ETV Bharat / city

୧୦ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

author img

By

Published : Jul 30, 2021, 10:30 PM IST

ଆଗାମୀ ୪୮ ଘଣ୍ଟା ମଧ୍ୟରେ ଓଡ଼ିଶାର ଅନେକ ଜିଲ୍ଲାରେ ପ୍ରବଳ ବର୍ଷା ହେବ । ଆସନ୍ତା ୨୪ ଘଣ୍ଟା ଶନିବାର, ସକାଳ ୮.୩୦ ମଧ୍ୟରେ ସୁନ୍ଦରଗଡ଼ ଏବଂ କେନ୍ଦୁଝର ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଅଧିକ ପଢନ୍ତୁ...

10 district heavy rain
୧୦ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ବର: ଗାଙ୍ଗୀୟ ପଶ୍ଚିମବଙ୍ଗ ଉପତ୍ୟକା ଏବଂ ତତସଂଲଗ୍ନ ଝାଡଖଣ୍ଡ ଅଞ୍ଚଳ ଉପରେ ସୁଦୃଶ-ଲଘୁଚାପ କ୍ଷେତ୍ର। ଗତକାଲି ସୁଦୃଶ -ଲଘୁଚାପ ଶୁକ୍ରବାର ଗାଙ୍ଗୀୟ ପଶ୍ଚିମବଙ୍ଗ ଉପତ୍ୟକା ଏବଂ ତତ -ସଂଲଗ୍ନ ଝାଡ଼ଖଣ୍ଡ ଅଞ୍ଚଳ ଉପରେ ସକ୍ରିୟ ରହିଛି ଏବଂ ଏହା ସହ ଜଡିତ ଘୁର୍ଣ୍ଣିବଳୟ ସମୁଦ୍ର ପତନ ଠାରୁ ୭.୬ ଉଚ୍ଚତା ଯାଏଁ ବ୍ୟାପିଛି।

୧୦ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

ଆଗାମୀ ୨ ରୁ ୩ ଦିନ ଯାଏଁ ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଗତିକରି ଦକ୍ଷିଣ ବିହାର ଏବଂ ଉତ୍ତର ପ୍ରଦେଶ ର ଦକ୍ଷିଣ ଭାଗ ମଧ୍ୟ ଦେଇ ଅତିକ୍ରମ କରିବାର ସମ୍ଭାବନା ରହିଛି । ଏହି ଲଘୁଚାପ କ୍ଷେତ୍ର ପ୍ରଭାବରେ ଆଗାମୀ ୪୮ ଘଣ୍ଟା ମଧ୍ୟରେ ଓଡ଼ିଶାର ଅନେକ ଜିଲ୍ଲାରେ ପ୍ରବଳ ବର୍ଷା ହେବ । ଆସନ୍ତା ୨୪ ଘଣ୍ଟା ଶନିବାର ,ସକାଳ ୮.୩୦ ମଧ୍ୟରେ ସୁନ୍ଦରଗଡ଼ ଏବଂ କେନ୍ଦୁଝର ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।

ସେହିପରି ବରଗଡ଼, ସମ୍ବଲପୁର, ଝାରସୁଗୁଡା, ଦେବଗଡ଼, ମୟୂରଭଞ୍ଜ, ସୋନପୁର, ବଲାଙ୍ଗୀର ଏବଂ ନୂଆପଡା ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏହି ଜିଲ୍ଲା ଗୁଡିକୁ ୟେଲୋ ୱାର୍ନିଂ ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଆଗାମୀ ୨୪ ଘଣ୍ଟା ଯାଏଁ ଓଡିଶା ଉପକୂଳ ଏବଂ ଉତ୍ତର ବଙ୍ଗୋପସାଗର ଅଞ୍ଚଳକୁ ମତ୍ସ୍ୟଜୀବୀମାନଙ୍କୁ ପ୍ରବେଶ ନକରିବାକୁ ପରାମର୍ଶ ଦିଆଯାଇଛି ।

ଭୁବନେଶ୍ବରରୁ ସଞ୍ଜୀବ ରାୟ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.