ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲାର ସଦର ମହକୁମା ଛତ୍ରପୁର ସମେତ ରାଜ୍ୟର ପ୍ରମୁଖ ପର୍ଯ୍ୟଟନସ୍ଥଳୀ ଗୋପାଳପୁର ବେଳାଭୂମି ଏବଂ ଆସିକାଠାରେ ଆୟୋଜିତ ହେବ ମହୋତ୍ସବ । ଏନେଇ ଗଞ୍ଜାମ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଆୟୋଜିତ ହୋଇଯାଇଛି ପ୍ରସ୍ତୁତି ବୈଠକ ।
ଜିଲ୍ଲାପାଳ ବିଜୟ ଅମୃତ କୁଲାଙ୍ଗେଙ୍କ ଅଧ୍ୟକ୍ଷତାରେ ଛତ୍ରପୁର, ଗୋପାଳପୁର, ଆସିକାରେ ଏହି ମହୋତ୍ସବର ଅନୁଷ୍ଠିତ ହେବା ଯାଉଛି । ଉକ୍ତ ବୈଠକରେ ସମୟ ସହ ସ୍ଥାନ ନିର୍ଦ୍ଧାରଣ, ଜିଲ୍ଲାର ଲୋକକଳା ପ୍ରଦର୍ଶନ, ମହିଳା ସଶକ୍ତିକରଣ, ଟ୍ରାଫିକ ବ୍ୟବସ୍ଥା ନିୟନ୍ତ୍ରଣ ଓ ଅନ୍ୟାନ୍ୟ କାର୍ଯ୍ୟକ୍ରମ ହୋଇପାରିବ ସେ ସମ୍ପର୍କରେ ଆଲୋଚନା କରାଯାଇଥିଲା ।
ଏହି ବୈଠକରେ ଆସିକା ସାଂସଦ ପ୍ରମିଳା ବିଷୋୟୀ ଗୋପାଳପୁର ବିଧାୟକ ଡଃ.ପ୍ରଦୀପ ପାଣିଗ୍ରାହୀ, ଆସ୍କା ବିଧାୟକ ମଞ୍ଜୁଳା ସ୍ବାଇଁ , ଛତ୍ରପୁର ବିଧାୟକ ସୁବାଷ ବେହେରା ପ୍ରମୁଖ ଉପସ୍ଥିତ ରହି ଆଲୋଚନା କରିଥିଲେ । ଏହି ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ନିର୍ଦ୍ଦେଶକ ସିଦ୍ଧାର୍ଥ ଶଙ୍କର ସ୍ବାଇଁ ବ୍ରହ୍ମପୁର ଆରକ୍ଷୀ ଅଧିକ୍ଷକ ପିନାକ ମିଶ୍ର, ଉପଜିଲ୍ଲାପାଳ ସିନ୍ଧେ ଦତ୍ତାତ୍ରୟ ଭାଉସାହେବ ଓ ଛତ୍ରପୁର ଉପଜିଲ୍ଲାପାଳ ପ୍ରିୟ ରଞ୍ଜନ ପୃଷ୍ଟି ପ୍ରମୁଖ ଉପସ୍ଥିତ ରହିଥିଲେ ।
ବ୍ରହ୍ମପୁରରୁ ସମୀର ଆଚାର୍ଯ୍ୟ, ଇଟିଭି ଭାରତ