ଭୁବନେଶ୍ବର: ହ୍ରାସ ପରେ ପୁଣି ବଢିଲା କୋରୋନାର ଦୈନିକ ସଂକ୍ରମଣ । ଗତ ୨ଦିନ ତଳେ ସଂକ୍ରମଣ ହଜାର ତଳକୁ ଖସିଥିବା ବେଳେ ପୁଣି ଏହା ହଜାର ପାର କରିଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୧୦୭ କୋରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେଥି ମଧ୍ୟରୁ ୬୪୬ ଜଣ କ୍ବାରେଣ୍ଟାଇନରୁ ଚିହ୍ନଟ ହୋଇଥିବାବେଳେ ୪୬୧ଟି ଲୋକାଲ କେସ ରହିଛି । ଏହାକୁ ମିଶାଇ ରାଜ୍ୟରେ ମୋଟ କୋରୋନା ସଂକ୍ରମିତଙ୍କ ସଂଖ୍ୟା ୯ ଲକ୍ଷ ୯୧ ହଜାର ୧୮୨ରେ ପହଞ୍ଚିଛି । ଆଜି ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ ୩୯୭ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।
ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳରୁ ୨୪, ବାଲେଶ୍ବରରୁ ୬୬, ବରଗଡ଼ରୁ ୫, ଭଦ୍ରକରୁ ୩୬, ବଲାଙ୍ଗୀରରୁ ୩, କଟକରୁ ୧୩୦, ଦେବଗଡ଼ରୁ ୩, ଢେଙ୍କାନାଳରୁ ୧୨, ଗଜପତିରୁ ୧, ଗଞ୍ଜାମରୁ ୪, ଜଗତସିଂହପୁରରୁ ୫୩, ଯାଜପୁରରୁ ୫୨, ଝାରସୁଗୁଡାରୁ ୯, କଳାହାଣ୍ଡିରୁ ୭, କନ୍ଧମାଳରୁ ୭, କେନ୍ଦ୍ରାପଡ଼ାରୁ ୪୨, କେନ୍ଦୁଝରରୁ ୧୮, କୋରାପୁଟରୁ ୧, ମାଲକାନଗିରିରୁ ୧୦, ମୟୂରଭଞ୍ଜରୁ ୪୦, ନବରଙ୍ଗପୁରରୁ ୧, ନୟାଗଡ଼ରୁ ୨୯, ନୂଆପଡାରୁ ୧, ପୁରୀରୁ ୨୮, ରାୟଗଡ଼ାରୁ ୫, ସମ୍ବଲପୁରରୁ ୨୦, ସୁନ୍ଦରଗଡ଼ରୁ ୧୭, ଷ୍ଟେଟ ପୁଲ୍ରୁ ୮୨ କୋରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।
ବ୍ୟୁରୋ ରିପୋର୍ଟ, ଇଟିଭି ଭାରତ