ETV Bharat / city

ଲାଞ୍ଚ ନେଇ ଭିଜିଲାନ୍ସ, ଜାଲରେ ସହକାରୀ ଯନ୍ତ୍ରୀ

ଲାଞ୍ଚ ନେଉଥିବା ବ୍ରହ୍ମପୁର ଭିଜିଲାନ୍ସ ହାତରେ ଧରାପଡିଲେ ବିଦ୍ୟୁତ ବିଭାଗରେ କାର୍ଯ୍ୟରତ ସହକାରୀ ଯନ୍ତ୍ରୀ।

ଫଟୋ ସୌଜନ୍ୟ: ସମ୍ବାଦଦାତା, ବ୍ରହ୍ମପୁର
author img

By

Published : May 17, 2019, 11:38 PM IST

ବ୍ରହ୍ମପୁର: ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ଛନ୍ଦି ହୋଇଛନ୍ତି ଜଣେ ବିଦ୍ୟୁତ ବିଭାଗରେ କାର୍ଯ୍ୟରତ ସହକାରୀ ଯନ୍ତ୍ରୀ । ଖଲ୍ଲିକୋଟ ବିଦ୍ୟୁତ ବିଭାଗରେ କାର୍ଯ୍ୟରତ ସହକାରୀ ଯନ୍ତ୍ରୀ ବସନ୍ତ କୁମାର ପଟ୍ଟନାୟକଙ୍କୁ ଭିଜିଲାନ୍ସ ଗିରଫ କରିଛି । ସେ ବିଦ୍ୟୁତ ବିଭାଗରେ କାର୍ଯ୍ୟରତ ଥିବା ଜଣେ ଲାଇନମ୍ୟାନଙ୍କ ଠାରୁ ବଦଳି କରିବା ପାଇଁ 15 ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରା ପଡିଥିଲେ ।

ଭିଡିଓ ସୌଜନ୍ୟ: ସମ୍ବାଦଦାତା, ବ୍ରହ୍ମପୁର

ସୂଚନା ଅନୁଯାୟୀ, ଲାଇନମ୍ୟାନ ବିବେକାନନ୍ଦଙ୍କ ଠାରୁ ବଦଳି ପାଇଁ ବସନ୍ତ 20 ହଜାର ଟଙ୍କା ଲାଞ୍ଚ ମାଗିଥିଲେ । ପୂର୍ବ ଯୋଜନା ଅନୁସାରେ ଶୁକ୍ରବାର ବିବେକାନନ୍ଦ ସହକାରୀ ଯନ୍ତ୍ରୀ ନିଜ ଗାଡିରେ ବସାଇ ଆସିଥିଲେ । ଅଧାରାସ୍ତାରେ ତାଙ୍କ ଠାରୁ ଲାଞ୍ଚ ନେବା ବେଳେ ଭିଜିଲାନ୍ସ ତାଙ୍କୁ ଗିରଫ କରିଛି । ପରେ ତାଙ୍କ ବାସଭବନ ସମେତ କାର୍ଯ୍ୟାଳୟରେ ଭିଜିଲାନ୍ସ ପକ୍ଷରୁ ଚଢାଉ କରାଯାଇଥିଲା । ତେବେ ବସନ୍ତଙ୍କୁ କୋର୍ଟ ଚାଲାଣ କରାଯିବ ବୋଲି ଭିଜିଲାନ୍ସ ପକ୍ଷରୁ ସୂଚନା ଦିଆଯାଇଛି ।

ବ୍ରହ୍ମପୁରରୁ ସମୀର ଆଚାର୍ଯ୍ୟ, ଇଟିଭି ଭାରତ

Intro:Body:Conclusion:
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.