ETV Bharat / city

ପର୍ଯ୍ୟଟକଙ୍କ ପାଇଁ ଖୁସି ଖବର, ନଭେମ୍ବର ପହିଲାରୁ ଖୋଲିବ ଶିମିଳିପାଳ - ନଭେମ୍ବର ପହିଲାରୁ ଖୋଲିବ ଶିମିଳିପାଳ

ପର୍ଯ୍ୟଟକଙ୍କ ପାଇଁ ଖୋଲିବ ଶିମିଳିପାଳ ଅଭୟାରଣ୍ୟ । ଏନେଇ ବୁଧବାର ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପର କ୍ଷେତ୍ର ନିର୍ଦ୍ଦେଶକଙ୍କ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ଅଧିକ ପଢନ୍ତୁ...

ଏମ ଯୋଗା ଜୟାନନ୍ଦ- କ୍ଷେତ୍ର ନିର୍ଦ୍ଦେଶକ, ଶିମିଳିପାଳ

author img

By

Published : Oct 27, 2021, 8:17 PM IST

ବାରିପଦା: ପର୍ଯ୍ୟଟକଙ୍କ ପାଇଁ ଖୋଲିବ ଶିମିଳିପାଳ ଅଭୟାରଣ୍ୟ । ଏନେଇ ଆଜି (ବୁଧବାର) ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପର କ୍ଷେତ୍ର ନିର୍ଦ୍ଦେଶକଙ୍କ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି ।

ମୟୂରଭଞ୍ଜ ଜିଲ୍ଲାର ଶିମିଳିପାଳ ଅଭୟାରଣ୍ୟ ନଭେମ୍ବର ୧ ତାରିଖରୁ ପର୍ଯ୍ୟଟକଙ୍କ ପାଇଁ ଖୋଲିବ। ଏନେଇ ପ୍ରକଳ୍ପ କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି। ଏଠାକୁ ଆସିବାକୁ ଥିବା ପର୍ଯ୍ୟଟକମାନେ କୋଭିଡ-୧୯ ନିୟମାବଳୀକୁ ଅନୁସରଣ କରିବା ବାଧ୍ୟତାମୂଳକ ବୋଲି କର୍ତ୍ତୃପକ୍ଷ ଦର୍ଶାଇଛନ୍ତି।

ପର୍ଯ୍ୟଟକଙ୍କ ପାଇଁ ଖୁସି ଖବର; ନଭେମ୍ବର ପହିଲାରୁ ଖୋଲିବ ଶିମିଳିପାଳ

ସେହିପରି ଦୈନିକ ଚାରି ଚକିଆ ଯାନ ଜଶିପୁର କଳିଆଣି ତନଖି ଫାଟକ ଓ ବାରିପଦା ପିଠାବଟା ତନଖି ଫାଟକ ଦେଇ ଅଭୟାରଣ୍ୟ ଭିତରକୁ ପ୍ରବେଶ ପାଇଁ ଅନୁମତି ପ୍ରଦାନ କରାଯିବ । ଉକ୍ତ ଦୁଇ ତନଖି ଫାଟକରେ ପ୍ରବେଶ ଅନୁମତି ପତ୍ର ସକାଳ ୬ ଟା ରୁ ୯ ଟା ପର୍ଯ୍ୟନ୍ତ ବୁକିଂ କାଉଣ୍ଟରରେ ଉପଲବ୍ଧ ରହିବ । ପ୍ରତି ପର୍ଯ୍ୟଟକଙ୍କ ପିଛା ୧୦୦ ଟଙ୍କା ପ୍ରବେଶ ଶୁଳ୍କ ଧାର୍ଯ୍ୟ କରାଯାଇଥିବା ବେଳେ, ମାର୍ଗଦର୍ଶିକା ଅନୁପାଳନ ସହିତ ଅଭୟାରଣ୍ୟକୁ ସ୍ବଚ୍ଛ ରଖିବା ପାଇଁ ପର୍ଯ୍ୟଟକ ମାନେ ଭିତରକୁ ପ୍ରବେଶ ସମୟରେ ନିଜ ସାଥୀରେ ପ୍ଲାଷ୍ଟିକ ସାମଗ୍ରୀ, ମାଦକ ଦ୍ରବ୍ୟ, ଆମିଷ ଓ ଅଗ୍ନି ସଂଯୋଗକାରୀ ସାମଗ୍ରୀ ଆଦି ନେବା ଉପରେ କଟକଣା ଜାରି କରାଯିବ । ଶିମିଳିପାଳରେ ଥିବା ଯାତ୍ରୀ ନିବାସ ଗୁଡିକରେ ରାତ୍ରୀ ଯାପନ ପାଇଁ ପର୍ଯ୍ୟଟକମାନେ www.ecotourodisha.com ୱେବସାଇଟରେ ଅଗ୍ରୀମ ବୁକିଂ କରି ପାରିବେ।

