ଭୁବନେଶ୍ବର/ବାଲେଶ୍ବର: ବରିଷ୍ଠ ବିଜେଡି ନେତା ତଥା ପୂର୍ବତନ ବିଧାୟକ ଅରୁଣ ଦେଙ୍କ ପରଲୋକ । ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ତାଙ୍କର ପରଲୋକ ହୋଇଛି । ମୃତ୍ୟୁ ବେଳକୁ ତାଙ୍କୁ 75 ବର୍ଷ ହୋଇଥିଲା ।
ଜୁନ ମାସ ପ୍ରଥମ ସପ୍ତାହରେ ଅରୁଣ ଦେ କୋରୋନାରେ ସଂକ୍ରମିତ ହୋଇଥିଲେ । ତାଙ୍କୁ ଗୁରୁତର ଅବସ୍ଥାରେ ଭୁବନେଶ୍ବରରେ ଏକ କୋଭିଡ଼ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ସେଠାରୁ ସେ ସୁସ୍ଥ ହୋଇ ଘରକୁ ଫେରିଥିଲେ । ହେଲେ ତାଙ୍କ ଦେହରେ କୋଭିଡ଼ ପରବର୍ତ୍ତୀ ସମସ୍ୟା ଦେଖା ଦେଇଥିଲା ଏବଂ ସେ ଭୁବନେଶ୍ବର ସ୍ଥିତ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ । ତେବେ ତାଙ୍କର ଆଜି ଦେହାନ୍ତ ହୋଇଛି । ମୃତ୍ୟୁ ବେଳକୁ ତାଙ୍କ ପରିବାର ଲୋକ ଉପସ୍ଥିତ ଥିଲେ । ଜନ୍ମଭୂମି ତଥା ତାଙ୍କ କର୍ମଭୂମି ବାଲେଶ୍ଵରରେ ଶେଷକୃତ୍ୟ ହେବ ବୋଲି ଜଣାପଡିଛି ।
ବାମପନ୍ଥୀ ଚିନ୍ତାଧାର ସହ ଜଡିତ ଅରୁଣ ୧୯୭୧ରେ ସିପିଆଇରେ ଯୋଗ ଦେଇଥିଲେ । ସିପିଆଇ ଦଳ ସହ ୧୯୯୪ ପର୍ଯ୍ୟନ୍ତ ସେ ଜଡିତ ଥିଲେ । ସିପିଆଇ ପ୍ରାର୍ଥୀ ଭାବେ ସେ ତିନି ଥର ବାଲେଶ୍ବର ବିଧାନସଭା କ୍ଷେତ୍ରରୁ ନିର୍ବାଚିତ ହୋଇଥିଲେ । ୧୯୭୪, ୧୯୮୦ ଓ ୧୯୯୦ରେ ସେ ତିନିଥର ସିପିଆଇରୁ ପ୍ରତିନିଧିତ୍ବ କରି ବିଧାୟକ ହୋଇଥିଲେ । ରୋକଠୋକ ସ୍ଵଭାବ ଯୋଗୁଁ ସେ ସିପିଆଇ ଛାଡି ୧୯୯୫ରେ ସ୍ବାଧୀନ ପ୍ରାର୍ଥୀ ଭାବେ ନିର୍ବାଚନ ଲଢ଼ି ଜିତିଥିଲେ । ୨୦୦୪ରେ ଓଡିଶା ଗଣ ପରିଷଦରୁ ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ ।
୧୯୪୬ ଏପ୍ରିଲ ୩୦ ରେ ବାଲେଶ୍ବରରେ ଜନ୍ମିତ ଅରୁଣ ବୃତ୍ତିରେ ଜଣେ ଆଇନଜୀବୀ । ୨୦୦୯ରେ ସେ ଓଡିଶା ଗଣପରିଷଦରୁ ବାଲେଶ୍ବର ଲୋକସଭା ଆସନ ପାଇଁ ପ୍ରତିଦ୍ବନ୍ଦ୍ବିତା କରି କଂଗ୍ରେସ ପ୍ରାର୍ଥୀ ଶ୍ରୀକାନ୍ତ ଜେନାଙ୍କ ଠାରୁ ହାରିଯାଇଥିଲେ । ୨୦୦୯ ପରେ ସେ ଆଉ ନିର୍ବାଚନ ଜିତି ପାରିନାହାଁନ୍ତି । ୨୦୧୪ରେ ସେ ବିଜେଡିରେ ଯୋଗ ଦେଇଥିଲେ । କିନ୍ତୁ ଟିକେଟ ନପାଇବାରୁ ସେ ବିଜେଡି ଛାଡି କଂଗ୍ରେସ ପ୍ରାର୍ଥୀ ଭାବେ ବାଲେଶ୍ବର ବିଧାନସଭା ଆସନରୁ ଲିଢିଥିଲେ । କିନ୍ତୁ ବିଜେଡି ପ୍ରାର୍ଥୀ ଜୀବନ ପ୍ରଦୀପ ଦାସଙ୍କ ଠାରୁ ହାରିଯାଇଥିଲେ । ୨୦୨୦ରେ ବାଲେଶ୍ବର ଉପନିର୍ବାଚନ ପୂର୍ବରୁ ସେ ପୁଣି ଥରେ ବିଜେଡି ଫେରିଥିଲେ ।
