ନୂଆଦିଲ୍ଲୀ: ବୁଧବାର ବସିବାକୁ ଯାଉଛି କେନ୍ଦ୍ର କ୍ୟାବିନେଟ ବୈଠକ । ଏହି ବୈଠକରେ ନିଆଯାଇପାରେ ବହୁ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ବସିବ ଏହି ବୈଠକ ।
ବୈଠକରେ ପ୍ରଧାନମନ୍ତ୍ରୀଙ୍କ ସମେତ ସମସ୍ତ କ୍ୟାବିନେଟ ମନ୍ତ୍ରୀ ଉପସ୍ଥିତ ରହିବେ । ଏଥିରେ ଅନେକ ଗୁରୁତ୍ବପୂର୍ଣ୍ଣ ପ୍ରସ୍ତାବ ଉପରେ ମୋହର ବାଜିପାରେ ।
ବଜେଟ ଅଧିବେଶନ ପୂର୍ବରୁ କେନ୍ଦ୍ର କ୍ୟାବିନେଟ ବୈଠକ ବସିଥିଲା । ତେବେ ପ୍ରଥମ ପର୍ଯ୍ୟାୟ ଅଧିବେଶନ ପରେ ଏହି ବୈଠକ ବସୁଥିବାରୁ ସରକାର ଅନେକ ପ୍ରସ୍ତାବରେ ମୋହର ମାରି ପାରନ୍ତି ବୋଲି କୁହାଯାଉଛି ।
@ANI