ETV Bharat / city

15 ଦିନରେ ରାଜ୍ୟରେ 5ଟି ପ୍ଲାଜମା ବ୍ୟାଙ୍କ - ଦକ୍ଷିଣ-ପଶ୍ଚିମ ଓଡିଶା ଲୋକ କରିପାରିବେ ପ୍ଲାଜମା ଦାନ

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ବ୍ରହ୍ମପୁରର MKCG ମେଡିକାଲ କଲେଜ ଓ ବୁର୍ଲାର ଭିମ୍‌ସାରରେ ରାଜ୍ୟର ଚତୁର୍ଥ ଓ ପଞ୍ଚମ ପ୍ଲାଜମା ବ୍ୟାଙ୍କ ଉଦଘାଟନ କରିଛନ୍ତି । ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଏହି 2ଟି ପ୍ଲାଜମା ବ୍ୟାଙ୍କ ଉଦଘାଟିତ ହେବା ଦ୍ବାରା ରାଜ୍ୟରେ ସମୁଦାୟ 5 ଟି ପ୍ଲାଜମା କେନ୍ଦ୍ର ପ୍ରତିଷ୍ଠା ହେଲା ।

plasma bank in odisha
15 ଦିନରେ ଦେଶରେ 5ଟି ପ୍ଲାଜମା ବ୍ୟାଙ୍କ
author img

By

Published : Aug 5, 2020, 9:14 PM IST

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି (ବୁଧବାର) ବ୍ରହ୍ମପୁରର MKCG ମେଡିକାଲ କଲେଜ ଓ ବୁର୍ଲାର ଭିମ୍‌ସାରରେ ରାଜ୍ୟର ଚତୁର୍ଥ ଓ ପଞ୍ଚମ ପ୍ଲାଜମା ବ୍ୟାଙ୍କ ଉଦଘାଟନ କରିଛନ୍ତି । ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଏହି 2ଟି ପ୍ଲାଜମା ବ୍ୟାଙ୍କ ଉଦଘାଟିତ ହେବା ଦ୍ବାରା ରାଜ୍ୟରେ ସମୁଦାୟ 5 ଟି ପ୍ଲାଜମା କେନ୍ଦ୍ର ପ୍ରତିଷ୍ଠା ହେଲା । ଏହାଦ୍ବାରା ରାଜ୍ୟର ସମସ୍ତ ଅଞ୍ଚଳରେ ପ୍ଲାଜମା ଦାନ ଓ ଚିକିତ୍ସା ସୁବିଧାରେ ହୋଇପାରିବ । କୋଭିଡ ଯୁଦ୍ଧର ମୁଖ୍ୟ ମିଶନ ହେଉଛି ଲୋକଙ୍କ ଜୀବନର ସୁରକ୍ଷା । ଏ କ୍ଷେତ୍ରରେ ପ୍ଲାଜମା ଥେରାପି ବହୁତ ପରିମାଣରେ ସହାୟକ ହେବ ବୋଲି ମୁଖ୍ୟମନ୍ତ୍ରୀ ଆଶା ପ୍ରକାଶ କରିଛନ୍ତି ।

15 ଦିନରେ ଦେଶରେ 5ଟି ପ୍ଲାଜମା ବ୍ୟାଙ୍କ

ପ୍ଲାଜମା କେନ୍ଦ୍ରକୁ ସ୍ଥାପନ କରିବାରେ ଯେଉଁ ମେଡିକାଲ ଟିମ୍‌ ଗୁଡିକ କଠିନ ପରିଶ୍ରମ କରିଛନ୍ତି ସେମାନଙ୍କ ଉଦ୍ୟମକୁ ମୁଖ୍ୟମନ୍ତ୍ରୀ ଉଚ୍ଚ ପ୍ରଶଂସା କରିଥିଲେ । ରାଜ୍ୟରେ ପ୍ଲାଜମା ଥେରାପି ଉତ୍ସାହଜନକ ଫଳାଫଳ ପ୍ରଦର୍ଶନ କରୁଛି ଓ ବର୍ତ୍ତମାନ ସୁଦ୍ଧା 60 ଜଣ କୋଭିଡ ରୋଗୀଙ୍କୁ ପ୍ଲାଜମା ଥେରାପିରେ ଚିକିତ୍ସା ସେବା ଦିଆଯାଇଛି । 48 ଜଣ ରୋଗୀଙ୍କ ଅବସ୍ଥାରେ ଉନ୍ନତି ଆସିଛି ବୋଲି ମୁଖ୍ୟମନ୍ତ୍ରୀ ପ୍ରକାଶ କରିଥିଲେ । ଏହି ଅବସରରେ ମୁଖ୍ୟମନ୍ତ୍ରୀ ସମସ୍ତ ଯୋଗ୍ୟ କୋଭିଡ ମୁକ୍ତ ବ୍ୟକ୍ତିଙ୍କୁ ପ୍ଲାଜମା ଦାନ କରିବାକୁ ଆଗେଇ ଆସିବା ପାଇଁ ପୁଣିଥରେ ନିବେଦନ କରିଥିଲେ । ସୂଚନାଯୋଗ୍ୟ ଯେ ପୂର୍ବରୁ କଟକର SCB, ଭୁବନେଶ୍ବରର କ୍ୟାପିଟାଲ ହସ୍ପିଟାଲ ଓ ରାଉରକେଲାର IGH ଠାରେ 3 ଟି ପ୍ଲାଜମା ବ୍ୟାଙ୍କ କାର୍ଯ୍ୟକ୍ଷମ ହୋଇପାରିଛି । ଏହି ଦୁଇଟି ପ୍ଲାଜମା ବ୍ୟାଙ୍କ ସହିତ ରାଜ୍ୟର ସମୁଦାୟ 5 ଟି ପ୍ଲାଜମା ବ୍ୟାଙ୍କ ପ୍ରତିଷ୍ଠିତ ହେଲା ।

