ETV Bharat / bharat

FIFA U-17 World Cup: ଉଦଘାଟନୀ ସମାରୋହରେ କେନ୍ଦ୍ର କ୍ରୀଡା ମନ୍ତ୍ରୀ - Womens Football World Cup

କେନ୍ଦ୍ର ଯୁବ ବ୍ୟାପାର ଓ କ୍ରୀଡା ଏବଂ ସୂଚନା ଓ ପ୍ରସାରଣ ମନ୍ତ୍ରୀ ଅନୁରାଗ ଠାକୁର ଭୁବନେଶ୍ୱର କଳିଙ୍ଗ ଷ୍ଟାଡିୟମରେ ଆୟୋଜିତ ଫିଫା ୧୭ ବର୍ଷରୁ କମ ମହିଳା ଫୁଟବଲ ବିଶ୍ବକପର ଉଦଘାଟନୀ ସମାରୋହରେ ଯୋଗ ଦେଇଛନ୍ତି । ଅଧିକ ପଢନ୍ତୁ

Etv Bharat
Etv Bharat
author img

By

Published : Oct 12, 2022, 7:46 AM IST

ଭୁବନେଶ୍ବର: କେନ୍ଦ୍ର ଯୁବ ବ୍ୟାପାର ଓ କ୍ରୀଡା ଏବଂ ସୂଚନା ଓ ପ୍ରସାରଣ ମନ୍ତ୍ରୀ ଅନୁରାଗ ଠାକୁର ଭୁବନେଶ୍ୱର କଳିଙ୍ଗ ଷ୍ଟାଡିୟମରେ ଆୟୋଜିତ ଫିଫା ୧୭ ବର୍ଷରୁ କମ ମହିଳା ଫୁଟବଲ ବିଶ୍ବକପର ଉଦଘାଟନୀ ସମାରୋହରେ ଯୋଗ ଦେଇଛନ୍ତି । କେନ୍ଦ୍ରମନ୍ତ୍ରୀ ଠାକୁର ଭାରତ ଓ ଆମେରିକା ମଧ୍ୟରେ ଅନୁଷ୍ଠିତ ମ୍ୟାଚ ମଧ୍ୟ ଦେଖିଥିଲେ । ଉଦଘାଟନୀ ସମାରୋହରେ କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏବଂ ଆଇନ ଓ ନ୍ୟାୟ ମନ୍ତ୍ରୀ କିରଣ ରିଜିଜୁଙ୍କ ମଧ୍ୟ ଉପସ୍ଥିତ ଥିଲେ ।

୧୭ ବର୍ଷରୁ କମ ଫିଫା ମହିଳା ବିଶ୍ବକପ ଓଡ଼ିଶାର କଳିଙ୍ଗ ଷ୍ଟାଡିୟମ ସମେତ ନଭି ମୁମ୍ବାଇର ଡିୱାଇ ପାଟିଲ ସ୍ପୋର୍ଟସ ଷ୍ଟାଡିୟମ ଓ ଗୋଆର ପିଜେଏନ ଷ୍ଟାଡିୟମକୁ ମିଶାଇ ତିନୋଟି ସ୍ଥାନରେ ମିଳିତ ଭାବେ ଆୟୋଜନ କରାଯାଉଛି । ଏହି କ୍ରୀଡା ମହାକୁମ୍ଭରେ ୧୬ଟି ଦେଶ ଭାଗ ନେଇଛନ୍ତି । ପ୍ରତିଯୋଗିତା ଆସନ୍ତା ଅକ୍ଟୋବର ୩୦ ତାରିଖ ପର୍ଯ୍ୟନ୍ତ ଚାଲିବ । ବିଶ୍ବସ୍ତରୀୟ ଏହି ସମ୍ମାନଜନକ ପ୍ରତିଯୋଗିତାର ସପ୍ତମ ସଂସ୍କରଣରେ ୪ଟି ଗ୍ରୁପରେ ବିଭାଜିତ ହୋଇ ଦଳଗୁଡ଼ିକ ପରସ୍ପର ସହ ପ୍ରତିଦ୍ବନ୍ଦ୍ବିତା କରିବେ । ଅକ୍ଟୋବର ୩୦ ତାରିଖରେ ନଭି ମୁମ୍ବାଇ ଠାରେ ଫାଇନାଲ ମୁକାବିଲା ଖେଳାଯିବ ।

୧୭ ବର୍ଷରୁ କମ ଫିଫା ମହିଳା ଫୁଟବଲ ବିଶ୍ବକପ ପ୍ରତିଯୋଗିତାରେ ତିନି ପୂର୍ବତନ ଚାମ୍ପିଅନ ଫ୍ରାନ୍ସ, ଜାପାନ ଏବଂ ସ୍ପେନ ପ୍ରତିଦ୍ବନ୍ଦ୍ବିତା କରୁଛନ୍ତି । ଅନ୍ୟପକ୍ଷରେ କାନାଡା, ଜର୍ମାନୀ, ନ୍ୟୁଜିଲାଣ୍ଡ ଓ ଜାପାନ ସବୁଥର ଭଳି ଚଳିତ ସଂସ୍କରଣରେ ମଧ୍ୟ ଭାଗ ନେବାର ରେକର୍ଡ ବଜାୟ ରଖିଛନ୍ତି । ଏଭଳି ବିଶ୍ବସ୍ତରୀୟ ପ୍ରତିଯୋଗିତାରେ ଭାରତୀୟ ଦଳ ପ୍ରଥମ ଥର ପାଇଁ ଅଂଶଗ୍ରହଣ କରୁଛି । ୨୦୧୭ରେ ୧୭ ବର୍ଷରୁ କମ୍‌ ପୁରୁଷ ଫୁଟବଲ ବିଶ୍ବକପ ପରେ ଭାରତୀୟ ମହିଳା ଦଳ ଏହି ପ୍ରତିଯୋଗିତାରେ ଶ୍ରେଷ୍ଠ ପ୍ରଦର୍ଶନ ଲକ୍ଷ୍ୟ ରଖିଛି ।

ଅନ୍ୟପକ୍ଷରେ ସୂଚନା ଏବଂ ପ୍ରସାରଣ ମନ୍ତ୍ରଣାଳୟର ଦାୟିତ୍ବ ନେବା ପରେ କେନ୍ଦ୍ର ମନ୍ତ୍ରୀ ଅନୁରାଗ ସିଂ ଠାକୁର ପ୍ରଥମ ଥର ପାଇଁ ଓଡ଼ିଶା ଗସ୍ତରେ ଆସିଥିଲେ ।

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.