-
ବରିଷ୍ଠ ରାଜନେତା ତଥା ବାଲେଶ୍ୱର ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ ଅରୁଣ ଦେଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ। ଜନପ୍ରତିନିଧି ଭାବେ ତାଙ୍କ ଲୋକାଭିମୁଖୀ କାର୍ଯ୍ୟ ପାଇଁ ସେ ସର୍ବଦା ସ୍ମରଣୀୟ ରହିବେ। ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ପରିବାର ସଦସ୍ୟଙ୍କ ପ୍ରତି ମୋର ସମବେଦନା ଜଣାଉଛି।
— Naveen Patnaik (@Naveen_Odisha) August 2, 2021 " class="align-text-top noRightClick twitterSection" data="
">ବରିଷ୍ଠ ରାଜନେତା ତଥା ବାଲେଶ୍ୱର ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ ଅରୁଣ ଦେଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ। ଜନପ୍ରତିନିଧି ଭାବେ ତାଙ୍କ ଲୋକାଭିମୁଖୀ କାର୍ଯ୍ୟ ପାଇଁ ସେ ସର୍ବଦା ସ୍ମରଣୀୟ ରହିବେ। ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ପରିବାର ସଦସ୍ୟଙ୍କ ପ୍ରତି ମୋର ସମବେଦନା ଜଣାଉଛି।
— Naveen Patnaik (@Naveen_Odisha) August 2, 2021ବରିଷ୍ଠ ରାଜନେତା ତଥା ବାଲେଶ୍ୱର ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ ଅରୁଣ ଦେଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ। ଜନପ୍ରତିନିଧି ଭାବେ ତାଙ୍କ ଲୋକାଭିମୁଖୀ କାର୍ଯ୍ୟ ପାଇଁ ସେ ସର୍ବଦା ସ୍ମରଣୀୟ ରହିବେ। ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ପରିବାର ସଦସ୍ୟଙ୍କ ପ୍ରତି ମୋର ସମବେଦନା ଜଣାଉଛି।
— Naveen Patnaik (@Naveen_Odisha) August 2, 2021
ବାଲେଶ୍ବର ସଦରର ପୂର୍ବତନ ବିଧାୟକ ଅରୁଣ ଦେ ଙ୍କ ପରଲୋକରେ ଦୁଃଖ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଜନପ୍ରତିନିଧି ଭାବେ ତାଙ୍କ ଲୋକାଭିମୁଖୀ କାର୍ଯ୍ୟ ପାଇଁ ସେ ସର୍ବଦା ସ୍ମରଣୀୟ ରହିବେ। ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ପରିବାରକୁ ଗଭୀର ସମବେଦନା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ।
ଭୁବନେଶ୍ବରରୁ ଭବାନୀଶଙ୍କର ଦାସ ଓ ବାଲେଶ୍ବରରୁ ଜୀବନଜ୍ୟୋତି ନାୟକ,ଇଟିଭି ଭାରତ