ETV Bharat / city

ବାପୁଙ୍କ ଫଟୋଚିତ୍ର ପ୍ରଦର୍ଶନ କରି ବ୍ରହ୍ମପୁର ପାଳିଲା ଗାନ୍ଧୀ ଜୟନ୍ତୀ - ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ୧୫୧ ତମ ଜୟନ୍ତୀ

ଗଞ୍ଜାମ ଜିଲ୍ଲା ବ୍ରହ୍ମପୁର ଠାରେ ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ୧୫୧ ତମ ଜୟନ୍ତୀ ପାଳିତ ହୋଇଯାଇଛି । ରାମଲିଙ୍ଗମ୍ ପୋଖରୀ ପାର୍ଶ୍ବରେ ଥିବା ଗାନ୍ଧୀ ପାର୍କ ଓ ଗାନ୍ଧୀ ନଗର ଛକସ୍ଥିତ ଗାନ୍ଧୀଜୀଙ୍କ ପ୍ରତିମୁର୍ତ୍ତିରେ ବିଶିଷ୍ଠ ଅତିଥିମାନଙ୍କ ଗହଣରେ ପୁଷ୍ପମାଲ୍ୟ ଅର୍ପଣ କରାଯାଇଛି । ପଢନ୍ତୁ ସମ୍ପୂର୍ଣ୍ଣ ଖବର...

ବ୍ରହ୍ମପୁରରେ ଗାନ୍ଧୀ ଜୟନ୍ତୀ ପାଳିତ
ବ୍ରହ୍ମପୁରରେ ଗାନ୍ଧୀ ଜୟନ୍ତୀ ପାଳିତ
author img

By

Published : Oct 2, 2020, 11:02 PM IST

ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲା ବ୍ରହ୍ମପୁର ଠାରେ ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ୧୫୧ ତମ ଜୟନ୍ତୀ ପାଳିତ ହୋଇଯାଇଛି । ରାମଲିଙ୍ଗମ୍ ପୋଖରୀ ପାର୍ଶ୍ବରେ ଥିବା ଗାନ୍ଧୀ ପାର୍କ ଓ ଗାନ୍ଧୀ ନଗର ଛକସ୍ଥିତ ଗାନ୍ଧୀଜୀଙ୍କ ପ୍ରତିମୁର୍ତ୍ତିରେ ବିଶିଷ୍ଠ ଅତିଥିମାନଙ୍କ ଗହଣରେ ପୁଷ୍ପମାଲ୍ୟ ଅର୍ପଣ କରାଯାଇଛି ।

ବ୍ରହ୍ମପୁରରେ ଗାନ୍ଧୀ ଜୟନ୍ତୀ ପାଳିତ
ବ୍ରହ୍ମପୁରରେ ଗାନ୍ଧୀ ଜୟନ୍ତୀ ପାଳିତ

ଜିଲ୍ଲା ସଂସ୍କୃତି ପରିଷଦ ଏବଂ ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ବିଭାଗ ମିଳିତ ଆନୁକୂଲ୍ୟରେ ଅନୁଷ୍ଠିତ ଏହି ମାଲ୍ୟାର୍ପଣ କାର୍ଯ୍ୟକ୍ରମରେ ବ୍ରହ୍ମପୁର ସାଂସଦ ଚନ୍ଦ୍ର ଶେଖର ସାହୁ, ରାଜ୍ୟ ନିର୍ମାଣ ଶ୍ରମିକ ବୋର୍ଡ ଅଧ୍ୟକ୍ଷ ଡଃ ରମେଶ ଚନ୍ଦ୍ର ଚ୍ୟାଉ ପଟ୍ଟନାୟକ, ବ୍ରହ୍ମପୁର ବିଧାୟକ ବିକ୍ରମ କୁମାର ପଣ୍ଡା, ବ୍ରହ୍ମପୁର ମହାନଗର ନିଗମ କମିଶନର୍ ଡ. ସିଦ୍ଧେଶ୍ବର ବଳିରାମ ବୋନ୍ଦର, ବ୍ରହ୍ମପୁର ଉପ ଜିଲ୍ଲାପାଳ ଓ୍ବି. କିର୍ତ୍ତୀ ଓ୍ବାସନ୍ ଓ ସହରର ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଉପସ୍ଥିତ ଥିଲେ । ସମସ୍ତେ ମହାତ୍ମାଗାନ୍ଧୀଜୀଙ୍କ ଉଭୟ ପ୍ରତିମୁର୍ତ୍ତୀରେ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ ।

ଜିଲ୍ଲା ସଂସ୍କୃତି ପରିଷଦ ଆନୁକୂଲ୍ୟରେ ହିଲପାଟଣାସ୍ଥିତ ବିଜୁ ପଟ୍ଟନାୟକ ସଂସ୍କୃତି ଭବନ ଠାରେ ଗାନ୍ଧୀଜୀଙ୍କ ଜୀବନ ଆଦର୍ଶ ସମ୍ପର୍କିତ ଏକ ଫଟୋଚିତ୍ର ପ୍ରଦର୍ଶନୀକୁ ଅତିଥିଗଣ ଉଦ୍ଘାଟନ କରିଥିଲେ । ଏହି କାର୍ଯ୍ୟକ୍ରମରେ ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ରବି ନାରାୟଣ ବେହେରା ସହଯୋଗ କରିଥିଲେ ।

ବ୍ରହ୍ମପୁରରୁ ସମୀର ଆଚାର୍ଯ୍ୟ, ଇଟିଭି ଭାରତ

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.