15 ଦିନରେ ଦେଶରେ 5ଟି ପ୍ଲାଜମା ବ୍ୟାଙ୍କ

ବ୍ରହ୍ମପୁରର MKCG Medical Collegeରେ ଉପସ୍ଥିତ ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ କହିଥିଲେ ଯେ ଏହି ପ୍ଲାଜମା ବ୍ୟାଙ୍କ ଦ୍ବାରା ଗୁରୁତର କୋଭିଡ ରୋଗୀଙ୍କ ଚିକିତ୍ସା ଏଣିକି ଆହୁରି ସୁବିଧାଜନକ ହେବ । ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ବରେ ରାଜ୍ୟରେ କୋଭିଡ ଯୁଦ୍ଧକୁ ପ୍ରଭାବଶାଳୀ କରାଯାଇଛି । କୋଭିଡ ରୋଗୀଙ୍କ ଚିକିତ୍ସା ପାଇଁ ସବୁପ୍ରକାର ଉପଲବ୍ଧ ପ୍ରଦ୍ଧତିକୁ ଗ୍ରହଣ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିଷ୍ପତ୍ତି ନେଇଥିବାରୁ ସେ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଥିଲେ । ଗଞ୍ଜାମ ଜିଲ୍ଲାରେ ବର୍ତ୍ତମାନ ସୁଦ୍ଧା 400 ଜଣ ପ୍ଲାଜମା ଦାନ ପାଇଁ ଆଗେଇ ଆସିଛନ୍ତି ବୋଲି ସେ ସୂଚନା ଦେଇଛନ୍ତି । MKCG ପରିସରରେ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖଙ୍କ ସମେତ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ୍ତ କୁମାର ମହାପାତ୍ର, ଜିଲ୍ଲାପାଳ ବିଜୟ ଅମୃତା କୁଲାଙ୍ଗେ, ଜିଲ୍ଲା ପ୍ରଶାସନର ଅଧିକାରୀ ଏବଂ ନିର୍ବାଚିତ ପ୍ରତିନିଧି ଉପସ୍ଥିତ ରହିଥିଲେ ।

ବୁର୍ଲାର ଭିମସାର ଠାରେ ଉପସ୍ଥିତ ସ୍ବାସ୍ଥ୍ୟ ମନ୍ତ୍ରୀ ନବ ଦାସ କହିଥିଲେ ଯେ ପ୍ଲାଜମା ବ୍ୟାଙ୍କ ପାଇଁ ପଶ୍ଚିମ ଓଡିଶାର ଲୋକମାନଙ୍କ ମଧ୍ୟରେ ଆଶା ସୃଷ୍ଟି କରିଛି । କୋଭିଡ ରୋଗରେ ଲୋକଙ୍କ ଚିକିତ୍ସା ଓ ଅନ୍ୟାନ୍ୟ ସେବା ଯୋଗାଉଥିବା ଲୋକଙ୍କୁ ଭଗବାନ ଆଶୀର୍ବାଦ କରିବେ ଓ କୋରୋନା ଯୁଦ୍ଧରେ ଚାଲିଥିବା ଲଢେଇ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଉଦ୍ୟମ ନିଶ୍ଚୟ ସଫଳ ହେବ ବୋଲି ସେ କହିଛନ୍ତି । ଏହି ଅବସରରେ ବ୍ରହ୍ମପୁରର MKCGର ପ୍ରଥମ ପ୍ଲାଜମାଦାତା ଶୁଭ୍ରାଂଶୁ ମୋହନ ସାହୁ ଓ ବୁର୍ଲା ଭିମସାରର ପ୍ରଥମ ପ୍ଲାଜମାଦାତା ରବୀନ୍ଦ୍ର ସାହୁ ସେମାନଙ୍କର ଅନୁଭୂତି ବର୍ଣ୍ଣନା କରିବା ସହିତ ଅନ୍ୟ କୋଭିଡମୁକ୍ତ ବ୍ୟକ୍ତିମାନଙ୍କୁ ପ୍ଲାଜମା ଦାନ କରିବା ପାଇଁ ନିବେଦନ କରିଥିଲେ ।

ସ୍ବାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ପି.କେ ମହାପାତ୍ର ପ୍ରାରମ୍ଭିକ ସୂଚନା ଦେଇଥିଲେ ଓ ଭିମସାରର ନିର୍ଦ୍ଦେଶକ ଧନ୍ୟବାଦ ଅର୍ପଣ କରିଥିଲେ । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଶାସନ ସଚିବ, ମୁଖ୍ୟମନ୍ତ୍ରୀ କାର୍ଯ୍ୟାଳୟର ମୁଖ୍ୟ ଉପଦେଷ୍ଟା, ଉନ୍ନୟନ କମିଶନର, ଅତିରିକ୍ତ ମୁଖ୍ୟ ଶାସନ ସଚିବ ତଥା ସ୍ବତନ୍ତ୍ର ରିଲିଫ କମିଶନର, ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି), ଇଲେକ୍ଟ୍ରୋନିକ ଓ ଆଇଟି ବିଭାଗ ସଚିବ ଯୋଗ ଦେଇଥିଲେ ।

ଭୁବନେଶ୍ବରରୁ ଜ୍ଞାନଦର୍ଶୀ ସାହୁ, ସମ୍ବଲପୁରରୁ ବାଦଶାହା ଯୁସ୍ମନ ରାଣା, ବ୍ରହ୍ମପୁରରୁ ସମୀର ଆଚାର୍ଯ୍ୟ, ଇଟିଭି ଭାରତ

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.