ETV Bharat / city

ଚଳିତ ବର୍ଷ ନିର୍ମାଣ ହେବ 1000 କି.ମି ରାସ୍ତା ଓ ୩୦ଟି ବଡ ସେତୁ

author img

By

Published : Apr 3, 2021, 1:04 PM IST

Updated : Apr 3, 2021, 3:15 PM IST

ଚଳିତ ଆର୍ଥିକ ବର୍ଷରେ 1000 କିଲୋମିଟର ରାସ୍ତା ଓ ୩୦ଟି ବଡ ସେତୁ ନିର୍ମାଣ ପାଇଁ ଲକ୍ଷ୍ୟ ରଖାଯାଇଛି । ଏଥିପାଇଁ ୨୩୦୦ କୋଟି ଟଙ୍କା ଖର୍ଚ୍ଚ କରାଯିବ । ଆସ୍କାରେ ଏକ ସେତୁ ଉଦଘାଟନ ଅବସରରେ ମୁଖ୍ୟମନ୍ତ୍ରୀ ଏହା କହିଛନ୍ତି । ଅଧିକ ପଢନ୍ତୁ...

naveen pattnaik
ଚଳିତ ଆର୍ଥିକ ବର୍ଷରେ ନିର୍ମାଣ ହେବ 1000 କି.ମି ରାସ୍ତା ଓ ୩୦ଟି ବଡ ସେତୁ

ଭୁବନେଶ୍ବର: ଚଳିତ ଆର୍ଥିକ ବର୍ଷରେ ଗମନାଗମନ ଉପରେ ଗୁରୁତ୍ୱ ଦେଇଛନ୍ତି ରାଜ୍ୟ ସରକାର । ଚଳିତ ଆର୍ଥିକ ବର୍ଷରେ 1000 କିଲୋମିଟର ରାସ୍ତା ଓ ୩୦ଟି ବଡ ସେତୁ ନିର୍ମାଣ ପାଇଁ ଲକ୍ଷ୍ୟ ରଖାଯାଇଛି । ଏଥିପାଇଁ ୨୩୦୦ କୋଟି ଟଙ୍କା ଖର୍ଚ୍ଚ କରାଯିବ । ଏହା ସହିତ ବିଜୁ ସେତୁ ଯୋଜନାରେ ପ୍ରାୟ ୧୦୦୦ କୋଟି ଟଙ୍କା ଓ ଗ୍ରାମ ସଡକ ପାଇଁ ୨୦୦୦ କୋଟି ଟଙ୍କା ଖର୍ଚ୍ଚ କରାଯିବାକୁ ଲକ୍ଷ୍ୟ ରଖାଯାଇଥିବା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି । ଆସ୍କାରେ ଏକ ସେତୁ ଉଦଘାଟନ ଅବସରରେ ମୁଖ୍ୟମନ୍ତ୍ରୀ ଏହା କହିଛନ୍ତି ।

ଚଳିତ ବର୍ଷ ନିର୍ମାଣ ହେବ 1000 କି.ମି ରାସ୍ତା ଓ ୩୦ଟି ବଡ ସେତୁ

ଗଞ୍ଜାମ ଜିଲ୍ଲାର ଆସ୍କାରେ ଏକ ଗୁରୁତ୍ବପୂର୍ଣ୍ଣ କଇଁଫୁଲିଆ ହାଇଲେବଲ ସେତୁର ଦିନ ୧୧.୩୦ ସମୟରେ ଭର୍ଚୁଆଲ ମାଧ୍ୟମରେ ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବ୍ରିଟିଶ ସମୟର ଦୁଇଟି ପୁରୁଣା ସେତୁକୁ ରିପ୍ଲେସ କରାଯାଇ ଏହି ସେତୁ ନିର୍ମାଣ କରାଯାଇଛି । ଜିଲ୍ଲାର ବିଭିନ୍ନ ଅଞ୍ଚଳର ରାସ୍ତା ପାଇଁ ଏହା ଏକ ଗୁରୁତ୍ବପୂର୍ଣ୍ଣ ସଂଯୋଗ ପଥ ଭାବେ କାର୍ଯ୍ୟ କରିବ । ଆସ୍କା, ଭଞ୍ଜନଗର, ଛତ୍ରପୁର ଓ ଅନ୍ୟାନ୍ୟ ସହରରୁ ଭୁବନେଶ୍ବରକୁ ଦୂରତା ମଧ୍ୟ କମିବ । ଏହାଦ୍ବାରା ସାଢେ ତିନି ଲକ୍ଷରୁ ଅଧିକ ଲୋକଙ୍କ ଗମନାଗମନରେ ସୁବିଧା ପାଇବେ ।

