ନୟାଗଡ଼ : ନୟାଗଡ଼ ଜିଲ୍ଲାପାଳ ଡ. ପୋମା ଟୁଡୁଙ୍କ ଅଧ୍ୟକ୍ଷତାରେ ଗୁଗୁଲ ମିଟ୍ ମାଧ୍ୟମରେ ଜିଲ୍ଲା ସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟିର ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଛି l ଏହି ବୈଠକରେ ଜିଲ୍ଲାପାଳ ସର୍ବପ୍ରଥମେ କଟକ ସାଂସଦ ଭର୍ତ୍ତୃହରି ମହତାବ, ବିଧାୟକ ରଣପୁର ତଥା ଜିଲ୍ଲା ଯୋଜନା ବୋର୍ଡର ଅଧ୍ୟକ୍ଷ ସତ୍ୟନାରାୟଣ ପ୍ରଧାନ, ଖଣ୍ଡପଡ଼ା ବିଧାୟକ ସୌମ୍ୟ ରଂଜନ ପଟ୍ଟନାୟକ ଏବଂ ବିଧାୟକ ଦଶପଲ୍ଲା ରମେଶ ଚନ୍ଦ୍ର ବେହେରା ଏବଂ ଉପସ୍ଥିତ ସମସ୍ତ ସଦସ୍ୟମାନଙ୍କୁ ବୈଠକକୁ ସ୍ଵାଗତ ଜଣାଇଥିଲେ ।
ଆଗାମୀ ଦିନରେ ସମ୍ଭାବ୍ୟ ପ୍ରାକୃତିକ ବିପର୍ଯ୍ୟୟ ଯଥା ବଙ୍ଗୋପସାଗରରେ ସୃଷ୍ଟି ହେବାକୁ ଥିବା ସାମୁଦ୍ରିକ ଝଡ଼ ହେବାର ଆଶଙ୍କା ଥିବାରୁ ଏହାର ମୁକାବିଲା ପାଇଁ ଜିଲ୍ଲାପାଳ ଡା. ଟୁଡୁ ପୂର୍ବ ପ୍ରସ୍ତୁତି ବୈଠକ ଡକାଇଥିଲେ l ସମସ୍ତେ ସଜାଗ ରହିବାକୁ ପରାମର୍ଶ ଦିଆଯାଇଥିଲା l
ନୟାଗଡ଼ରୁ ଜୟେନ୍ଦ୍ର ବେହେରା, ଇଟିଭି ଭାରତ