ETV Bharat / city

୧୦୦ ଦିବସୀୟ ପଠନ ଅଭିଯାନ ପଢେ ଭାରତ ଆରମ୍ଭ - ପଢେ ଭାରତ ଅଭିଯାନ କଣ

୧୦୦ ଦିବସୀୟ ପଠନ ଅଭିଯାନ ‘ପଢେ ଭାରତ’(Padhe Bharat Program) ର ଶୁଭାରମ୍ଭ କଲେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ(Union Education Minister Dharmendra Pradhan) । ଅଧିକ ପଢନ୍ତୁ

୧୦୦ ଦିବସୀୟ ପଠନ ଅଭିଯାନ ପଢେ ଭାରତ ଆରମ୍ଭ
୧୦୦ ଦିବସୀୟ ପଠନ ଅଭିଯାନ ପ୧୦୦ ଦିବସୀୟ ପଠନ ଅଭିଯାନ ପଢେ ଭାରତ ଆରମ୍ଭଢେ ଭାରତ ଆରମ୍ଭ
author img

By

Published : Jan 2, 2022, 7:03 AM IST

ଭୁବନେଶ୍ବର: ଆଜି(ଶନିବାର) ୧୦୦ ଦିବସୀୟ ପଠନ ଅଭିଯାନ ‘ପଢେ ଭାରତ’(Padhe Bharat Program) ର ଶୁଭାରମ୍ଭ କରିଛନ୍ତି କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ(Union Education Minister Dharmendra Pradhan) । ଏହି ଅବସରରେ ବହି ପଢିବାକୁ ନିତିଦିନିଆ ଅଭ୍ୟାସରେ ପରିଣତ କରିବାକୁ ଯୁବପିଢିଙ୍କୁ ଆହ୍ବାନ କରିଛନ୍ତି ଶିକ୍ଷାମନ୍ତ୍ରୀ । ରାଷ୍ଟ୍ରୀୟ ଶିକ୍ଷା ନୀତିରେ ପିଲାଙ୍କୁ ନିଜ ମାତୃଭାଷାରେ ବହି ପଢ଼ିବା ପାଇଁ ପ୍ରୋତ୍ସାହନ ଏହି କାର୍ଯ୍ୟକ୍ରମର ମୁଖ୍ୟ ଉଦ୍ଦେଶ୍ୟ ବୋଲି ସେ କହଛନ୍ତି ।

କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶନିବାର ଇଂରାଜୀ ନବ ବର୍ଷ-୨୦୨୨ ଅବସରରେ ରାଷ୍ଟ୍ରୀୟ ଶିକ୍ଷା ନୀତି -୨୦୨୦ ଅନ୍ତର୍ଗତ ୧୦୦ ଦିବସୀୟ ପଠନ ଅଭିଯାନ 'ପଢ଼େ ଭାରତ’ର ଶୁଭାରମ୍ଭ କରିଛନ୍ତି । ଏହି ଅଭିଯାନ ଅଧୀନରେ କେନ୍ଦ୍ରମନ୍ତ୍ରୀ ପ୍ରଧାନ ଦେଶର ନାଗରିକ ବିଶେଷ ଭାବରେ ଯୁବପିଢ଼ିଙ୍କୁ ‘ବହି ପଢ଼ିବା’କୁ ନିତିଦିନିଆ ଅଭ୍ୟାସରେ ପରିଣତ କରିବାକୁ ଆହ୍ବାନ କରିଛନ୍ତି । ରାଷ୍ଟ୍ରୀୟ ଶିକ୍ଷା ନୀତିରେ ପିଲାମାନଙ୍କୁ ନିଜ ବୟସ ଅନୁସାରେ ନିଜ ମାତୃଭାଷା ବା ଆଞ୍ଚଳିକ ଭାଷାରେ ବହି ପଢ଼ିବା ପାଇଁ ପ୍ରୋତ୍ସାହନ ଦେବାକୁ ଗୁରୁତ୍ବ ଦିଆଯାଇଛି । ଶୁଭାରମ୍ଭ କରିବା ଅବସରରେ କେନ୍ଦ୍ରଶିକ୍ଷାମନ୍ତ୍ରୀ କହିଛନ୍ତି ଯେ, ଛାତ୍ରଛାତ୍ରୀଙ୍କ ମଧ୍ୟରେ ସାରା ଜୀବନ ଶିକ୍ଷା ଗ୍ରହଣକୁ ବିକଶିତ କରିବା ଦିଗରେ ପୁସ୍ତକ ପଢ଼ିବାର ବିଶେଷତା ଉପରେ ଗୁରୁତ୍ଵାରୋପ କରିଛନ୍ତି । ଅଳ୍ପ ବୟସରୁ ପୁସ୍ତକ ପଢ଼ିବା ଅଭ୍ୟାସ କଲେ ଏହା ଶିଶୁଙ୍କ ମାନସିକ ବିକାଶ କରିବ। ସେମାନଙ୍କ ସୃଜନଶୀଳତାକୁ ବୃଦ୍ଧି କରିବା ସହ ଛାତ୍ରଛାତ୍ରୀଙ୍କ ପାଇଁ ଶିକ୍ଷାର ଏକ ସୁସ୍ଥ ବାତାବରଣ ତିଆରି କରିବ ।

