ETV Bharat / bharat

ଫାର୍ମା କମ୍ପାନୀରେ ଭୟଙ୍କର ଅଗ୍ନିକାଣ୍ଡ: 4 ମୃତ, 1 ଗୁରୁତର - ଭୟଙ୍କର ଅଗ୍ନିକାଣ୍ଡ

ଆନ୍ଧ୍ରପ୍ରଦେଶର ଫାର୍ମା କମ୍ପାନୀରେ ଭୟାବହ ଅଗ୍ନିକାଣ୍ଡ । ଔଷଧ କମ୍ପାନୀରେ ନିଆଁ ଲାଗିବା ଯୋଗୁଁ 4 ଜଣ କର୍ମଚାରୀଙ୍କ ମୃତ୍ୟୁ ହୋଇଛି । ଅଧିକ ପଢ଼ନ୍ତୁ

fire breakouts at pharma company
ଫାର୍ମା କମ୍ପାନୀରେ ଭୟଙ୍କର ଅଗ୍ନିକାଣ୍ଡ
author img

By

Published : Dec 27, 2022, 11:07 AM IST

ବିଶାଖାପାଟନମ୍: ଔଷଧ କମ୍ପାନୀରେ ଭୟଙ୍କର ଅଗ୍ନିକାଣ୍ଡ । ଆନ୍ଧ୍ରପ୍ରଦେଶ ଆନକାପଲ୍ଲୀ ପାରୱାଡା ସ୍ଥିତ ଏକ ଫାର୍ମା କର୍ମାନୀରେ ଅଗ୍ନିକାଣ୍ଡ ଘଟି 4 କର୍ମଚାରୀଙ୍କ ମୃତ୍ୟୁ ହୋଇଛି । ଏଥିରେ ଜଣେ କର୍ମଚାରୀ ଗୁରୁତର ଭାବେ ଆହତ ହୋଇଛନ୍ତି । ଆତଙ୍କୁ ନିକଟସ୍ଥ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଛି ।

ସୋମବାର ବିଳମ୍ବିତ ରାତିରେ ଆନକାପଲ୍ଲୀ ପାରୱାଡା ସ୍ଥିତ ଲରସ ଫାର୍ମା ଲ୍ୟାବ ଲିମିଟେଡ କମ୍ପାନୀରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଥିଲା । ଅଗ୍ନିକାଣ୍ଡର କାରଣ ସ୍ପଷ୍ଟ ହୋଇନଥିବାବେଳେ ସଟସର୍କିଟ ଯୋଗୁଁ ନିଆଁ ଲାଗିଥିବା ସନ୍ଦେହ କରାଯାଉଛି । ଏଥିରେ କାର୍ଯ୍ୟରତ 4 ଜଣ କର୍ମଚାରୀ ଜୀବନ୍ତ ଦଗ୍ଧ ହୋଇଥିବା ସୂଚନା ମିଳିଛି ।

ଏହି ଘଟଣାରେ ଆନ୍ଧ୍ରପ୍ରଦେଶ ଶିଳ୍ପମନ୍ତ୍ରୀ ଅମରନାଥ ଶୋକ ପ୍ରକାଶ କରିବା ସହ ଆହତଙ୍କ ଉନ୍ନତ ଚିକିତ୍ସା ପାଇଁ ନିର୍ଦ୍ଦେଶ ଦେଇଛନ୍ତି । ମୁଖ୍ୟମନ୍ତ୍ରୀ ଜଗନ ମୋହନ ରେଡ୍ଡୀ ମୃତକଙ୍କ ପରିବାରକୁ 25 ଲକ୍ଷ ଅନୁକମ୍ପା ରାଶି ଘୋଷଣା କରିଛନ୍ତି । ସେପଟେ ଘଟଣାସ୍ଥଳରେ ପୋଲିସ ପହଞ୍ଚି ଅଗ୍ନିକାଣ୍ଡ ଘଟଣାର ତଦନ୍ତ କରୁଛି ।

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.