ETV Bharat / city

ବ୍ରହ୍ମପୁର ସ୍ବାସ୍ଥ୍ୟ ସେବା ପ୍ରକଳ୍ପକୁ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

ବ୍ରହ୍ମପୁର ନଗର ଚିକିତ୍ସାଳୟର ୧୨ ଶଯ୍ୟା ବିଶିଷ୍ଟ ନବଜାତ ଶିଶୁ ଚିକିତ୍ସା କେନ୍ଦ୍ରକୁ ଉଦାଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ । ଏହାସହ ଜିଲ୍ଲାର ନୂତନ ବ୍ରହ୍ମପୁର ସ୍ବାସ୍ଥ୍ୟ ସେବା ପ୍ରକଳ୍ପକୁ ଉଦଘାଟିତ ହୋଇଛି । ଅଧିକ ପଢ଼ନ୍ତୁ...

ବ୍ରହ୍ମପୁର ସ୍ବାସ୍ଥ୍ୟ ସେବା ପ୍ରକଳ୍ପକୁ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ
ବ୍ରହ୍ମପୁର ସ୍ବାସ୍ଥ୍ୟ ସେବା ପ୍ରକଳ୍ପକୁ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ
author img

By

Published : Jun 24, 2021, 10:52 PM IST

ବ୍ରହ୍ମପୁର: ନଗର ଚିକିତ୍ସାଳୟର ୧୨ ଶଯ୍ୟା ବିଶିଷ୍ଟ ନବଜାତ ଶିଶୁ ଚିକିତ୍ସା କେନ୍ଦ୍ରକୁ ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ । ଏହାସହ ଜିଲ୍ଲାର ନୂତନ ବ୍ରହ୍ମପୁର ସ୍ବାସ୍ଥ୍ୟ ସେବା ପ୍ରକଳ୍ପକୁ ଉଦଘାଟିତ ହୋଇଛି । ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୮ଟି ଜିଲ୍ଲାରେ ଅକ୍ସିଜେନ ପ୍ଲାଣ୍ଟର ଭିତ୍ତି ପ୍ରସ୍ତର ମଧ୍ୟ ସ୍ଥାପନ କରିଛନ୍ତି ।

ବ୍ରହ୍ମପୁର ସ୍ବାସ୍ଥ୍ୟ ସେବା ପ୍ରକଳ୍ପକୁ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

ବ୍ରହ୍ମପୁର ସିଟି ହସ୍ପିଟାଲ ସମେତ ଭଞ୍ଜନଗରରେ ଡାୟାଲିସିସ ୟୁନିଟ, କୁକୁଡ଼ାଖଣ୍ଡି ବ୍ଲକରେ ନୂତନ ପ୍ରାଥମିକ ସ୍ବାସ୍ଥ୍ୟ କେନ୍ଦ୍ର ଏବଂ ଦିଗପହଣ୍ଡି ବ୍ଲକ୍‌ରେ ନୂତନ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ଉଦଘାଟିତ ହୋଇଛି । ଏହି ଅବସରରେ କୋଭିଡ ନିୟମ ପାଳନ ସହିତ ଟୀକାକରଣ କ୍ଷେତ୍ରରେ ମଧ୍ୟ ଜନସାଧାରଣଙ୍କ ସହଯୋଗ କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ । ବର୍ତ୍ତମାନ ସୁଦ୍ଧା ୧ କୋଟିରୁ ଅଧିକ ଡୋଜ ଟିକାକରଣ ହୋଇ ସାରିଛି ।

ପୂର୍ବରୁ ୧୫ଟି ଜିଲ୍ଲାରେ LMO ଓ PSA ପ୍ଲାଣ୍ଟ ପାଇଁ କାମ ଆରମ୍ଭ ହୋଇଥିବା ବେଳେ ବର୍ତ୍ତମାନ ଆଉ ୮ଟି ଜିଲ୍ଲାରେ ଏହିସବୁ ଅକ୍‌ସିଜେନ ପ୍ଲାଣ୍ଟ ପାଇଁ ଭିତ୍ତିପ୍ରସ୍ତର ରଖାଗଲା । ବ୍ରହ୍ମପୁର ସହରର ନଗର ଚିକିତ୍ସାଳୟରେ ଏହି ଭର୍ଚ୍ଚୁଆଲ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା । ଏଥିରେ ଜିଲ୍ଲାପାଳ ବିଜୟ ଅମୃତ କୁଲାଙ୍ଗେଙ୍କ ସହ ବ୍ରହ୍ମପୁର ସାଂସଦ ଚନ୍ଦ୍ରଶେଖର ସାହୁ, ଆସିକା ସାଂସଦ ପ୍ରମିଳା ବିଷୋୟୀ, ବ୍ରହ୍ମପୁର ବିଧାୟକ ବିକ୍ରମ କୁମାର ପଣ୍ଡା ପ୍ରମୁଖ ଯୋଗ ଦେଇଥିଲେ ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ଡାକ୍ତର, ସ୍ବାସ୍ଥ୍ୟକର୍ମୀ ଓ ଅନ୍ୟ କୋଭିଡ ଯୋଦ୍ଧାଙ୍କୁ ଧନ୍ୟବାଦ ଜଣାଇଛନ୍ତି । ତୃତୀୟ ଲହର ନେଇ ରାଜ୍ୟବାସୀଙ୍କୁ ସତର୍କ କରାଇଛନ୍ତି । କେତେକ ରାଜ୍ୟରେ ଡେଲ୍‌ଟା ପ୍ଲସ୍‌ ଭ୍ୟାରିଆଣ୍ଟ ମଧ୍ୟ ଦେଖା ଦେଇଛି । ତେଣୁ ଅବହେଳା ନକରିବାକୁ ପରାମର୍ଶ ଦିଆଯାଇଛି ।

ବ୍ରହ୍ମପୁରରୁ ସମୀର କୁମାର ଆଚାର୍ଯ୍ୟ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.