ETV Bharat / city

ଆଉ 11430 ଶିକ୍ଷକ ହେବେ ନିଯୁକ୍ତି, ପ୍ରକ୍ରିୟା ଆରମ୍ଭ - ନିଯୁକ୍ତି ପାଇବେ ହାଇସ୍କୁଲ ଶିକ୍ଷକ

ରାଜ୍ୟରେ ସରକାରୀ ଉଚ୍ଚ ବିଦ୍ୟାଳୟ ଗୁଡିକର ୫-ଟି ରୂପାନ୍ତର କାର୍ଯ୍ୟକ୍ରମରେ ରୂପାନ୍ତରଣ ସହିତ ଶିକ୍ଷକ ନିଯୁକ୍ତି ପାଇଁ ମଧ୍ୟ ପଦକ୍ଷେପ ନିଆଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ୧୧ ହଜାର ୪୦୩ ଶିକ୍ଷକ ପଦବୀ ପୂରଣ ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଛି । ଏନେଇ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି । ଅଧିକ ପଢନ୍ତୁ

ପ୍ରକ୍ରିୟା ଆରମ୍ଭ
ପ୍ରକ୍ରିୟା ଆରମ୍ଭ
author img

By

Published : Dec 23, 2021, 11:02 PM IST

Updated : Dec 24, 2021, 2:25 PM IST

ଭୁବନେଶ୍ବର: ରାଜ୍ୟରେ ସରକାରୀ ଉଚ୍ଚ ବିଦ୍ୟାଳୟ ଗୁଡିକର ୫-ଟି ରୂପାନ୍ତରଣ କାର୍ଯ୍ୟକ୍ରମରେ ରୂପାନ୍ତରଣ ସହିତ ଶିକ୍ଷକ ନିଯୁକ୍ତି ପାଇଁ ମଧ୍ୟ ପଦକ୍ଷେପ ନିଆଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ୧୧ ହଜାର ୪୦୩ ଶିକ୍ଷକ ପଦବୀ ପୂରଣ ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଛି । ଏନେଇ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି ।

ଶିକ୍ଷକତା ପାଇଁ ଆବଶ୍ୟକ ସଂଖ୍ୟକ ପ୍ରାର୍ଥୀ ମିଳୁ ନଥିବାରୁ ଯେପରି ଅଧିକ ସଂଖ୍ୟକ ପ୍ରାର୍ଥୀ ଅଂଶଗ୍ରହଣ କରିପାରିବେ ତାକୁ ଦୃଷ୍ଟିରେ ରଖି ପରୀକ୍ଷା ଓ ନିଯୁକ୍ତି ନିୟମାବଳୀରେ ସଂଶୋଧନ କରାଯାଇଛି। ଏହାସହିତ ବର୍ଦ୍ଧିତ ଛାତ୍ରଛାତ୍ରୀ ସଂଖ୍ୟା ଦୃଷ୍ଟିରୁ ଅଧିକ ୩ ହଜାର ୪୬୨ ଟି ଶିକ୍ଷକ ପଦବୀ ମଧ୍ୟ ମଞ୍ଜୁର କରାଯାଇଛି । ଏବେ ଖାଲି ପଦବୀ ତଥା ନୂତନ ମଞ୍ଜୁରୀପ୍ରାପ୍ତ ପଦବୀକୁ ମିଶାଇ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ୧୧ ହଜାର ୪୦୩ ଶିକ୍ଷକ ପଦବୀ ପୂରଣ ପାଇଁ ନିଯୁକ୍ତି ପ୍ରକ୍ରିୟା ଆରମ୍ଭ ହୋଇଛି । ଅପ୍ରେଲ ୨୦୨୨ ସୁଦ୍ଧା ନିଯୁକ୍ତି ପ୍ରକ୍ରିୟା ଶେଷ କରି ବିଦ୍ୟାଳୟ ମାନଙ୍କରେ ନୂତନ ଶିକ୍ଷକ ନିଯୁକ୍ତି ପାଇଁ ଲକ୍ଷ୍ୟ ରଖାଯାଇଛି ।

୪ ମାସ ମଧ୍ୟରେ ଦୁଇଟି ପର୍ଯ୍ୟାୟରେ ଏତେ ସଂଖ୍ୟକ ଶିକ୍ଷକ ନିଯୁକ୍ତି ପ୍ରକ୍ରିୟା ସୂଚାରୁ ରୂପେ ଶେଷ କରିବା ତଥା ଆଉ ଏକ ପର୍ଯ୍ୟାୟ ନିଯୁକ୍ତି ପ୍ରକ୍ରିୟା ଆରମ୍ଭ, ଶିକ୍ଷା କ୍ଷେତ୍ରରେ ରୂପାନ୍ତର ପାଇଁ ସରକାରଙ୍କ ପ୍ରତିବଦ୍ଧତାକୁ ପ୍ରମାଣିତ କରୁଛି । ନିକଟରେ ଗୋଟିଏ ଦିନରେ ୬ ହଜାର ୧୩୧ ଜଣ ଶିକ୍ଷକକୁ ନିଯୁକ୍ତି ଦିଆଯାଇଥିଲା । ଚଳିତ ବର୍ଷ ପ୍ରଥମ ପର୍ଯ୍ୟାୟରେ ୪ ହାଜର ୬୧୯ ଜଣ ହିନ୍ଦୀ, ସଂସ୍କୃତ ଓ କ୍ରୀଡା ଶିକ୍ଷକ ପଦବୀ ପୂରଣ ନିମନ୍ତେ ଅଗଷ୍ଟ ୧୩ ରେ ଏବଂ ଦ୍ବିତୀୟ ପର୍ଯ୍ୟାୟରେ ୬ ହାଜର ୭୨୦ ଜଣ TGT କଳା ଶିକ୍ଷକ ଓ ତେଲୁଗୁ ଶିକ୍ଷକ ପାଇଁ ଅଗଷ୍ଟ ୨୮ ତାରିଖରେ ବିଜ୍ଞାପନ ପ୍ରକାଶିତ ହୋଇଥିଲା ।

ଭୁବନେଶ୍ବରରୁ ଭବାନୀ ଶଙ୍କର ଦାସ, ଇଟିଭି ଭାରତ

Last Updated : Dec 24, 2021, 2:25 PM IST
ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.