ETV Bharat / bharat

ଗଛରେ ପିଟିହେଲା କାର୍, ଚାଲିଗଲା ୬ ଜୀବନ

ଉତ୍ତରପ୍ରଦେଶରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ଭାରସାମ୍ୟ ହରାଇ ଗଛରେ ପିଟିହେଲା କାର୍ । ୬ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ୮ ଗୁରୁତର । ଅଧିକ ପଢନ୍ତୁ

ଉତ୍ତରପ୍ରଦେଶରେ ମର୍ମନ୍ତୁଦ ସଡକ ଦୁର୍ଘଟଣା
ଉତ୍ତରପ୍ରଦେଶରେ ମର୍ମନ୍ତୁଦ ସଡକ ଦୁର୍ଘଟଣା
author img

By

Published : Apr 15, 2023, 2:26 PM IST

ଲକ୍ଷ୍ନୌ: ଆଜି ଉତ୍ତରପ୍ରଦେଶରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି । ଭାରସାମ୍ୟ ହରାଇ ଗୋଟିଏ ଏସୟୁଭି କାର୍ ଗଛରେ ପିଟି ହେବାରୁ ଏଥିରେ ୬ ଜଣଙ୍କ ମୃତ୍ୟୁ ହୋଇଛି ଏବଂ ୮ ଜଣ ଗୁରୁତର ଆହତ ହୋଇଛନ୍ତି । ଆଜି (ଶନିବାର) ସକାଳେ ଶ୍ରାବସ୍ତି ଜିଲ୍ଲାର ଇକୌନା ଅନ୍ତର୍ଗତ ୭୩୦ ନଂ ଜାତୀୟ ରାଜପଥରେ ଏହି ଦୁର୍ଘଟଣା ଘଟିଛି । ମିଳିଥିବା ସୂଚନା ଅନୁସାରେ, ଗାଡିରେ ମୋଟ ୧୪ ଜଣ ଯାତ୍ରୀ ଥିଲେ । ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରିବା ସହ ଆହତମାନଙ୍କୁ ନିକଟସ୍ଥ ହସ୍ପିଟାଲରେ ଭର୍ତ୍ତି କରିଛି । ଆହତଙ୍କ ମଧ୍ୟରେ ମହିଳା ଓ ଶିଶୁ ରହିଛନ୍ତି ।

ଶ୍ରାବସ୍ତି ଏସପି ପ୍ରାଚୀ ସିଂହ କହିଛନ୍ତି, ''ଦୁର୍ଘଟଣାଗ୍ରସ୍ତ ଗାଡିରୁ ସମସ୍ତ ମୃତଦେହଗୁଡିକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ହସ୍ପିଟାଲ ପଠାଯାଇଛି । ଗାଡିରେ ମହିଳା ଓ ଶିଶୁଙ୍କ ସମେତ ମୋଟ ୧୪ ଜଣ ଥିଲେ । ଗାଡିଟି ଭାରସାମ୍ୟ ହରାଇ ଗଛରେ ପିଟିହେବା ପରେ ଏକ ଖାଲ ମଧ୍ୟକୁ ଖସି ପଡିଥିଲା । ଜେସିବି ସାହାଯ୍ୟରେ ଗାଡିକୁ ବାହାରକୁ ବାହାର କରାଯାଇଛି । ଦୁର୍ଘଟଣାରେ ଘଟଣାସ୍ଥଳରେ ୬ ଜଣଙ୍କ ମୃତ୍ୟୁ ହୋଇଛି । ଆହତମାନଙ୍କୁ ପୋଲିସ ଉଦ୍ଧାର କରି ଚିକିତ୍ସା ପାଇଁ ହସ୍ପିଟାଲରେ ଭର୍ତ୍ତି କରିଛି । ଏନେଇ ସେମାନଙ୍କ ପରିବାର ଲୋକଙ୍କୁ ସୂଚନା ଦିଆଯାଇଛି ।'' ତେବେ ଆହତଙ୍କ ମଧ୍ୟରୁ ୫ ଜଣଙ୍କ ସ୍ବାସ୍ଥ୍ୟବସ୍ଥା ଅତ୍ୟନ୍ତ ସଙ୍କଟାପନ୍ନ ରହିଛି । ଏହି ମୃତାହତମାନେ ଲୁଧିଆନାରୁ ଏକ ଶୋକସଭାରେ ସାମିଲ ହେବାକୁ ଯାଉଥିବାବେଳେ ଦୁର୍ଘଟଣାର ଶିକାର ହୋଇଛନ୍ତି ।

ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଏହି ଦୁର୍ଘଟଣା ନେଇ ଗଭୀର ଦୁଃଖ ପ୍ରକାଶ କରିଛନ୍ତି । ଦିବଙ୍ଗତ ଆତ୍ମାର ସଦଗତି କାମନା କରିବା ସହ ମୃତକଙ୍କ ପରିବାର ବର୍ଗ ପ୍ରତି ସମବେଦନା ଜଣାଇଛନ୍ତି । ଏଥିସହ ଆହତମାନଙ୍କ ଆଶୁ ଆରୋଗ୍ୟ କାମନା କରି ସେମାନଙ୍କୁ ଉପଯୁକ୍ତ ଚିକିତ୍ସା ସେବା ଯୋଗାଇ ଦେବାକୁ ଜିଲ୍ଲା ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି ।

ଏହାମଧ୍ୟ ପଢନ୍ତୁ: ଏହାମଧ୍ୟ ପଢନ୍ତୁ: ଭାରସାମ୍ୟ ହରାଇ ଖାଇକୁ ଖସିଲା ବସ୍: 13 ମୃତ, 25ରୁ ଅଧିକ ଆହତ

ଏଠାରେ ଉଲ୍ଲେଖଯୋଗ୍ୟ, ଆଜି ସକାଳେ ମହାରାଷ୍ଟ୍ର ରାଇଗଡରେ ମଧ୍ୟ ଭୟଙ୍କର ସଡକ ଦୁର୍ଘଟଣା ଘଟିଛି । ଏକ ବସ୍ ଭାରସାମ୍ୟ ହରାଇ ଖାଇ ମଧ୍ୟକୁ ଖସି ପଡିବାରୁ ୧୩ ଜଣ ଲୋକଙ୍କ ମୃତ୍ୟୁ ହୋଇଛି ଏବଂ ୨୫ ଜଣ ଆହତ ହୋଇଛନ୍ତି ।

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.