ବାଲେଶ୍ବର: ବିଦୁ ଛକ ନିକଟରେ ଏକ ଭୟାନକ ସଡ଼କ ଦୁର୍ଘଟଣା ଘଟିଛି । ଏକ ଘରୋଇ ବସକୁ ପଛପଟୁ ଏକ କୋଇଲା ବୋଝେଇ ଟ୍ରକ ଧକ୍କା ଦେବା ଫଳରେ ପ୍ରାୟ ୬ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୧୦ରୁ ଅଧିକ ଆହତ ହୋଇଛନ୍ତି । ଆହତଙ୍କୁ ସୋର ଓ ବାଲେଶ୍ଵର ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସା କରାଯାଉଥିବା ବେଳେ ଘଟଣାସ୍ଥଳରେ ଉଦ୍ଧାର କାର୍ଯ୍ୟ ଜାରି ରହିଛି । ସେପଟେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଟ୍ବିଟ କରି ଦୁର୍ଘଟଣାରେ ଦୁଃଖ ପ୍ରକାଶ କରିଛନ୍ତି ।
-
ବାଲେଶ୍ଵରରେ ଘଟିଥିବା ମର୍ମନ୍ତୁଦ ବସ ଦୁର୍ଘଟଣାରେ ଅନେକ ଲୋକଙ୍କ ପ୍ରାଣ ହାନି ହୋଇଥିବା ବିଷୟରେ ଜାଣି ମୁଁ ଦୁଃଖିତ। ଆତ୍ମୀୟଜନଙ୍କୁ ହରାଇଥିବା ପରିବାର ଲୋକଙ୍କ ପ୍ରତି ମୋର ସମବେଦନା ଜଣାଇବା ସହ ସମସ୍ତ ଆହତଙ୍କ ଆଶୁଆରୋଗ୍ୟ କାମନା କରୁଛି।
— Naveen Patnaik (@Naveen_Odisha) January 22, 2022 " class="align-text-top noRightClick twitterSection" data="
">ବାଲେଶ୍ଵରରେ ଘଟିଥିବା ମର୍ମନ୍ତୁଦ ବସ ଦୁର୍ଘଟଣାରେ ଅନେକ ଲୋକଙ୍କ ପ୍ରାଣ ହାନି ହୋଇଥିବା ବିଷୟରେ ଜାଣି ମୁଁ ଦୁଃଖିତ। ଆତ୍ମୀୟଜନଙ୍କୁ ହରାଇଥିବା ପରିବାର ଲୋକଙ୍କ ପ୍ରତି ମୋର ସମବେଦନା ଜଣାଇବା ସହ ସମସ୍ତ ଆହତଙ୍କ ଆଶୁଆରୋଗ୍ୟ କାମନା କରୁଛି।
— Naveen Patnaik (@Naveen_Odisha) January 22, 2022ବାଲେଶ୍ଵରରେ ଘଟିଥିବା ମର୍ମନ୍ତୁଦ ବସ ଦୁର୍ଘଟଣାରେ ଅନେକ ଲୋକଙ୍କ ପ୍ରାଣ ହାନି ହୋଇଥିବା ବିଷୟରେ ଜାଣି ମୁଁ ଦୁଃଖିତ। ଆତ୍ମୀୟଜନଙ୍କୁ ହରାଇଥିବା ପରିବାର ଲୋକଙ୍କ ପ୍ରତି ମୋର ସମବେଦନା ଜଣାଇବା ସହ ସମସ୍ତ ଆହତଙ୍କ ଆଶୁଆରୋଗ୍ୟ କାମନା କରୁଛି।
— Naveen Patnaik (@Naveen_Odisha) January 22, 2022
ବାଲେଶ୍ବରରୁ ଭୁବନେଶ୍ବର ଅଭିମୁଖେ ଯାଉଥିବା ଶାନ୍ତିଲତା ନାମକ ଏକ ବସକୁ ପଛପଟୁ ଦ୍ରୁତଗତିରେ ଆସୁଥିବା କୋଇଲା ବୋଝେଇ ଟ୍ରକ ଧକ୍କା ଦେଇଥିଲା । ଏହାପରେ ଉଭୟ ଟ୍ରକ ଓ ବସ୍ ଓଲଟି ପଡିଥିବା ମଧ୍ୟ ଦେଖିବାକୁ ମିଳିଛି । ଦୁର୍ଘଟଣାରେ ବାପା ମା' ସମେତ ଜଣେ ଶିଶୁର ମୃତ୍ୟୁ ହୋଇଥିବା ଜଣାପଡିଛି । ଆହତଙ୍କ ମଧ୍ୟରେ 6 ଜଣ ଗୁରୁତର ଆହତଙ୍କୁ ବାଲେଶ୍ଵର ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି ।
