ETV Bharat / bharat

ଓଡିଶା ସମେତ ୫ ପୂର୍ବାଞ୍ଚଳ ରାଜ୍ୟରେ କୋଭିଡ ସ୍ଥିତି ସମୀକ୍ଷା କଲେ କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ - Union Health Mini Mansukh Mandaviya reviews COVID19 5 Eastern States

କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡକ୍ଟର ମନସୁଖ ମାଣ୍ଡଭିୟ ଓଡିଶା ସମେତ ପାଞ୍ଚଟି ପୂର୍ବାଞ୍ଚଳ ରାଜ୍ୟମାନଙ୍କରେ କୋଭିଡ ୧୯ ମୁକାବିଲା ସ୍ଥିତି ସମୀକ୍ଷା କରିଛନ୍ତି। ଏହି ଅବସରରେ ଡକ୍ଟର ମାଣ୍ଡଭିୟ କହିଥିଲେ କୋଭିଡ ମହାମାରୀ ମୁକାବିଲା କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ମିଳିତ ଦାୟିତ୍ବ । ଅଧିକ ପଢନ୍ତୁ

Union Health Mini Mansukh Mandaviya
Union Health Mini Mansukh Mandaviya
author img

By

Published : Jan 29, 2022, 11:06 PM IST

ନୂଆଦିଲ୍ଲୀ: କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡକ୍ଟର ମନସୁଖ ମାଣ୍ଡଭିୟ ଓଡିଶା ସମେତ ପାଞ୍ଚଟି ପୂର୍ବାଞ୍ଚଳ ରାଜ୍ୟମାନଙ୍କରେ କୋଭିଡ ୧୯ ମୁକାବିଲା ସ୍ଥିତି ସମୀକ୍ଷା କରିଛନ୍ତି। ଏହି ଅବସରରେ ଡକ୍ଟର ମାଣ୍ଡଭିୟ କହିଥିଲେ କୋଭିଡ ମହାମାରୀ ମୁକାବିଲା କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ମିଳିତ ଦାୟିତ୍ବ । ସହଯୋଗୀ ଭାବନା ନେଇ ସମସ୍ତେ ଏହି ଜନସ୍ବାସ୍ଥ୍ୟ ଆହ୍ବାନର ମୁକାବିଲା କରୁଥିବାରୁ ସମସ୍ତଙ୍କୁ ଧନ୍ୟବାଦ ଦେଇଥିଲେ ।

ଓଡିଶା ସମେତ ୫ ପୂର୍ବାଞ୍ଚଳ ରାଜ୍ୟରେ କୋଭିଡ ସ୍ଥିତି ସମୀକ୍ଷା କଲେ କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ

ସ୍ବାସ୍ଥ୍ୟମନ୍ତ୍ରୀ ଡକ୍ଟର ମାଣ୍ଡଭିୟ କହିଥିଲେ ଯେତେ କୋଭିଡ ଭାରିଏଣ୍ଟ ଆସୁ ‘ନମୁନା ପରୀକ୍ଷା-ଚିହ୍ନଟ-ଚିକିତ୍ସା-ଟିକାକରଣ ଏବଂ କୋଭିଡ ଉପଯୁକ୍ତ ବ୍ୟବହାର’ ଏବେ ବି କୋଭିଡ ମୁକାବିଲା ପାଇଁ ସବୁଠୁ ଅସ୍ତ୍ର । ଗତ ଦୁଇ ସପ୍ତାହ ମଧ୍ୟରେ ଅଧିକାଂଶ ରାଜ୍ୟରେ ସକ୍ରିୟ ସଂକ୍ରମିତ ଏବଂ ପଜିଟିଭିଟି ହାର ହ୍ରାସ ପାଇଛି। କିନ୍ତୁ ଆମକୁ ସତର୍କ ରହିବାକୁ ହେବ । ଅଧିକାଂଶ ରାଜ୍ୟ ଆରଟି-ପିସିଆର ପରୀକ୍ଷାରେ ପଛରେ ପଡିଛନ୍ତି। ତେଣୁ ଆରଟି-ପିସିଆର ପରୀକ୍ଷା ସଂଖ୍ୟା ବଢାଇବା ଏବଂ ଦୈନିକ ପଜିଟିଭିଟି ହାର ଉପରେ ନଜର ରଖିବା ଲାଗି କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରୀ ରାଜ୍ୟମାନଙ୍କୁ ପରାମର୍ଶ ଦେଇଥିଲେ। ହସ୍ପିଟାଲରେ ଭର୍ତ୍ତି ହେଉଥିବା ଏବଂ ମୃତ୍ୟୁବରଣ କରୁଥିବା ରୋଗୀଙ୍କ ସଂଖ୍ୟା ପ୍ରତି ବିଶେଷ ଧ୍ୟାନ ଦେବା ଲାଗି ମଧ୍ୟ ସେ ପରାମର୍ଶ ଦେଇଥିଲେ। ଏହାସହ ରାଜ୍ୟ ସ୍ତରରେ କେତେଜଣ ସଂକ୍ରମିତ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି, ମୃତ୍ୟୁବରଣ କରିଛନ୍ତି, ଭେଣ୍ଟିଲେଟର ଏବଂ ଅକ୍ସିଜେନ ସହାୟତାରେ ରହିଛନ୍ତି ସେମାନଙ୍କ ମଧ୍ୟରୁ ଟିକା ନେଇଥିବା ଏବଂ ନେଇନଥିବା ଲୋକଙ୍କ ସଂଖ୍ୟା ପ୍ରତି ଧ୍ୟାନ ଦେବା ଅତ୍ୟନ୍ତ ଜରୁରୀ ବୋଲି କହିଥିଲେ ।

