ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲା ବିଜେଡିର କାର୍ଯ୍ୟକାରିଣୀ ବୈଠକ ବ୍ରହ୍ମପୁର ଠାରେ ଅନୁଷ୍ଠିତ ହୋଇଯାଇଛି । ସ୍ଥାନୀୟ ସର୍କିଟ ହାଉସ ପରିସରରେ ଆୟୋଜିତ ବୈଠକରେ ଦଳର ଆଗାମୀ ସଭ୍ୟ ସଂଗ୍ରହ ଓ ଜନସମ୍ପର୍କ ପଦଯାତ୍ରା କିଭଳି ଆୟୋଜିତ ହେବ ସେ ନେଇ ବୈଠକରେ ଆଲୋଚନା କରାଯାଇଥିଲା ।
ଦଳର ବରିଷ୍ଠ ନେତା ତଥା ଗଞ୍ଜାମ ଜିଲ୍ଲାର ପର୍ଯ୍ୟବେକ୍ଷକ ମହେଶ୍ବର ମହାନ୍ତିଙ୍କ ଅଧ୍ୟକ୍ଷତାରେ ଆୟୋଜିତ ବୈଠକରେ ଓଡିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ୭୩ ତମ ଦିବସ ଉତ୍ସବ ଅବସରରେ ଯେପରି ପ୍ରତ୍ୟେକ ନିର୍ବାଚନ ମଣ୍ଡଳୀରେ ବିଭିନ୍ନ ସେବାମୂଳକ କାର୍ଯ୍ୟକ୍ରମ ଆୟୋଜିତ କରାଯିବ ସେ ନେଇ ବୈଠକରେ ଆଲୋଚନା କରାଯାଇଛି ।
ଏହି ଅବସରରେ ଆୟୋଜିତ ବୈଠକରେ ଜିଲ୍ଲା ବିଜେଡି ସଭାପତି ତଥା ଗୋପାଳପୁରର ବିଧାୟକ ଡାକ୍ତର ପ୍ରଦୀପ କୁମାର ପାଣିଗ୍ରାହୀ, ବ୍ରହ୍ମପୁର ସାଂସଦ ଚନ୍ଦ୍ର ଶେଖର ସାହୁ , ଆସିକା ସାଂସଦ ପ୍ରମିଳା ବିଷୋୟୀ, ପୂର୍ବତନ ମନ୍ତ୍ରୀ ତଥା ଚିକିଟି ବିଧାୟିକା ଉଷା ଦେବୀ , ବ୍ରହ୍ମପୁରର ପୂର୍ବତନ ବିଧାୟକ ଡାକ୍ତର ରମେଶ ଚନ୍ଦ୍ର ଚ୍ୟାଉ ପଟ୍ଟନାୟକ, ବ୍ରହ୍ମପୁର ବିଧାୟକ ବିକ୍ରମ କୁମାର ପଣ୍ଡା, ଛତ୍ରପୁର ବିଧାୟକ ସୁବାସ ଚନ୍ଦ୍ର ବେହେରା, ପୋଲସରା ବିଧାୟକ ଶ୍ରୀକାନ୍ତ ସାହୁଙ୍କ ସମେତ ଦଳର ବହୁ ନେତୃବୃନ୍ଦ ଉପସ୍ଥିତ ରହିଥିଲେ ।
ବ୍ରହ୍ମପୁରରୁ ସମୀର କୁମାର ଆଚାର୍ଯ୍ୟ, ଇଟିଭି ଭାରତ