ETV Bharat / bharat

ଟ୍ରକ-ପିକଅପ ଭ୍ୟାନ ମୁହାଁମୁହିଁ ଧକ୍କା: 5 ମୃତ, ଏକାଧିକ ଗୁରୁତର

ମଧ୍ୟ ପ୍ରଦେଶରେ ଟ୍ରକ ପିକଅପ ଭ୍ୟାନ ମୁହାଁମୁହିଁ ଧକ୍କାରେ ଚାଲିଗଲା 5 ଜୀବନ । ଅନ୍ୟ 7ଜଣ ଗୁରୁତର । ଅଧିକ ପଢନ୍ତୁ

author img

By

Published : Feb 2, 2023, 6:46 AM IST

ଆମେରିକା ଗସ୍ତ ପାଇଁ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ରାଷ୍ଟ୍ରପତି ବାଇଡେନଙ୍କ ନିମନ୍ତ୍ରଣ

ଭୋପାଳ: ମଧ୍ୟ ପ୍ରଦେଶରେ ମର୍ମନ୍ତୁଦ ଦୁର୍ଘଟଣା ନେଲା 5 ଜୀବନ । ଏକ ଟ୍ରକ ଓ ପିକ-ଅପ ଭ୍ୟାନ ମଧ୍ୟରେ ମୁହାଁମୁହିଁ ଧକ୍କା ହେବା ଫଳରେ ଘଟଣାସ୍ଥଳରେ 5 ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଅନ୍ୟ 7 ଜଣ ଆହତ ହୋଇଛନ୍ତି । ଆହତଙ୍କ ମଧ୍ୟରେ କିଛି ଗୁରୁତର ମଧ୍ୟ ରହିଛନ୍ତି । ସମସ୍ତଙ୍କୁ ଉଦ୍ଧାର କରାଯାଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି ।

ବୁରହାନପୁରର ଦତ୍ତଲାଇ-ଶେଖପୁରା ଗ୍ରାମ ନିକଟରେ ଏହି ଦୁର୍ଘଟଣା ଘଟିଛି । ଉଭୟ ଗାଡି ବିପରୀତ ଦିଗରୁ ଦୃତ ଗତିରେ ଆସୁଥିବା ବେଳେ ଦୁର୍ଘଟଣାଗ୍ରସ୍ତ ହୋଇଥିବା ସନ୍ଦେହ କରାଯାଉଛି । ଦୁର୍ଘଟଣା ସମ୍ପର୍କରେ ସୂଚନା ପାଇ ସ୍ଥାନୀୟ ପୋଲିସ ଘଟଣାସ୍ଥଳରେ ପହଞ୍ଚିଛି । ସ୍ଥାନୀୟ ଲୋକଙ୍କ ସହଯୋଗରେ ଦୁର୍ଘଟଣାଗ୍ରସ୍ତ ପିକଅପ ଭ୍ୟାନରୁ ମୃତାହତଙ୍କୁ ଉଦ୍ଧାର କରାଯାଇଥିଲା । ଘଟଣାସ୍ଥଳରେ 5ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଅନ୍ୟ 7ଜଣଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇଥିଲା ।

ସମସ୍ତ ମୃତଦେହକୁ ନିକଟସ୍ଥ ହସ୍ପିଟାଲକୁ ବ୍ୟବଚ୍ଛେଦ ପାଇଁ ପଠାଯାଇଛି । ଆହତଙ୍କୁ ତ୍ବରିତ ଚିକିତ୍ସା ଯୋଗାଇ ଦେବା ପାଇଁ ସ୍ଥାନୀୟ ପ୍ରଶାସନ ଅଧିକାରୀମାନେ ହସ୍ପିଟାଲରେ ସ୍ଥିତି ସମୀକ୍ଷା କରିଛନ୍ତି । ଅନ୍ୟପଟେ ଘଟଣାରେ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନ । ପ୍ରତ୍ୟେକ ମୃତକଙ୍କ ପରିବାର ସଦସ୍ୟଙ୍କୁ 2 ଲକ୍ଷ ଟଙ୍କାର ଅନୁକମ୍ପା ରାଶି ଏବଂ ଆହତମାନଙ୍କୁ 50 ହଜାର ଟଙ୍କା ଆର୍ଥିକ ସହାୟତା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ।

ବ୍ୟୁରୋ ରିପୋର୍ଟ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.