ଜୈବମଣ୍ଡଳରେ ପ୍ରାଣୀ, ପକ୍ଷୀ ଓ ସରୀସୃପଙ୍କ ପାଇଁ ଆବଶ୍ୟକୀୟ ବାତାବରଣ, ସନ୍ତୁଳିତ ପରିବେଶ, ଭୌଗଳିକ ସ୍ଥିତିର ଭିନ୍ନତାରେ ପର୍ଯ୍ୟାପ୍ତ ସବୁଜିମା ବୃକ୍ଷରାଜି (ଆହାର) ରହିଛି । ଯେଉଁଥିପାଇଁ ଏହା ଭାରତର ବାଘ, ଏସୀୟହାତୀ ଓ ଗୟଳ ପରି ତିନି ପ୍ରଜାତି ପ୍ରାଣୀର ବୃହତ୍ତ ବାସସ୍ଥଳୀ ହୋଇପାରିଛି। ଏଥି ସହିତ ଏହି ଜୈବମଣ୍ଡଳରେ ହଜାରେ ପ୍ରଜାତିର ସପୁଷ୍ପକ ଉଦ୍ଭିଦ ସହିତ ୯୪ ପ୍ରଜାତିର ଅର୍କିଡ ଓ ବରେହିପାଣି, ଯୋରନ୍ଦା,ଉସକି, ଦେବକୁଣ୍ଡ, ସୀତାକୁଣ୍ଡ ଆଦି ଜଳ ପ୍ରପାତ ରହିଛି । ଯାହା ପ୍ରକୃତି ପ୍ରେମୀଙ୍କୁ ଆକୃଷ୍ଟ କରିଥାଏ।

ସେପଟେ ପର୍ଯ୍ୟଟକଙ୍କୁ ନୂଆ ଅନୁଭୂତି ଦେବା ପାଇଁ ଶିମିଳିପାଳ କର୍ତ୍ତୃପକ୍ଷ ଚଳିତ ବର୍ଷ ଦୁଃସାହାସିକ କ୍ରୀଡା, ଜଙ୍ଗଲ ସଫାରୀ ଓ ମାଉଣ୍ଟେନ ସାଇକେଲିଂ ଭଳି କିଛି ନୂଆ ଧରଣର କ୍ରୀଡାକୁ ସାମିଲ କରିଛନ୍ତି । ଏଥିପାଇଁ ପ୍ରସ୍ତୁତି ବି ଶେଷ ପର୍ଯ୍ୟାୟରେ ପହଞ୍ଚିଛି । ତେବେ ଚଳିତ ବର୍ଷ ଶିମିଳିପାଳରେ ପର୍ଯ୍ୟଟକଙ୍କ ଦୃଷ୍ଟି ଆକର୍ଷଣ କରିବ ମାଉଣ୍ଟେନ ସାଇକେଲିଂ । ତାଛଡା ଶିମିଳିପାଳ ଭିତରେ ଥିବା ବିଭିନ୍ନ ପରିବେଶ ପର୍ଯ୍ୟଟନ ସ୍ଥଳୀରେ ଭଲିବଲ, ବ୍ୟାଡମିଣ୍ଟନ, କ୍ୟାରମ ଚେସ ଆଦି ସହ ନେଟୱାର୍କର ସୁବିଧା କରାଯାଇଛି।

