ETV Bharat / city

ନିର୍ବାଚନ ପାଇଁ ପ୍ରସ୍ତୁତ ଗଞ୍ଜାମ ପ୍ରଶାସନ

author img

By

Published : Apr 5, 2019, 11:01 AM IST

ନିର୍ବାଚନକୁ ମୁକ୍ତ ଓ ସ୍ୱଚ୍ଛ କରିବା ପାଇଁ ବିଭିନ୍ନ ପଦକ୍ଷେପ ଗ୍ରହଣ କରିଛି ଜିଲ୍ଲାପ୍ରଶାସନ। ଏ ନେଇ ସୂଚନା ଦେଇଛନ୍ତି ଜିଲ୍ଲାପାଳ।

ଫଟୋ ସୌଜନ୍ୟ: ସମ୍ବାଦଦାତା, ବ୍ରହ୍ମପୁର

ବ୍ରହ୍ମପୁର: ଆସନ୍ତା 11 ତାରିଖରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଛି। ନିର୍ବାଚନ ପରିଚାଳନା ପାଇଁ ଗଞ୍ଜାମ ଜିଲ୍ଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ପର୍ବ ଶେଷ ହୋଇଛି । ପ୍ରଥମ ପର୍ଯ୍ୟାୟ ନିର୍ବାଚନରେ ଗଞ୍ଜାମ ଜିଲ୍ଲାର ଉଭୟ ଲୋକସଭା ଓ ବିଧାନସଭା ପାଇଁ ନିର୍ବାଚନ ଅନୁଷ୍ଠିତ ହେବ।

ଭିଡିଓ ସୌଜନ୍ୟ: ସମ୍ବାଦଦାତା, ବ୍ରହ୍ମପୁର

ବ୍ରହ୍ମପୁର ଲୋକସଭା ନିର୍ବାଚନ ସହ ଜିଲ୍ଲାର ବ୍ରହ୍ମପୁର ,ଛତ୍ରପୁର, ଗୋପାଳପୁର ,ଦିଗପହଣ୍ଡି ଓ ଚିକିଟି ନିର୍ବାଚନ ମଣ୍ଡଳୀ ପାଇଁ ନିର୍ବାଚନ ହେବ। ନିର୍ବାଚନ ପରିଚାଳନା ପାଇଁ ଆବଶ୍ୟକୀୟ ସରକାରୀ କର୍ମଚାରୀଙ୍କ ଠାରୁ ଆରମ୍ଭ କରି ପୋଲିସ କର୍ମଚାରୀ ମୂତୟନ କରାଯିବାକୁ ସମସ୍ତ ପ୍ରକାର ବ୍ୟବସ୍ଥା ଗ୍ରହଣ କରାଯାଇଥିବା ନେଇ ଜିଲ୍ଲାପାଳ ସୂଚନା ଦେଇଛନ୍ତି। ଏଥିସହ ନିର୍ବାଚନ କିପରି ସ୍ୱଚ୍ଛ ହେବ ସେଥିପାଇଁ ପଦକ୍ଷେପ ଗ୍ରହଣ କରାଯାଇଛି।

ଏହି ଅବସରରେ ବିଜୟ ଅମୃତ କୁଲାଙ୍ଗେ ,ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ନିର୍ଦ୍ଦେଶକ ସିଦ୍ଧାର୍ଥ ଶଙ୍କର ସ୍ବାଇଁ ପ୍ରମୁଖ ଉପସ୍ଥିତ ଥିଲେ ।

ବ୍ରହ୍ମପୁରରୁ ସମୀର ଆଚାର୍ଯ୍ୟ, ଇଟିଭି ଭାରତ

Intro:Body:Conclusion:
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.