ETV Bharat / bharat

Road Accident in UP: ବିଦ୍ୟୁତ୍‌ ଖୁଣ୍ଟରେ ପିଟି ହେଲା କାର, 7 ମୃତ 2 ଆହତ

author img

By

Published : May 7, 2022, 6:57 AM IST

Updated : May 7, 2022, 7:35 AM IST

ଉତ୍ତରପ୍ରଦେଶ ରାମପୁର ଆଜିମ୍ ନଗର ଥାନା ଅଞ୍ଚଳରେ ମର୍ମନ୍ତୁଦ ଦୁର୍ଘଟଣା । ଏଥିରେ 7 ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ 2 ଜଣ ଗୁରୁତର ଆହତ ହୋଇଛନ୍ତି । ଅଧିକ ପଢନ୍ତୁ

Road Accident in UP: ବିଦ୍ୟୁତ୍‌ ଖୁଣ୍ଟରେ ପିଟି ହେଲା କାର, 7 ମୃତ 2 ଆହତ
Road Accident in UP: ବିଦ୍ୟୁତ୍‌ ଖୁଣ୍ଟରେ ପିଟି ହେଲା କାର, 7 ମୃତ 2 ଆହତ

ଲକ୍ଷ୍ନୌ: ଉତ୍ତରପ୍ରଦେଶ ରମପୁର ଆଜିମ୍ ନଗର ଥାନା ଅଞ୍ଚଳରେ ମର୍ମନ୍ତୁଦ ଦୁର୍ଘଟଣା । ଏଥିରେ 7 ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ 2ଜଣ ଗୁରୁତର ଆହତ ହୋଇଛନ୍ତି । ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

ସୂଚନା ଅନୁସାରେ ମୋରଦାବାଦ ଜିଲ୍ଲା (Moradabad district)ର ଏକ ପରିବାର ବିବାହ କାର୍ଯ୍ୟରେ ଯୋଗ ଦେବା ପାଇଁ ଏକ କାରରେ ରାମପୁରକୁ ଆସୁଥିଲେ । ହେଲେ ଗାଡିଟି ଦ୍ରୃତ ଗତିରେ ଆସୁଥିବାରୁ ନିୟନ୍ତ୍ରଣ ହରାଇ ଏକ ଇଲେକ୍ଟ୍ରି ଖୁଣ୍ଟରେ ପିଟି ହୋଇ ପରେ ଏକ ଗଛରେ ମାଡ ହୋଇଥିଲା । ଫଳରେ ଘଟଣାସ୍ଥଳରେ ୬ ଜଣଙ୍କର ମୃତ୍ୟୁ ହୋଇଥିଲା ବେଳେ ୩ ଜଣ ଗୁରୁତର ଆହତ ମଧ୍ୟ ହୋଇଥିଲେ ।

ସୂଚନା ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଆହତମାନଙ୍କୁ ଉଦ୍ଧାର କରି ମେଡିକାଲରେ ଭର୍ତ୍ତି କରିଥିଲା । ହେଲେ ସେଠାରେ ଚିକିତ୍ସାଧିନ ଅବସ୍ଥାରେ ଜଣଙ୍କର ମୃତ୍ୟୁ ହୋଇଛି । ତେବେ, କାର ଭିତରେ ଥିବା ୨ ଜଣ ଶିଶୁ ପୁରା ସୁରକ୍ଷିତ ଥିବା ପୋଲିସ କହିଛି । ଏସପି ଅଶୋକ କୁମାର ପହଞ୍ଚି ତଦନ୍ତ ଆରମ୍ଭ କରିବା ସହ ୧୧ ଜଣ ବ୍ୟକ୍ତି କାର ଭିତରେ ଥିଲେ ବୋଲି ସେ କହିଛନ୍ତି । ମୃତଦେହ ଗୁଡିକୁ ବ୍ୟବଚ୍ଛେଦ ପାଇଁ ପଠାଯାଇଛି ।

Last Updated : May 7, 2022, 7:35 AM IST
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.