ଘଟଣା ସମ୍ପର୍କରେ ଜାଣିବା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟ୍ବିଟ କରି ଏ ନେଇ ଦୁଃଖ ପ୍ରକାଶ କରିଛନ୍ତି । ଆତ୍ମୀୟଙ୍କୁ ହରାଇଥିବା ପରିବାର ପ୍ରତି ସେ ସମବେଦନା ଜଣାଇବା ସହିତ ଆହତଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି । ଏହା ସହ ମୃତକଙ୍କ ପରିବାର ପାଇଁ ମୁଖ୍ୟମନ୍ତ୍ରୀ ଦୁଇ ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି । ଏତଦବ୍ୟତୀତ ଏହି ଦୁର୍ଘଟଣାରେ ଗୁରୁତର ଆହତ ହୋଇ ଚିକିତ୍ସିତ ହେଉଥିବା ଅନ୍ୟ ବ୍ୟକ୍ତିଙ୍କୁ ଉତ୍ତମ ଚିକିତ୍ସା ଯୋଗାଇ ଦେବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେବା ସହ ସେମାନଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି ।
କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ଏ ନେଇ ଦୁଃଖ ପ୍ରକାଶ କରିଛନ୍ତି । ସେ ଦୁର୍ଘଟଣାରେ ଆହତଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି । ଏହା ସହିତ ଏହି ଦୁଃଖଦ ସମୟରେ ମହାପ୍ରଭୁ ଶ୍ରୀଜଗନ୍ନାଥ ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ଅସୀମ ଧୈର୍ଯ୍ୟ ଓ ସାହସ ପ୍ରଦାନ କରନ୍ତୁ ବୋଲି ଟ୍ବିଟ କରିଛନ୍ତି ।
-
ବାଲେଶ୍ୱର ଜିଲ୍ଲା ସୋର ବ୍ଲକ ବିଦୁ ଛକ ନିକଟରେ ଅଭାବନୀୟ ସଡ଼କ ଦୁର୍ଘଟଣାରେ ଅନେକ ଲୋକ ପ୍ରାଣ ହରାଇଥିବା ଖବର ଶୁଣି ମୁଁ ଦୁଃଖିତ ଓ ମର୍ମାହତ । ଆହତଙ୍କ ଆଶୁ ଆରୋଗ୍ୟ କାମନା କରୁଛି । ଏହି ଦୁଃଖଦ ସମୟରେ ମହାପ୍ରଭୁ ଶ୍ରୀଜଗନ୍ନାଥ ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ଅସୀମ ଧୈର୍ଯ୍ୟ ଓ ସାହସ ପ୍ରଦାନ କରନ୍ତୁ ।
— Dharmendra Pradhan (@dpradhanbjp) January 22, 2022 " class="align-text-top noRightClick twitterSection" data="
