ETV Bharat / city

ତୃତୀୟ ଲହର ଭୟ: ଆଜିଠୁ ଗଞ୍ଜାମରେ ଶିଶୁଙ୍କ ସ୍ବାସ୍ଥ୍ୟ ଯାଞ୍ଚ - covid checking

ତୃତୀୟ ଲହରକୁ ଦୃଷ୍ଟିରେ ରଖି ଗଞ୍ଜାମରେ ଆଜି(ବୁଧବାର) ଠାରୁ ଆରମ୍ଭ ହେବ ଶିଶୁମାନଙ୍କ ସ୍ବାସ୍ଥ୍ୟ ଯାଞ୍ଚ । ଘରକୁ ଘର ବୁଲି ଯାଞ୍ଚ କରିବାକୁ ନିର୍ଦ୍ଦେଶ ଦେଲେ ଜିଲ୍ଲାପାଳ । ଅଧିକ ପଢନ୍ତୁ..

ତୃତୀୟ ଲହର ଭୟ: ଆଜିଠୁ ଗଞ୍ଜାମରେ ଆରମ୍ଭ ହେବ ଶିଶୁଙ୍କ ସ୍ବାସ୍ଥ୍ୟ ଯାଞ୍ଚ

author img

By

Published : Jun 9, 2021, 10:32 AM IST

ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲାରେ ଦିନକୁ ଦିନ କମିବାରେ ଲାଗିଛି କୋଭିଡ ସଂକ୍ରମଣ । ରାଜ୍ୟ ସରକାରଙ୍କ ଲକଡାଉନ କଟକଣାକୁ ଜିଲ୍ଲାବାସୀ ଅଧିକ ମାତ୍ରାରେ ସହଯୋଗ କରିଥିବା ଯୋଗୁଁ ଏଭଳି ସଫଳତା ମିଳିଥିବା ଦେଖାଯାଇଛି । ସେପଟେ କୋଭିଡର ତୃତୀୟ ଲହରରେ ଶିଶୁମାନେ ଅଧିକ ସଂକ୍ରମିତ ହେବାର ସମ୍ଭାବନା ରହିଥିବାରୁ ଶିଶୁମାନଙ୍କୁ ଅଧିକ ସତର୍କତା ସହକାରେ ରହିବାକୁ କୁହାଯାଉଛି । ଏହାକୁ ଦୃଷ୍ଟିରେ ରଖି ସରକାରଙ୍କ ପକ୍ଷରୁ ବିଭିନ୍ନ ପଦକ୍ଷେପ ନିଆଯାଉଥିବା ବେଳେ ଏମକେସିଜି ମେଡିକାଲରେ ଶିଶୁମାନଙ୍କ ପାଇଁ ସ୍ବତନ୍ତ୍ର ୱାର୍ଡ଼ ବ୍ୟବସ୍ଥା କରାଯିବାକୁ ପ୍ରକ୍ରିୟା ଆରମ୍ଭ ହୋଇଛି । ସେହିପରି ଗଞ୍ଜାମ ଜିଲ୍ଲା ପ୍ରଶାସନ ପକ୍ଷରୁ ଶିଶୁଙ୍କ ସୁରକ୍ଷାକୁ ଅଗ୍ରାଧିକାର ଦିଆଯାଇ ଆଜି(ବୁଧବାର) ଠାରୁ ଶିଶୁମାନଙ୍କ ସ୍ବାସ୍ଥ୍ୟ ଯାଞ୍ଚ ପ୍ରକ୍ରିୟା ଆରମ୍ଭ କରାଯାଇଛି । ଏହି ପରିପ୍ରେକ୍ଷୀରେ ଜିଲ୍ଲାପାଳ ବିଜୟ ଅମୃତା କୁଲାଙ୍ଗେ ଜିଲ୍ଲାର ସମସ୍ତ ଘରକୁ ଘର ବୁଲି ଶିଶୁମାନଙ୍କର କୋଭିଡ୍ ଲକ୍ଷଣ ଯାଞ୍ଚ କରାଯିବାକୁ ନିର୍ଦ୍ଦେଶ ଦେଇଛନ୍ତି ।