ଏହାବାଦ ଇସିଆରପି-୨ ପାଣ୍ଠିକୁ ପ୍ରଭାବୀ ଢଙ୍ଗରେ ତଥା ସମ୍ପୂର୍ଣ୍ଣ ଭାବେ ବିନିଯୋଗ କରି ବର୍ତ୍ତମାନର ସ୍ବାସ୍ଥ୍ୟ ଭିତ୍ତିଭୂମିକୁ ସୁଦୃଢ କରିବା ଏବଂ ଆବଶ୍ୟକତା ଅନୁଯାୟୀ ନୂଆ ଭିତ୍ତିଭୂମି ନର୍ମାଣ କରିବା ପାଇଁ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରୀ ରାଜ୍ୟମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ । ବର୍ତ୍ତମାନ ଆବଣ୍ଟିତ ଇସିଆରପି-୨ ପାଣ୍ଠି ୩୧ ମାର୍ଚ୍ଚ ୨୦୨୨ ରେ ଶେଷ ହେଉଥିବାରୁ ନିୟମିତ ବ୍ୟବଧାନରେ ଏହାର ଖର୍ଚ୍ଚ ସମୀକ୍ଷା ପାଇଁ ରାଜ୍ୟମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ଏହି ପାଣ୍ଠି ସମ୍ପୂର୍ଣ୍ଣ ବିନିଯୋଗ ହେଲେ କେବଳ ବର୍ତ୍ତମାନର ମହାମାରୀ ସମୟରେ ନୁହେଁ ବରଂ ଭବିଷ୍ୟତର ସ୍ବାସ୍ଥ୍ୟ ଭିତ୍ତିଭୂମି ଆବଶ୍ୟକତାକୁ ମଧ୍ୟ ପୂରଣ କରିବ। ପିଏସଏ ପ୍ଲାଣ୍ଟ, ଏଲଏମଓ ଷ୍ଟୋରେଜ ଟ୍ୟାଙ୍କ ଏବଂ ଏମଜିପିଏସ ସଂଯୋଗ ଏବଂ ସଞ୍ଚାଳନ କାର୍ଯ୍ୟ ତୁରନ୍ତ ସାରିବାକୁ ମଧ୍ୟ ନିର୍ଦ୍ଦେଶ ଦେଇଛନ୍ତି । ଏହାସହ ମହାମାରୀ ମୁକାବିଲାରେ ଟିକାକରଣର ଗୁରୁତ୍ବପୂର୍ଣ୍ଣ ଭୂମିକା ଉପରେ ଆଲୋକପାତ କରି ଡକ୍ଟର ମାଣ୍ଡଭିୟ ସମସ୍ତ ଯୋଗ୍ୟ ଜନସଂଖ୍ୟା, ବିଶେଷ କରି ୧୫-୧୭ ବର୍ଷ ବୟସ ବର୍ଗଙ୍କ ଟିକାକରଣ ଏବଂ ଦ୍ବିତୀୟ ଡୋଜ ଟିକାକରଣକୁ ତ୍ବରାନ୍ବିତ କରିବା ଲାଗି ନିର୍ଦ୍ଦେଶ ଦେଇଥିଲେ ।

କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରୀ ଆଜି ଭର୍ଚୁଆଲ ଯୋଗେ ପୂର୍ବାଞ୍ଚଳ ରାଜ୍ୟମାନଙ୍କର ସ୍ବାସ୍ଥ୍ୟ ମନ୍ତ୍ରୀ, ପ୍ରମୁଖ ଶାସନ ସଚିବ, ଅତିରିକ୍ତ ମୁଖ୍ୟ ଶାସନ ସଚିବ ଓ ସୂଚନା କମିଶନରମାନଙ୍କ ସହିତ ଆଲୋଚନା କରିଥିଲେ। ଏଥିରେ ଓଡିଶା, ବିହାର, ଛତିଶଗଡ, ଝାଡଖଣ୍ଡ ଓ ପଶ୍ଚିମବଙ୍ଗର ସ୍ବାସ୍ଥ୍ୟ ମନ୍ତ୍ରୀ ଓ ସଚିବମାନେ ଅଂଶଗ୍ରହଣ କରିଥିଲେ। ଏହି ଭର୍ଚୁଆଲ ବୈଠକରେ କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ରାଷ୍ଟ୍ରମନ୍ତ୍ରୀ ଡକ୍ଟର ଭାରତୀ ପ୍ରବୀଣ ପାୱାର ମଧ୍ୟ ସାମିଲ ଥିଲେ । ନୀତି ଆୟୋଗ ସଦସ୍ୟ (ସ୍ବାସ୍ଥ୍ୟ) ଡକ୍ଟର ଭି କେ ପଲ ମଧ୍ୟ ବୈଠକରେ ଉପସ୍ଥିତ ଥିଲେ।

ଏହି ଉଚ୍ଚସ୍ତରୀୟ ସମୀକ୍ଷା ବୈଠକରେ ଝାଡଖଣ୍ଡ ସ୍ବାସ୍ଥ୍ୟମନ୍ତ୍ରୀ ବନ୍ନା ଗୁପ୍ତା, ଛତିଶଗଡ ସ୍ବାସ୍ଥ୍ୟମନ୍ତ୍ରୀ ଟିଏସ ସିଂଦେଓ ଓ ବିହାର ସ୍ବାସ୍ଥ୍ୟ ମନ୍ତ୍ରୀ ମଙ୍ଗଲ ପାଣ୍ଡେ, ଓଡିଶା ସରକାରଙ୍କ ପ୍ରତିନିଧୀ ଅଂଶଗ୍ରହଣ କରିଥିଲେ। କୋଭିଡ ମହାମାରୀ ମୁକାବିଲା ପାଇଁ ଭାରତ ସରକାରଙ୍କ ନିରନ୍ତର ସହାୟତା ପାଇଁ ରାଜ୍ୟ ସ୍ବାସ୍ଥ୍ୟ ମନ୍ତ୍ରୀମାନେ କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଙ୍କୁ ସର୍ବସମ୍ମତି କ୍ରମେ ଧନ୍ୟବାଦ ଅର୍ପଣ କରିଥିଲେ।

ସମୀକ୍ଷା ବୈଠକରେ କେନ୍ଦ୍ର ସ୍ବାସ୍ଥ୍ୟ ସଚିବ ରାଜେଶ ଭୂଷଣ, ଆଇସିଏମଆର ଡିଜି ଡକ୍ଟର ବଳରାମ ଭାର୍ଗବ, ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅତିରିକ୍ତ ସଚିବ ଡକ୍ଟର ମନୋହର ଅଗ୍ନାନୀ, ନୂଆଦିଲ୍ଲୀ ଏମ୍ସ ନିର୍ଦ୍ଦେଶକ ଡାକ୍ତର ରଣଦୀପ ଗୁଲେରିଆ, ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଯୁଗ୍ମ ସଚିବ ଲବ ଅଗ୍ରୱାଲ, ଏନସିଡିଟି ନିର୍ଦ୍ଦେଶକ ଡକ୍ଟର ସୁଜିତ କୁମାର ସିଂ ଏବଂ ରାଜ୍ୟମାନଙ୍କର ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ।

@IANS

For All Latest Updates

TAGGED:

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.