ETV Bharat / bharat

ପୁଣି କୋରୋନା ଫାଶରେ କେନ୍ଦ୍ରମନ୍ତ୍ରୀ ନୀତିନ ଗଡକରୀ

author img

By

Published : Jan 12, 2022, 8:07 AM IST

କେନ୍ଦ୍ର ସଡକ ପରିବହନ ମନ୍ତ୍ରୀ ନୀତିନ ଗଡକରୀ ପୁଣିଥରେ କୋରୋନା ସଂକ୍ରମିତ । ଅଧିକ ପଢନ୍ତୁ

କେନ୍ଦ୍ରମନ୍ତ୍ରୀ ନୀତିନ ଗଡକରୀ ପୁଣିଥରେ କୋରୋନା ସଂକ୍ରମିତ

ନୂଆଦିଲ୍ଲୀ: କେନ୍ଦ୍ର ସଡକ ପରିବହନ ଏବଂ ରାଜପଥ ମନ୍ତ୍ରୀ ନୀତିନ ଗଡକରୀ ପୁଣିଥରେ କୋରୋନା ସଂକ୍ରମିତ ହୋଇଛନ୍ତି(Union Minister Nitin Gadkari Tests Covid Positive Again) । ତାଙ୍କ ଠାରେ ସାମାନ୍ୟ ଲକ୍ଷଣ ରହିଛି । ସଂକ୍ରମିତ ହୋଇଥିବା ଜଣାପଡିବା ପରେ ସେ ନିଜକୁ ଘରେ ଆଇସୋଲେସନରେ ରଖିଛନ୍ତି । ଏନେଇ କେନ୍ଦ୍ରମନ୍ତ୍ରୀ ଟ୍ବିଟ୍ କରି ସୂଚନା ଦେଇଛନ୍ତି । କେନ୍ଦ୍ରମନ୍ତ୍ରୀ ଗଡକରୀ ତାଙ୍କ ସଂସ୍ପର୍ଶରେ ଆସିଥିବା ଲୋକଙ୍କୁ ନିଜର କୋଭିଡ୍ ଟେଷ୍ଟ କରିବାକୁ ପରାମର୍ଶ ଦେଇଛନ୍ତି । ଉଲ୍ଲେଖଯୋଗ୍ୟ, ଗତବର୍ଷ ସେପ୍ଟେମ୍ବରରେ ନୀତିନ କୋରୋନା ପଜିଟିଭ ଚିହ୍ନଟ ହୋଇଥିଲେ ।

  • I have tested positive for Covid 19 today with mild symptoms. Following all the necessary protocols, I have isolated myself and I am under home quarantine. I request all those who have come in contact with me to isolate themselves and get tested.

    — Nitin Gadkari (@nitin_gadkari) January 11, 2022 " class="align-text-top noRightClick twitterSection" data=" ">

ବର୍ତ୍ତମାନ ଚାରିଆଡେ କାୟା ମେଲାଇବାରେ ଲାଗିଛି କୋରୋନା । ନୂଆ ଭାରିଆଣ୍ଟ ଓମିକ୍ରନ ଯୋଗୁଁ ଦ୍ରୁତଗତିରେ ପଜିଟିଭ ମାମଲା ବୃଦ୍ଧି ପାଉଛି । ନିକଟରେ ଦେଶର ବହୁସଂଖ୍ୟକ ନେତାମନ୍ତ୍ରୀ କୋରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସୋମବାର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ, କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ ବାସବରାଜ ବୋମାଇ ଏବଂ ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର କୋରୋନା ପଜିଟିଭ ଚିହ୍ନଟ ହୋଇଥିବା ସୂଚନା ଦେଇଛନ୍ତି ।

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.