ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲା ରମ୍ଭା ଥାନା ଜାତୀୟ ରାଜପଥ ନିକଟରେ ସଡକ ଦୁର୍ଘଟଣା । ଭାରସାମ୍ୟ ହରାଇ ଓଲଟିଲା ତୀର୍ଥଯାତ୍ରୀ ବସ । ଏଥିରେ ୨୫ ଜଣ ଯାତ୍ରୀ ଆହତ ହୋଇଥିବା ସୂଚନା । ସମସ୍ତ ଆହତଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି ।
ସୂଚନା ଅନୁସାରେ, ଗତକାଲି ବିଳମ୍ବିତ ରାତିରେ ୫୦ ଜଣ ତୀର୍ଥଯାତ୍ରୀଙ୍କୁ ନେଇ ଏକ ବସ ପୁରୀରୁ ତାମିଲନାଡୁ ଫେରୁଥିବା ବେଳେ ରମ୍ଭା ନିକଟରେ ଭାରସାମ୍ୟ ହରାଇ ଦୁର୍ଘଟଣାଗ୍ରସ୍ତ ହୋଇଥିଲା । ଫଳରେ ବସ ଭିତରେ ଥିବା ୨୫ ଯାତ୍ରୀ ଆହତ ହୋଇଥିଲେ । ଏନେଇ ଖବର ପାଇ ପୋଲିସ ଓ ସ୍ଥାନୀୟ ଲୋକେ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର ଦୁର୍ଘଟଣାରେ ଆହତ ଯାତ୍ରୀଙ୍କୁ ଛତ୍ରପୁର ସ୍ଥିତ ସରକାରୀ ଉପଖଣ୍ଡ ମେଡିକାଲରେ ଭର୍ତ୍ତି କରିଥିଲେ ।
ବ୍ରହ୍ମପୁରରୁ ସମୀର ଆଚାର୍ଯ୍ୟ, ଇଟିଭି ଭାରତ