ଗତଥର ପରି ପ୍ରବେଶ ସମୟରେ ମାସ୍କ ପରିଧାନ ସହ ସାମାଜିତ ଦୂରତାକୁ ମଧ୍ୟ ଏଥର ବାଧ୍ୟତାମୂଳକ ରଖାଯିବ । ପର୍ଯ୍ୟଟକମାନେ ପ୍ରତି ଗାଡିରେ ଜଣେ ବିଭାଗୀୟ ଗାଇଡଙ୍କୁ ନିୟମ ଅନୁଯାୟୀ ସାଙ୍ଗରେ ନେବାକୁ ପଡିବ । ବୁଲାବୁଲି ସାରି ଅପରାହ୍ନ ୩ ଟା ପୂର୍ବରୁ ଯୋରନ୍ଦା ଓ ବରେହିପାଣି ଜଳପ୍ରପାତ ଏବଂ ୪ଟା ପୂର୍ବରୁ ଚହଲା ଛାଡିବାକୁ ନିର୍ଦ୍ଦେଶ ରହିଛି। ଯଦି କୌଣସି କାରଣବଶତଃ ଅଭୟାରଣ୍ୟ ମଧ୍ୟରେ ଗାଡି ଖରାପ ହେଲେ ପର୍ଯ୍ୟଟକମାନଙ୍କୁ ବାରିପଦା ଓ ଯଶୀପୁର ବସଷ୍ଟାଣ୍ଡକୁ ସ୍ଥାନାନ୍ତରିତ କରାଇବା ନିମନ୍ତେ ଅଗ୍ରୀମ ଟଙ୍କା ଜମା ଦେବାକୁ ନିୟମ ରହିଛି। ରାତ୍ରୀ ରହଣି ପାଇଁ କୋର ଏରିଆର ଜାମୁଆଣି, କୁମାରୀ, ରାମତୀର୍ଥ ଗୁଡ ଗୁଡିଆ ଆଦି ସ୍ଥାନରେ ସ୍ଵତନ୍ତ୍ର ବ୍ୟବସ୍ଥା କରାଯାଇଥିବା ବେଳେ କୁଆଁରୀ ଗାଁ ନିକଟରେ ବାଉଁଶ କୁଟୀର ବ୍ୟବସ୍ଥା ମଧ୍ୟ କରାଯାଇଛି।

ରାତ୍ରୀ ରହଣି ପାଇଁ ପର୍ଯ୍ୟଟକ ମାନେ ୱେବସାଇଟରେ ଅଗ୍ରୀମ ସଂରକ୍ଷଣ କରିବାକୁ ପଡିବ ବୋଲି ବିଭାଗ ସ୍ପଷ୍ଟ କରିଛି । ଏହାବାଦ ଗୁଡ ଗୁଡିଆରୁ ଦେବସ୍ଥଳୀ ଯାଏଁ ପ୍ରାୟ ୨୫ କିଲୋମିଟରର ଏହି ଜଙ୍ଗଲ ସଫାରୀ ରାଇଡରେ ପର୍ଯ୍ୟଟକ ଜଙ୍ଗଲ ପରିବେଶରେ ପ୍ରକୃତିକୁ ଅତି ପାଖରୁ ଦେଖିବାର ସୁଯୋଗ ପାଇବେ। ଶିମିଳିପାଳ ଭିତରେ ଥିବା ବରେହି ପାଣିରେ ପରିବେଶ ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକଙ୍କ ପାଇଁ କ୍ୟାନୋପି ୱାର୍କ ଓ ଟି କୋର୍ସର ବ୍ୟବସ୍ଥା କରାଯାଇଛି।

ସୂଚନାଯୋଗ୍ୟଯେ ପ୍ରତିବର୍ଷ ବର୍ଷା ଋତୁ ପାଇଁ ଜୁନ ମାସ ୧୫ ତାରିଖରୁ ଶିମିଳିପାଳ ଅଭୟାରଣ୍ୟ ବନ୍ଦ ହୋଇଥାଏ । ପୁନଃ ନଭେମ୍ବର ପହିଲାରେ ଖୋଲିଥାଏ ।

ମୟୂରଭଞ୍ଜରୁ ମୃତ୍ୟୁଞ୍ଜୟ ସେନାପତି, ଇଟିଭି ଭାରତ

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.