">ବାଲେଶ୍ୱର ଜିଲ୍ଲା ସୋର ବ୍ଲକ ବିଦୁ ଛକ ନିକଟରେ ଅଭାବନୀୟ ସଡ଼କ ଦୁର୍ଘଟଣାରେ ଅନେକ ଲୋକ ପ୍ରାଣ ହରାଇଥିବା ଖବର ଶୁଣି ମୁଁ ଦୁଃଖିତ ଓ ମର୍ମାହତ । ଆହତଙ୍କ ଆଶୁ ଆରୋଗ୍ୟ କାମନା କରୁଛି । ଏହି ଦୁଃଖଦ ସମୟରେ ମହାପ୍ରଭୁ ଶ୍ରୀଜଗନ୍ନାଥ ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ଅସୀମ ଧୈର୍ଯ୍ୟ ଓ ସାହସ ପ୍ରଦାନ କରନ୍ତୁ ।
— Dharmendra Pradhan (@dpradhanbjp) January 22, 2022ବାଲେଶ୍ୱର ଜିଲ୍ଲା ସୋର ବ୍ଲକ ବିଦୁ ଛକ ନିକଟରେ ଅଭାବନୀୟ ସଡ଼କ ଦୁର୍ଘଟଣାରେ ଅନେକ ଲୋକ ପ୍ରାଣ ହରାଇଥିବା ଖବର ଶୁଣି ମୁଁ ଦୁଃଖିତ ଓ ମର୍ମାହତ । ଆହତଙ୍କ ଆଶୁ ଆରୋଗ୍ୟ କାମନା କରୁଛି । ଏହି ଦୁଃଖଦ ସମୟରେ ମହାପ୍ରଭୁ ଶ୍ରୀଜଗନ୍ନାଥ ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ଅସୀମ ଧୈର୍ଯ୍ୟ ଓ ସାହସ ପ୍ରଦାନ କରନ୍ତୁ ।
— Dharmendra Pradhan (@dpradhanbjp) January 22, 2022
ଘଟଣା ସ୍ଥଳରେ ଦମକଳ ବାହିନୀ, ପୋଲିସ ଓ ବରିଷ୍ଠ ପ୍ରଶାସନିକ ଅଧିକାରୀମାନେ ପହଞ୍ଚି ଉଦ୍ଧାର କାର୍ଯ୍ୟ ତ୍ବରାନ୍ବିତ କରିବା ସହ ଦୁର୍ଘଟଣାର ସ୍ଥିତି ଅନୁଧ୍ୟାନ କରିଛନ୍ତି। ଅନ୍ୟପଟେ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ କ୍ରମେ ମେଡିକାଲରେ ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଛି । ବାଲେଶ୍ବରରୁ 3 ଜଣ ଡାକ୍ତର ଓ କର୍ମଚାରୀଙ୍କୁ ସୋର ମେଡିକାଲକୁ ପଠାଯାଇଛି। ଦୁର୍ଘଟଣାସ୍ଥଳକୁ ମଧ୍ୟ ଡାକ୍ତରୀ ଟିମ ପଠାଯାଇଛି। ସେପଟେ ବାଲେଶ୍ଵର ମେଡିକାଲରେ ମଧ୍ୟ ଆହତଙ୍କୁ ତୁରନ୍ତ ଚିକିତ୍ସା ଯୋଗାଇବାର ବନ୍ଦୋବସ୍ତ କରାଯାଇଛି ।
ଏହା ବି ପଢନ୍ତୁ: ରାଜଧାନୀରେ ମାତିଲେ ଛକାପଞ୍ଝା ଗ୍ୟାଙ୍ଗ, ନୟାପଲ୍ଲୀରେ ବୁଲାଇଲେ କଳାକନା
ତେବେ ଦୁର୍ଘଟଣା ଏତେ ଭୟଙ୍କର ଥିଲା ଯେ ମୃତ ବ୍ୟକ୍ତିଙ୍କ ପରିଚୟ ମିଳିବା ସମ୍ଭବ ହୋଇନାହିଁ । ଏହାସହ କୋଇଲା ଟ୍ରକ ତଳେ ଡ୍ରାଇଭର ଓ ହେଲ୍ପର ଚାପି ହୋଇଥିବା ଜଣାପଡିଛି । ଏହା ବାଲେଶ୍ଵର ଜିଲ୍ଲା ପାଇଁ ଏକ ବଡ଼ ଦୁଃଖଦ ଘଟଣା ହୋଇଥିବା ବେଳେ ଜିଲ୍ଲାପାଳ ନିଜେ ଘଟଣାସ୍ଥଳ ପରିଦର୍ଶନ କରିବା ସହ ସୋର ମେଡିକାଲରେ ପହଞ୍ଚି ଆହତଙ୍କ ସ୍ବାସ୍ଥ୍ୟବସ୍ଥା ବୁଝିଛନ୍ତି।
ବାଲେଶ୍ବରରୁ ଜୀବନ ଜ୍ୟୋତି ନାୟକ, ଭୁବନେଶ୍ବରରୁ ଭବାନୀଶଙ୍କର ଦାସ, ଇଟିଭି ଭାରତ