ଶ୍ରୀନଗର: କେନ୍ଦ୍ରୀୟ କାଶ୍ମୀରରେ ଥିବା ଅମିରା କାଦଲ ଅଞ୍ଚଳରେ ସନ୍ଦିଗ୍ଧ ଆତଙ୍କବାଦୀଙ୍କ ଗ୍ରେନେଡ ମାଡ । ଏଥିରେ ଜଣେ ପ୍ରାଣ ହରାଇଥିବା ବେଳେ 21ରୁ ଊର୍ଦ୍ଧ୍ବ ଆହତ ହୋଇଛନ୍ତି । ଆହତଙ୍କ ମଧ୍ୟରେ ଜଣେ ପୋଲିସ ଅଧିକାରୀ ମଧ୍ୟ ରହିଛନ୍ତି । ଆଜି ଅପରାହ୍ନରେ ସ୍ଥାନୀୟ ଏକ ମାର୍କେଟର ବ୍ୟସ୍ତବହୁଳ ସ୍ଥାନରେ ଏହି ବିସ୍ଫୋରଣ ଘଟିଥିବା ସ୍ଥାନୀୟ ପୋଲିସ ପକ୍ଷରୁ ସୂଚନା ମିଳିଛି । ସମସ୍ତ ଆହତଙ୍କୁ ଉଦ୍ଧାର କରାଯାଇ ନିକଟସ୍ଥ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ସେଠାରେ ଜଣଙ୍କୁ ମୃତ ଘୋଷଣା କରାଯାଇଛି ।
-
Jammu and Kashmir: Several injured including police personnel in a grenade attack at Amira Kadal market, Srinagar. All the injured have been shifted to hospital: Police pic.twitter.com/mfhDhlKD2v
— ANI (@ANI) March 6, 2022 " class="align-text-top noRightClick twitterSection" data="
">Jammu and Kashmir: Several injured including police personnel in a grenade attack at Amira Kadal market, Srinagar. All the injured have been shifted to hospital: Police pic.twitter.com/mfhDhlKD2v
— ANI (@ANI) March 6, 2022Jammu and Kashmir: Several injured including police personnel in a grenade attack at Amira Kadal market, Srinagar. All the injured have been shifted to hospital: Police pic.twitter.com/mfhDhlKD2v
— ANI (@ANI) March 6, 2022
କାଶ୍ମୀର ପୋଲିସର ଜଣେ ବରିଷ୍ଠ ଅଧିକାରୀଙ୍କ ପକ୍ଷରୁ ମିଳିଥିବା ସୂଚନା ଅନୁସାରେ ଆଜି (ରବିବାର) ଅମିରା କାଦଲ ଅଞ୍ଚଳରେ ଥିବା ଏକ ମାର୍କେଟରେ ଏହି ଗ୍ରେନେଡ ମାଡ କରାଯାଇଥିଲା । ଏଥିରେ ଜଣେ ପୋଲିସ ଅଧିକାରୀଙ୍କ ସହ ସ୍ଥାନୀୟ 21 ଜଣ ଆହତ ହୋଇଥିଲେ ।
ତେବେ ଏହି ଆକ୍ରମଣ ପଛରେ ଆତଙ୍କବାଦୀଙ୍କ ହାତ ଥିବା ସନ୍ଦେହ କରାଯାଉ ଥିବାବେଳେ ଅଭିଯୁକ୍ତମାନେ ଘଟଣାସ୍ଥଳରୁ ଫେରାର ହୋଇଯିବାରେ ସକ୍ଷମ ହୋଇଛନ୍ତି । ସମସ୍ତ ଆହତଙ୍କୁ ଚିକିତ୍ସା ଜାରି ରହିଛି । ସନ୍ଦିଗ୍ଧଙ୍କୁ ଧରିବା ପାଇଁ ଉକ୍ତ ଅଞ୍ଚଳକୁ କର୍ଡନ କରି ସର୍ଚ୍ଚ ଅପରେସନ ଆରମ୍ଭ କରିଛି ସୁରକ୍ଷା ବଳ।
ବ୍ୟୁରୋ ରିପୋର୍ଟ, ଇଟିଭି ଭାରତ