ସେହିପରି ବହି ପଢିବା ଏକ ଭଲ ଅଭ୍ୟାସ ଏବଂ ଜ୍ଞାନ, ଭାଷା ଏବଂ ସାମାଳିକ ଦକ୍ଷତାର ବିକାଶ କରିବାରେ ଏକ ଭଲ ଉପାୟ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶର ନାଗରିକଙ୍କୁ ନିୟମିତ ପୁସ୍ତକ ପଢ଼ିବା ପାଇଁ ଆହ୍ବାନ କରିଛନ୍ତି । ପ୍ରଧାନମନ୍ତ୍ରୀଙ୍କ ଏହି ପ୍ରେରଣାରେ ପୁସ୍ତକ ପଢ଼ିବାକୁ ସାରା ଜୀବନ ଅଭ୍ୟାସରେ ପରିଣତ କରିବା ନେଇ ପ୍ରତିଶ୍ରୁତିବଦ୍ଧ ବୋଲି କେନ୍ଦ୍ରମନ୍ତ୍ରୀ ଟ୍ଵିଟ୍ କରି କହିଛନ୍ତି ।

‘ପଢେ ଭାରତ’ ଅଭିଯାନ ଅନ୍ତର୍ଗତ କେନ୍ଦ୍ର ଶିକ୍ଷାମନ୍ତ୍ରୀ ୫ଟି ପୁସ୍ତକ ପଢ଼ିବା ଆରମ୍ଭ କରିଛନ୍ତି । ଏଥିରେ ୨ଟି ଓଡ଼ିଆ ପୁସ୍ତକ କବିବର ରାଧାନାଥ ରାୟଙ୍କ ‘ଚିଲିକା’, ବ୍ୟାସକବି ଫକୀର ମୋହନ ସେନାପତିଙ୍କ ‘ପ୍ରାୟଶ୍ଚିତ' ରହିଛି । ସେହିପରି ଅନ୍ୟ ତିନୋଟି ପୁସ୍ତକ ଜେମ୍ସ କ୍ଲିୟରଙ୍କ 'ଆଟୋମିକ ହାବିଟ’, ରସକିନ୍ ବଣ୍ଡଙ୍କ 'ଏ ଲିଟିଲ୍ ବୁକ୍ ଅଫ୍ ହାପିନେସ୍, ସ୍ଵାମୀ ବିବେକାନନ୍ଦଙ୍କ ରିପ୍ଲେକ୍ସନ୍ଧ’ ମଧ୍ୟ ରହିଛି । ଏହି ଅଭିଯାନ ଅନ୍ତର୍ଗତ ପାଠକ ପାଠିକାମାନେ ନିଜେ ପଢୁଥିବା ପୁସ୍ତକ ସହ ଆଗକୁ କେଉଁ ପୁସ୍ତକ ପଢିବା ଉଚିତ୍, ସେ ନେଇ ମଧ୍ୟ କେନ୍ଦ୍ରମନ୍ତ୍ରୀଙ୍କୁ ତାଙ୍କ ମତାମତ ଦେବାକୁ କହିଛନ୍ତି ।

ସୂଚନାଯୋଗ୍ୟ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆହ୍ବାନ କ୍ରମେ 'ପଢେ ଭାରତ' ଅଭିଯାନରେ ସମସ୍ତଙ୍କ ମଧ୍ୟରେ ପୁସ୍ତକ ପଢ଼ିବା ପ୍ରତି ଆଗ୍ରହ ସୃଷ୍ଟି କରିବା ଦିଗରେ ପଦକ୍ଷେପ ନିଆଯାଇଛି । ଛାତ୍ରଛାତ୍ରୀ, ଶିକ୍ଷକ, ଅଭିଭାବକ, ଶିକ୍ଷାବିତ୍ର ଏବଂ ସମାଜ ସମେତ ରାଷ୍ଟ୍ରୀୟ ଏବଂ ରାଜ୍ୟସ୍ତରରେ ସମାଜର ଅଂଶୀଦାରଙ୍କ ଭାଗିଦାରୀକୁ ସୁନିଶ୍ଚିତ କରିବା ଏହାର ଉଦ୍ଦେଶ୍ୟ । ପଠନ ଅଭିଯାନ ୧ ଜାନୁଆରୀ ୨୦୨୨ରେ ଆରମ୍ଭ ହୋଇ ୧୦ ଏପ୍ରିଲ୍ ୨୦୨୨ ପର୍ଯ୍ୟନ୍ତ ୧୦୦ ଦିନ ବା ୧୪ ସପ୍ତାହ ଧରି ଆୟୋଜନ କରାଯିବ ।

ଭୁବନେଶ୍ବରରୁ ବିକାଶ କୁମାର ଦାସ, ଇଟିଭି ଭାରତ

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.