ତୃତୀୟ ଲହର ଭୟ: ଆଜିଠୁ ଗଞ୍ଜାମରେ ଆରମ୍ଭ ହେବ ଶିଶୁଙ୍କ ସ୍ବାସ୍ଥ୍ୟ ଯାଞ୍ଚ

ବୁଧବାର ଠାରୁ ଏହି ଯାଞ୍ଚ ପ୍ରକ୍ରିୟା ଆରମ୍ଭ ହୋଇ ଆଗାମୀ ତିନି ମାସ ପର୍ଯ୍ୟନ୍ତ ଚାଲୁ ରହିବ ବୋଲି ମଙ୍ଗଳବାର ଏକ ଭିଡିଓ କନଫରେନ୍ସିଂ ଆଲୋଚନାରେ ଜିଲ୍ଲାପାଳ ସମସ୍ତ ଅଧିକାରୀମାନଙ୍କୁ ଅବଗତ କରାଇଛନ୍ତି । ଆଜି(ବୁଧବାର) ଠାରୁ ଏହି କାର୍ଯ୍ୟକ୍ରମରେ ଏଏନଏମ୍, ଅଙ୍ଗନଓ୍ବାଡି କର୍ମୀ ଏବଂ ଆଶା କର୍ମୀମାନଙ୍କୁ ବ୍ଲକ୍ ସ୍ତରରେ ପ୍ରଶିକ୍ଷଣ ପ୍ରଦାନ କରାଯାଇ ଉତ୍ତମ ମାନର ଯାଞ୍ଚ ପ୍ରକ୍ରିୟା କାର୍ଯ୍ୟକାରୀ କରିବାକୁ ସମ୍ପୃକ୍ତ ଅଧିକାରୀମାନଙ୍କୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଛନ୍ତି । କୋଭିଡ୍ ଲକ୍ଷଣ, ଅକ୍ସିଜେନ ସ୍ତର ଯାଞ୍ଚ କାର୍ଯ୍ୟ ଇତ୍ୟାଦି କୋଭିଡ୍ କଟକଣା ଅନୁଯାୟୀ କରାଯିବ । ସଂକ୍ରମଣରୁ ଶିଶୁମାନଙ୍କୁ ସୁରକ୍ଷା ଦେବାକୁ ସମସ୍ତ ପ୍ରକାର ବ୍ୟବସ୍ଥା ଗ୍ରହଣ କରାଯିବ । ଲକ୍ଷଣ ଯୁକ୍ତ ଶିଶୁମାନଙ୍କୁ ଅଧିକ ଯତ୍ନ ଏବଂ ସୁଷମ ଖାଦ୍ୟ ଯୋଗାଣ ଦିଗରେ ଧ୍ୟାନ ଦେବାକୁ ପରାମର୍ଶ ଦିଆଯାଇଛି ।

ଏହି ଅଭିଯାନ ପରିଚାଳନା ପାଇଁ ବ୍ରହ୍ମପୁର ମହାନଗର ନିଗମ ଅଞ୍ଚଳରେ କମିଶନର ଏବଂ ବ୍ଲକ୍ ସ୍ତରରେ ଗୋଷ୍ଠୀ ଉନ୍ନୟନ ଅଧିକାରୀମାନେ ନୋଡାଲ୍ ଅଧିକାରୀ ଭାବେ କାର୍ଯ୍ୟ ସମ୍ପାଦନ କରିବେ । ସାମାନ୍ୟ ଲକ୍ଷଣ ଯୁକ୍ତ ଶିଶୁ ଯେଉଁମାନଙ୍କର ତଣ୍ଟି ଦରଜ ହେବା, କାଶ ହେବା, ଶ୍ବାସକ୍ରିୟାରେ ଅସୁବିଧା ଆଦି ସମସ୍ୟା ଦେଖାଯିବ ସେମାନଙ୍କ ଗୃହରେ ଏକାନ୍ତ ରଖି ଚିକିତ୍ସା କରାଯିବାକୁ ପରାମର୍ଶ ଦିଆଯାଇଛି । ଅଭିଭାବକମାନେ ଡାକ୍ତର କିମ୍ବା ସଂପୃକ୍ତ ଅଧିକାରୀମାନଙ୍କ ସହିତ ବରାବର ଯୋଗସୂତ୍ର ରକ୍ଷା କରି ଶିଶୁମାନଙ୍କର ଯତ୍ନ ସମ୍ପର୍କରେ ପରାମର୍ଶ ନେବେ । ସେମାନଙ୍କ ସ୍ବାସ୍ଥ୍ୟବସ୍ଥା ସଙ୍କଟାପନ୍ନ ହେଲେ ତୁରନ୍ତ ମେଡିକାଲରେ ଭର୍ତ୍ତି କରିବା ପାଇଁ ଜିଲ୍ଲାପାଳ ପରାମର୍ଶ ଦେଇଛନ୍ତି।

ବୈଠକରେ ପ୍ରକଳ୍ପ ନିର୍ଦ୍ଦେଶକ, ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ସିନ୍ଦେ ଦତ୍ତାତ୍ରେୟ ଭାଉ ସାହେବ, ବ୍ରହ୍ମପୁର ମହାନଗର ନିଗମ କମିଶନର ଡଃ ସିଦ୍ଧେଶ୍ବର ବଳିରାମ ବନ୍ଦାର, ବ୍ରହ୍ମପୁର ଉପଜିଲ୍ଲାପାଳ ଓ୍ବି. କୀର୍ତ୍ତି ଓ୍ବାସନ୍, ଡୁଡା ପ୍ରକଳ୍ପ ନିର୍ଦ୍ଦେଶକ ସୁଦାମ ଚରଣ ମଣ୍ଡଳ, ଅତିରିକ୍ତ ଜିଲ୍ଲାପାଳ ଲୀନା କୁମାରୀ ଖେସ୍,, ଅମୀୟ କୁମାର ସାହୁ, ଉପଜିଲ୍ଲାପାଳ ଛତ୍ରପୁର ପ୍ରିୟ ରଞ୍ଜନ ପୃଷ୍ଟି, ଭଞ୍ଜନଗର ଉପଜିଲ୍ଲାପାଳ ରାଜେନ୍ଦ୍ର ମିଞ୍ଜ, ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡଃ ଉମା ଶଙ୍କର ମିଶ୍ର, ଜାତୀୟ ସ୍ବାସ୍ଥ୍ୟ ମିଶନ୍ ପ୍ରକଳ୍ପ ସଂଯୋଜକ ଶ୍ୟାମ ସୁନ୍ଦର ତ୍ରିପାଠୀ ପ୍ରମୁଖ ଉପସ୍ଥିତ ଥିଲେ ।

ବ୍ରହ୍ମପୁରରୁ ସମୀର ଆଚାର୍ଯ୍ୟ, ଇଟିଭି ଭାରତ

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.