‘ଚଳିତ ବର୍ଷ ନିର୍ମାଣ ହେବ 1000 କି.ମି ରାସ୍ତା ଓ ୩୦ଟି ବଡ ସେତୁ’

ଗଞ୍ଜାମ ରାଜ୍ୟର ଏକ ସମୃଦ୍ଧ ଜିଲ୍ଲା ଓ ବାଣିଜ୍ୟ କେନ୍ଦ୍ର । ଜିଲ୍ଲାର ଜନସାଧାରଣ ସେମାନଙ୍କ ପରିଶ୍ରମ ପାଇଁ ସୁନାମ କରିଛନ୍ତି । ଏହି ସେତୁ ଦ୍ବାରା ଜିଲ୍ଲାର ବାଣିଜ୍ୟ କାରବାର, ପର୍ଯ୍ୟଟନ ଏବଂ ଅନ୍ୟାନ୍ୟ କ୍ଷେତ୍ରରେ ଆହୁରି ଉନ୍ନତି ଆସିବ ବୋଲି ମୁଖ୍ୟମନ୍ତ୍ରୀ ଆଶା ରଖିଛନ୍ତି ।

ଏଥି ସହ ମୁଖ୍ୟମନ୍ତ୍ରୀ ଆଜି ଗଞ୍ଜାମ ଜିଲ୍ଲାର କୋଭିଡ ସ୍ଥିତି ସମୀକ୍ଷା କରିଛନ୍ତି । କୋଭିଡ ପରିଚାଳନା କ୍ଷେତ୍ରରେ ଗଞ୍ଜାମ ସାରା ଦେଶରେ ସୁନାମ ଅର୍ଜନ କରିଛି । ଏଥିପାଇଁ ଜିଲ୍ଲାର ଜନସାଧାରଣଙ୍କୁ ମୁଖ୍ୟମନ୍ତ୍ରୀ ଧନ୍ୟବାଦ ଜଣାଇଛନ୍ତି । କିନ୍ତୁ ବିପଦ ଏବେ ବି ଯାଇନାହିଁ । ଦ୍ୱିତୀୟ ଲହରର ଭୟ ରହିଥିବା ମୁଖ୍ୟମନ୍ତ୍ରୀ ସତର୍କ କରିଛନ୍ତି । ତେଣୁ କୋଭିଡର ସବୁ ନିୟମକୁ ପାଳନ କରିବା ସହ ମାସ୍କ ପିନ୍ଧୁନ୍ତୁ, ହାତ ଧୁଅନ୍ତୁ ଓ ଭିଡ ଜାଗାରେ ସାମାଜିକ ଦୂରତା ରକ୍ଷା କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି ।ଏହି କାର୍ଯ୍ୟକ୍ରମରେ ଜିଲ୍ଲାପାଳ, ଏସପି, ଆସ୍କା ସାଂସଦ, ଆସ୍କା ବିଧାୟକ, ଜିଲ୍ଲା ପରିଷଦ ଅଧକ୍ଷ ପ୍ରମୁଖ ଉପସ୍ଥିତ ଥିଲେ ।

ଭୁବନେଶ୍ବରରୁ ତପନ କୁମାର ଦାସ ଓ ଭବାନୀ ଶଙ୍କର ଦାସ ,ଇଟିଭି ଭାରତ

Last Updated : Apr 3, 2021, 3:15 PM IST
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.