଗାଯୋଗ) ଗାଡିକୁ ପତାକା ଦେଖାଇ ଶୁଭାରମ୍ଭ କରିବେ । ଆଦିବାସୀ ବହୁଳ ଜନସଂଖ୍ୟା ଥିବା ଜିଲ୍ଲାରୁ ପ୍ରାରମ୍ଭିକ ପର୍ଯ୍ୟାୟରେ ଯାତ୍ରା ଆରମ୍ଭ ହେବ । ୨୫ ଜାନୁଆରୀ ୨୦୨୪ ସୁଦ୍ଧା ଦେଶର ସବୁ ଜିଲ୍ଲାରେ ଯାତ୍ରା ପହଞ୍ଚିବ ।

ସୂଚନାଯୋଗ୍ୟ ଯେ, ଆଜି ସକାଳ ପ୍ରାୟ ସାଢେ ୯ଟାରେ ପ୍ରଧାନମନ୍ତ୍ରୀ ରାଞ୍ଚିସ୍ଥିତ ଭଗବାନ ବିର୍ସା ମୁଣ୍ଡା ସ୍ମାରକୀ ଉଦ୍ୟାନ ତଥା ସ୍ବାଧୀନତା ସଂଗ୍ରାମୀ ସଂଗ୍ରହାଳୟ ପରିଦର୍ଶନ କରିବେ । ଏହାପରେ ଭଗବାନ ବିର୍ସା ମୁଣ୍ଡାଙ୍କ ଜନ୍ମସ୍ଥାନ ଉଲିହାଟୁ ଗ୍ରାମରେ ପହଞ୍ଚି ତାଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରିବେ । ଦେଶର ପ୍ରଥମ ପ୍ରଧାନମନ୍ତ୍ରୀ ଭାବେ ଭଗବାନ ବିର୍ସା ମୁଣ୍ଡାଙ୍କ ଜନ୍ମସ୍ଥାନ ଉଲିହାଟୁ ଗାଁକୁ ଗସ୍ତ କରିବେ ମୋଦି ।

ଏହାପରେ ପ୍ରଧାନମନ୍ତ୍ରୀ ପୂର୍ବାହ୍ନ ପ୍ରାୟ ସାଢେ ୧୧ଟାରେ ଖୁଣ୍ଟିଠାରେ ତୃତୀୟ ଜନଜାତୀୟ ଗୌରବ ଦିବସ, ୨୦୨୩ ପାଳନ ଅବସରରେ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗ ଦେବେ । ଏହି କାର୍ଯ୍ୟକ୍ରମରେ ‘ବିକଶିତ ଭାରତ ସଂକଳ୍ପ ଯାତ୍ରା' ଏବଂ ‘ପିଏମ ପିଭିଟିଜି ମିଶନର ଶୁଭାରମ୍ଭ କରିବେ । ଏତଦ୍ ବ୍ୟତୀତ ପିଏମ-କିଷାନ ଯୋଜନାର ୧୫ତମ କିସ୍ତି ଜାରି କରିବେ ଏବଂ ଝାଡଖଣ୍ଡରେ ଏକାଧିକ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କରିବେ ।

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.