ଚେନ୍ନାଇ: ୧୦୦ ଫୁଟ ତଳକୁ ଖସିଲା ମିନି ଭ୍ୟାନ । ଦୁର୍ଘଟଣାରେ ୧୧ ଜଣଙ୍କ ମୃତ୍ୟୁ ସହ ୨୦ ଜଣ ଆହତ ହୋଇଥିବା ସୂନା । ସମସ୍ତ ଆହତଙ୍କୁ ନିକଟସ୍ଥ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ସମସ୍ତ ଯାତ୍ରୀ ତାମିଲନାଡୁର, ଏମାନେ ସେମ୍ବାରାଇ ଅଞ୍ଚଳର ଅଞ୍ଜନେୟର ମନ୍ଦିରକୁ ଯାଉଥିବା ସମୟରେ ଦୁର୍ଘଟଣା ଘଟିଥିବା ଜଣାପଡିଛି ।
ସୂଚନା ଅନୁଯାୟୀ, ଭ୍ୟାନଟୁ ପାହାଡିଆ ଅଞ୍ଚଳରେ ଯାଉଥିବା ସମୟରେ ଭାରସାମ୍ୟ ହରାଇ ୧୦୦ ଫୁଟ ତଳକୁ ଖସି ପଡିଥଇଲା । ଫଳରେ ଘଟଣାସ୍ଥଳରେ ୬ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ୫ ଜଣ ଡାକ୍ତରଖାନାରେ ପ୍ରାଣ ହରାଇଛନ୍ତି । ପୋଲିସ ଏବଂ ଉଦ୍ଧାରକାରୀ ଟିମ୍ ଘଟଣାସ୍ଥଳରେ ପହଞ୍ଚି ଆହତ ୨୦ ଜଣଙ୍କୁ ଥିରୁପତ୍ତୁର ସରକାରୀ ଡାକ୍ତରଖାନାରେ ଭର୍ତ୍ତି କରିଛନ୍ତି । ସ୍ଥାନୀୟ ପୋଲିସ ଏକ ମାମଲା ରୁଜୁ କରି ତଦନ୍ତ ଜାରି ରଖିଛି । ଅନ୍ୟପଟେ ତାମିଲନାଡୁ ସରକାର ମୃତକଙ୍କ ପରିବାରକୁ ୨ ଲକ୍ଷ ଏବଂ ଆହତଙ୍କ ପାଇଁ ୫୦ ହଜାର ଅନୁକମ୍ପା ରାଶି ଘୋଷଣା କରିଛନ୍ତି ।
ବ୍ୟୁରୋ ରିପୋର୍ଟ, ଇଟିଭି ଭାରତ